Posted inଖେଳ

ଲାଥମଙ୍କ ଶତକ: ଦିନିକିଆ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ଖ୍ରୀଷ୍ଟଚର୍ଚ୍ଚ,୨୪।୩: ଅଧିନାୟକ ତଥା ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ୍‌ ଲାଥମଙ୍କ ପଞ୍ଚମ ଦିନିକିଆ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଛି। ସ୍ଥାନୀୟ ହଗ୍‌ଲି ଗ୍ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ବାଂଲାଦେଶ ଅଧିନାୟକ ତଥା ଓପନର ତାମିମ ଇକବାଲଙ୍କ ଅର୍ଦ୍ଧଶତକ ସହ ନିର୍ଦ୍ଧାରିତ ୫୦ ଓଭରରେ ୬ ଉଇକେଟ ହରାଇ ୨୭୧ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୪୮.୨ ଓଭରରେ ୫ ଉଇକେଟ ହରାଇ ୨୭୫ ରନ କରି ସହଜରେ ବିଜୟ ହାସଲ କରିଛି। ଏଥିସହିତ ନ୍ୟୁଜିଲାଣ୍ଡ ୨-୦ରେ ଅଗ୍ରଣୀ ହେବା ସହ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜକୁ ଆଗୁଆ ହାତେଇ ନେଇଛି। ଅପରାଜିତ ୧୧୦ ରନର ଶତକୀୟ ଇନିଂସ ଖେଳିଥିତ୍ବା ଲାଥମ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ।
୨୭୨ ରନ ଟାର୍ଗେଟର ପିଛା କରି ନ୍ୟୁଜିଲାଣ୍ଡ ୫୩ ରନରେ ୩ ଉଇକେଟ ହରାଇଥିଲା। ଓପନର ମାର୍ଟିନ ଗୁପ୍ଟିଲ୍‌ ୨୦, ହେନେରୀ ନିକୋଲ୍ସ ୧୩, ଓ୍ବିଲି ୟଙ୍ଗ୍‌ ମାତ୍ର ୧ ରନକରି ଆଉଟ ହୋଇଥିଲେ। ଏହାପରେ ଚତୁର୍ଥ ଉଇକେଟରେ ଲାଥମ ଓ ଡେଭନ କନଓ୍ବେ ୧୧୩ ରନର ଶତକୀୟ ଭାଗୀଦାରି ସ୍ଥାପନ କରି ସ୍ଥିତି ସମ୍ଭାଳିଥିଲେ। କନ୍‌ଓ୍ବେ ୭୨ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳି ଆଉଟ ହୋଇଥିଲେ। ପଞ୍ଚମ ଉଇକେଟରେ ଜେମ୍ସ ନିଶାମ ଓ ଲାଥମ ୭୨ ବଲରୁ ୭୬ ରନ ସଂଗ୍ରହ କରିଥିଲେ। ନିଶାମ ୩୦ ରନକରି ଆଉଟ ହୋଇଥିଲେ। ଲାଥମ ୧୦୮ ବଲ୍‌ ଖେଳି ୧୦ ଚୌକା ସହ ୧୧୦ ରନ ଓ ଡାରିଲ ମିଚେଲ ୧୨ ରନକରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ବାଂଲାଦେଶ ତରଫରୁ ମୁସ୍ତାଫିଜୁର ରହମାନ ଓ ମାହେଦି ହାସନ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ତରଫରୁ ତାମିମ ସର୍ବାଧିକ ୭୮ ରନକରି ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୌମ୍ୟ ସରକାର ୩୨, ମୁସ୍‌ଫିକର ରହିମ ୩୪, ମହମୁଦୁଲ୍ଲା ୧୬ ରନକରି ଆଉଟ ହୋଇଥିବା ବେଳେ ମହମ୍ମଦ ମିଥୁନ ୭୩ ରନକରି ଅପରାଜିତ ରହିଥିଲେ। ଲିଟନ ଦାସ ଖାତା ଖୋଲିପାରି ନ ଥିବା ବେଳେ ମାହେଦି ହାସନ ୭ ରନକରି ଆଉଟ ହୋଇଥିଲେ ଓ ମହମ୍ମଦ ସୈଫୁଦ୍ଦିନ ୭ ରନକରି ଅପରାଜିତ ରହିଥିଲେ। ନ୍ୟୁଜିଲାଣ୍ଡ ତରଫରୁ ବୋଲିଂରେ ମିଚେଲ ସାଣ୍ଟନର ୨, ଟ୍ରେଣ୍ଟ ବୋଲ୍ଟ, ମ୍ୟାନ ହେନେରି ଓ କାଏଲ ଜେମିସନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ବାଂଲାଦେଶ ୫୦ ଓଭରରେ ୨୭୧/୬
(ତାମିମ- ୭୮, ମିଥୁନ- ୭୩*, ମୁସ୍‌ଫିକର- ୩୪, ସୌମ୍ୟ- ୩୨, ମହମୁଦୁଲ୍ଲା- ୧୬, ସଣ୍ଟନର- ୨/୫୧, ବୋଲ୍ଟ- ୧/୪୯, ହେନରି- ୧/୪୮, ଜେମିସନ- ୧/୩୬)।
ନ୍ୟୁଜିଲାଣ୍ଡ ୪୮.୨ ଓଭରରେ ୨୭୫/୫
(ଲାଥମ- ୧୧୦*, କନଓ୍ବେ- ୭୨, ନିଶାମ- ୩୦, ଗୁପ୍ଟିଲ- ୨୦, ମୁସ୍ତାଫିଜୁର- ୨/୬୨, ମାହେଦି ହାସନ- ୨/ ୪୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

IPL ଇତିହାସରେ ପ୍ରଥମଥର ଘଟିଲା ଏମିତି: କମାଲ କଲେ ପ୍ରଫୁଲ୍ଲ

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

ସର୍ଟଲିଷ୍ଟ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ନାମ! ଟିମ ଇଣ୍ଡିଆ ପାଇଁ କରିପାରନ୍ତି ଡେବ୍ୟୁ

ନୂଆଦିଲ୍ଲୀ,୧୪।୪: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନ ଚହଳ ସୃଷ୍ଟି କରୁଥିବା ବିସ୍ଫୋରକ ଯୁବ ଓପନର ବୈଭବ ସୂର୍ଯ୍ୟବଂଶୀ ଗତ ବର୍ଷେ ଧରି କ୍ରିକେଟ ଜଗତରେ ଝଡ଼ ସୃଷ୍ଟି…

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri