ଲଣ୍ଡନ, ୧।୭: ଲଡର୍ସ ଠାରେ ଚାଲିଥିବା ଦ୍ୱିତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ନିଜର ସ୍ଥିତି ମଜଭୁତ କରିଛି। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୧୬ ରନ କରିଥିବାବେଳେ ଇଂଲଣ୍ଡ ପ୍ରଥମ ଇନିଂସରେ ୩୨୫ ରନକରି ଅଲ୍ଆଉଟ ହୋଇ ଯାଇଥିଲା। ତୃତୀୟ ଦିବସ ଷ୍ଟମ୍ପ୍ସ ଅପସାରଣ ବେଳକୁ ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସରେ ୨ ଉଇକେଟ ହରାଇ ୧୩୦ ରନ ସଂଗ୍ରହ କରି ନେଇଛି। ଫଳରେ ୮ ଉଇକେଟ ସୁରକ୍ଷିତ ଥାଇ ଦଳ ୨୨୧ ରନରେ ଅଗ୍ରଣୀଲାଭ କରିଛି। ଡେଭିଡ ଓ୍ବାର୍ନର ୨୫ ଓ ମାର୍ନସ ଲାବୁସେନ ୩୦ ରନକରି ଆଉଟ ହୋଇଥିବାବେଳେ ଉସମାନ ଖ୍ବାଜା ୫୮ ଓ ଷ୍ଟିଭେନ୍ ସ୍ମିଥ୍ ୬ ରନରେ ଅପରାଜିତ ରହିଛନ୍ତି। ଇଂଲଣ୍ଡ ଦ୍ୱିତୀୟ ଇନିଂସରେ ବେନ୍ ଡକେଟ ସର୍ବାଧିକ ୯୮ ରନ କରିଥିଲେ। ହ୍ୟାରି ବ୍ରୁକ୍ ୫୦, ଜ୍ୟାକ୍ କ୍ରଲି ୪୮ ଓ ଓଲି ପୋପ୍ ୪୨ ରନର ଯୋଗଦାନ ଦେଇଥିଲେ। ଅଷ୍ଟ୍ରେଲିଆ ବୋଲରଙ୍କ ମଧ୍ୟରେ ମିଚେଲ ଷ୍ଟାର୍କ ୩ଟି, ଜୋଶ୍ ହାଜେଲଉଡ୍ ଓ ଟ୍ରାଭିସ ହେଡ୍ ୨ଟି ଲେଖାଏ ଏବଂ ପ୍ୟାଟ୍ କୁମିନ୍ସ, ନାଥାନ ଲିୟନ ଓ କାମେରନ ଗ୍ରୀନ୍ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
ନମ୍ବର ସେଭ୍ ନ କରି କରିପାରିବେ WhatsAppରେ ଚାଟ୍, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍…
ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…
ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ
ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…
ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍ ଲୋନ୍? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ
ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍’ ବା ଗୃହ ଋଣ ଏକ ମୁଖ୍ୟ…
କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…
ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…
ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…
ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…
Archives

