ମହିଳା ଦିବସରେ ମହିଳାଙ୍କ ଉପରେ ଲାଠି ଚାର୍ଜ: ଅଡୁଆରେ ଶାହାବାଜ ସରକାର…

ଇସଲାମାବାଦ,୯।୩ : ଅନ୍ତର୍ଜାତୀୟ ମହିଳା ଦିବସରେ ପାକିସ୍ତାନରେ ଆୟୋଜିତ ଏକ ରାଲି ବୁଧବାର ଦିନ ହିଂସାତ୍ମକ ରୂପ ନେଇଥିଲା। ଏହି ସମୟରେ ପୋଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ବିଭିନ୍ନ ବର୍ଗର ମହିଳା ଏବଂ କିନ୍ନରମାନେ ପ୍ରେସ କ୍ଲବ ବାହାରେ ଏକାଠି ହେବାପରେ ହିଂସାତ୍ମକ ପ୍ରଦର୍ଶନ ଆରମ୍ଭ ହୋଇଥିଲା। ପୋଲିସ ଉପସ୍ଥିତ ମହିଳାଙ୍କ ଉପରେ ଲାଠିଚାର୍ଜ କର ିରାଲିକୁ ବନ୍ଦ କରିବାକୁ ଚେଷ୍ଟା କରିଥିଲା।

ରାଲିରେ ଅଂଶଗ୍ରହଣକାରୀମାନେ ମହିଳା ଅଧିକାର ପାଇଁ ସ୍ଲୋଗାନ ଦେଇଥିଲେ। ସ୍ଥାନୀୟ ଖବର ଚ୍ୟାନେଲର ଜଣେ ମହିଳା ସାମ୍ବାଦିକ ତଥା କ୍ୟାମେରାମ୍ୟାନ ମଧ୍ୟ ଆହତ ହୋଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଫେଡେରାଲ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶେରି ରହମାନ ମଧ୍ୟ ଏହି ରାଲିରେ ଅଂଶଗ୍ରହଣ କରିଥିଲେ ଏବଂ ଆରମ୍ଭ ହୋଇଥିବା ହିଂସାକୁ ତୀବ୍ର ନିନ୍ଦା କରିଥିଲେ। ଏକ ଛୋଟ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରାରେ ଲାଠିଚାର୍ଜ କରିବା ଇସଲାମାବାଦ ପୋଲିସର କୌଣସି ଆବଶ୍ୟକତା ନ ଥିଲା ବୋଲି ସେ ଟୁଇଟ କରି କହିଛନ୍ତି।

ପାକିସ୍ତାନର ମାନବାଧିକାର କମିଶନ (ଏଚଆରସିପି) ଏକ ଟୁଇଟ କରି ଇସଲାମାବାଦ ପୋଲିସର ମହିଳା ଏବଂ ଅନ୍ୟମାନଙ୍କ ଉପରେ ହୋଇଥିବା ଲାଠିଚାର୍ଜକୁ ନିନ୍ଦା କରିଛନ୍ତି। ଏହାକୁ ନେଇ ଶାହବାଜ ସରିଫଙ୍କ ସରକାର ଅଡୁଆରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri