ମହିଳା ଦିବସରେ ମହିଳାଙ୍କ ଉପରେ ଲାଠି ଚାର୍ଜ: ଅଡୁଆରେ ଶାହାବାଜ ସରକାର…

ଇସଲାମାବାଦ,୯।୩ : ଅନ୍ତର୍ଜାତୀୟ ମହିଳା ଦିବସରେ ପାକିସ୍ତାନରେ ଆୟୋଜିତ ଏକ ରାଲି ବୁଧବାର ଦିନ ହିଂସାତ୍ମକ ରୂପ ନେଇଥିଲା। ଏହି ସମୟରେ ପୋଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ବିଭିନ୍ନ ବର୍ଗର ମହିଳା ଏବଂ କିନ୍ନରମାନେ ପ୍ରେସ କ୍ଲବ ବାହାରେ ଏକାଠି ହେବାପରେ ହିଂସାତ୍ମକ ପ୍ରଦର୍ଶନ ଆରମ୍ଭ ହୋଇଥିଲା। ପୋଲିସ ଉପସ୍ଥିତ ମହିଳାଙ୍କ ଉପରେ ଲାଠିଚାର୍ଜ କର ିରାଲିକୁ ବନ୍ଦ କରିବାକୁ ଚେଷ୍ଟା କରିଥିଲା।

ରାଲିରେ ଅଂଶଗ୍ରହଣକାରୀମାନେ ମହିଳା ଅଧିକାର ପାଇଁ ସ୍ଲୋଗାନ ଦେଇଥିଲେ। ସ୍ଥାନୀୟ ଖବର ଚ୍ୟାନେଲର ଜଣେ ମହିଳା ସାମ୍ବାଦିକ ତଥା କ୍ୟାମେରାମ୍ୟାନ ମଧ୍ୟ ଆହତ ହୋଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଫେଡେରାଲ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶେରି ରହମାନ ମଧ୍ୟ ଏହି ରାଲିରେ ଅଂଶଗ୍ରହଣ କରିଥିଲେ ଏବଂ ଆରମ୍ଭ ହୋଇଥିବା ହିଂସାକୁ ତୀବ୍ର ନିନ୍ଦା କରିଥିଲେ। ଏକ ଛୋଟ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରାରେ ଲାଠିଚାର୍ଜ କରିବା ଇସଲାମାବାଦ ପୋଲିସର କୌଣସି ଆବଶ୍ୟକତା ନ ଥିଲା ବୋଲି ସେ ଟୁଇଟ କରି କହିଛନ୍ତି।

ପାକିସ୍ତାନର ମାନବାଧିକାର କମିଶନ (ଏଚଆରସିପି) ଏକ ଟୁଇଟ କରି ଇସଲାମାବାଦ ପୋଲିସର ମହିଳା ଏବଂ ଅନ୍ୟମାନଙ୍କ ଉପରେ ହୋଇଥିବା ଲାଠିଚାର୍ଜକୁ ନିନ୍ଦା କରିଛନ୍ତି। ଏହାକୁ ନେଇ ଶାହବାଜ ସରିଫଙ୍କ ସରକାର ଅଡୁଆରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri