Posted inଖେଳ

ଲାଥମଙ୍କ ଶତକ: ଦିନିକିଆ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ଖ୍ରୀଷ୍ଟଚର୍ଚ୍ଚ,୨୪।୩: ଅଧିନାୟକ ତଥା ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ୍‌ ଲାଥମଙ୍କ ପଞ୍ଚମ ଦିନିକିଆ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଛି। ସ୍ଥାନୀୟ ହଗ୍‌ଲି ଗ୍ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ବାଂଲାଦେଶ ଅଧିନାୟକ ତଥା ଓପନର ତାମିମ ଇକବାଲଙ୍କ ଅର୍ଦ୍ଧଶତକ ସହ ନିର୍ଦ୍ଧାରିତ ୫୦ ଓଭରରେ ୬ ଉଇକେଟ ହରାଇ ୨୭୧ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୪୮.୨ ଓଭରରେ ୫ ଉଇକେଟ ହରାଇ ୨୭୫ ରନ କରି ସହଜରେ ବିଜୟ ହାସଲ କରିଛି। ଏଥିସହିତ ନ୍ୟୁଜିଲାଣ୍ଡ ୨-୦ରେ ଅଗ୍ରଣୀ ହେବା ସହ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜକୁ ଆଗୁଆ ହାତେଇ ନେଇଛି। ଅପରାଜିତ ୧୧୦ ରନର ଶତକୀୟ ଇନିଂସ ଖେଳିଥିତ୍ବା ଲାଥମ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ।
୨୭୨ ରନ ଟାର୍ଗେଟର ପିଛା କରି ନ୍ୟୁଜିଲାଣ୍ଡ ୫୩ ରନରେ ୩ ଉଇକେଟ ହରାଇଥିଲା। ଓପନର ମାର୍ଟିନ ଗୁପ୍ଟିଲ୍‌ ୨୦, ହେନେରୀ ନିକୋଲ୍ସ ୧୩, ଓ୍ବିଲି ୟଙ୍ଗ୍‌ ମାତ୍ର ୧ ରନକରି ଆଉଟ ହୋଇଥିଲେ। ଏହାପରେ ଚତୁର୍ଥ ଉଇକେଟରେ ଲାଥମ ଓ ଡେଭନ କନଓ୍ବେ ୧୧୩ ରନର ଶତକୀୟ ଭାଗୀଦାରି ସ୍ଥାପନ କରି ସ୍ଥିତି ସମ୍ଭାଳିଥିଲେ। କନ୍‌ଓ୍ବେ ୭୨ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳି ଆଉଟ ହୋଇଥିଲେ। ପଞ୍ଚମ ଉଇକେଟରେ ଜେମ୍ସ ନିଶାମ ଓ ଲାଥମ ୭୨ ବଲରୁ ୭୬ ରନ ସଂଗ୍ରହ କରିଥିଲେ। ନିଶାମ ୩୦ ରନକରି ଆଉଟ ହୋଇଥିଲେ। ଲାଥମ ୧୦୮ ବଲ୍‌ ଖେଳି ୧୦ ଚୌକା ସହ ୧୧୦ ରନ ଓ ଡାରିଲ ମିଚେଲ ୧୨ ରନକରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ବାଂଲାଦେଶ ତରଫରୁ ମୁସ୍ତାଫିଜୁର ରହମାନ ଓ ମାହେଦି ହାସନ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ତରଫରୁ ତାମିମ ସର୍ବାଧିକ ୭୮ ରନକରି ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୌମ୍ୟ ସରକାର ୩୨, ମୁସ୍‌ଫିକର ରହିମ ୩୪, ମହମୁଦୁଲ୍ଲା ୧୬ ରନକରି ଆଉଟ ହୋଇଥିବା ବେଳେ ମହମ୍ମଦ ମିଥୁନ ୭୩ ରନକରି ଅପରାଜିତ ରହିଥିଲେ। ଲିଟନ ଦାସ ଖାତା ଖୋଲିପାରି ନ ଥିବା ବେଳେ ମାହେଦି ହାସନ ୭ ରନକରି ଆଉଟ ହୋଇଥିଲେ ଓ ମହମ୍ମଦ ସୈଫୁଦ୍ଦିନ ୭ ରନକରି ଅପରାଜିତ ରହିଥିଲେ। ନ୍ୟୁଜିଲାଣ୍ଡ ତରଫରୁ ବୋଲିଂରେ ମିଚେଲ ସାଣ୍ଟନର ୨, ଟ୍ରେଣ୍ଟ ବୋଲ୍ଟ, ମ୍ୟାନ ହେନେରି ଓ କାଏଲ ଜେମିସନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ବାଂଲାଦେଶ ୫୦ ଓଭରରେ ୨୭୧/୬
(ତାମିମ- ୭୮, ମିଥୁନ- ୭୩*, ମୁସ୍‌ଫିକର- ୩୪, ସୌମ୍ୟ- ୩୨, ମହମୁଦୁଲ୍ଲା- ୧୬, ସଣ୍ଟନର- ୨/୫୧, ବୋଲ୍ଟ- ୧/୪୯, ହେନରି- ୧/୪୮, ଜେମିସନ- ୧/୩୬)।
ନ୍ୟୁଜିଲାଣ୍ଡ ୪୮.୨ ଓଭରରେ ୨୭୫/୫
(ଲାଥମ- ୧୧୦*, କନଓ୍ବେ- ୭୨, ନିଶାମ- ୩୦, ଗୁପ୍ଟିଲ- ୨୦, ମୁସ୍ତାଫିଜୁର- ୨/୬୨, ମାହେଦି ହାସନ- ୨/ ୪୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri