ଧାରା କାର୍ଯ୍ୟକ୍ରମର ‘ସମୁଦ୍ର ମନ୍ଥନ’

ଭୁବନେଶ୍ୱର,୯।୧୧: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ୩ ଦିନିଆ ଜାତୀୟ ଧାରା କାର୍ଯ୍ୟକ୍ରମ ‘ସମୁଦ୍ର ମନ୍ଥନ’ର ଶୁଭାରମ୍ଭ ହୋଇଯାଇଛି। ଏପରିକି ଆଜିଠାରୁ ୩ ଦିନିଆ ସାମୁଦ୍ରିକ ସମ୍ମିଳନୀ ସୋଆ ବିଶ୍ୱବିଦ୍ୟାଳୟ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ନଭେମ୍ବର ୮ରେ ଏହାର ପ୍ରାରମ୍ଭିକ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନଭେମ୍ବର ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ସମ୍ମିଳନୀ ଜାରି ରହିବ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ତଥା ଲେଖକ ସଞ୍ଜୀବ ସାନ୍ୟାଲ, ଆଇକେଏସ୍‌ ଡିଭିଜନର ଜାତୀୟ ସଂଯୋଜକ ପ୍ରଫେସର ଜି.ଏସ୍‌. ମୂର୍ତ୍ତି, ଆଜାଦୀ କା ଅମୃତ ମହୋତ୍ସବର ନିର୍ଦ୍ଦେଶିକା ପ୍ରିୟଙ୍କା ଚନ୍ଦ୍ରା ଏବଂ ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ପ୍ରମୁଖ ଉପସ୍ଥିତ ରହି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉକ୍ତ କାର୍ଯ୍ୟକ୍ରମ ଆଭିମୁଖ୍ୟ ଓ ଇତିହାସ ସମ୍ପର୍କରେ ବିସ୍ତୃତ ମତ ଉପସ୍ଥାପନ କରିଥିଲେ। ସେହିଭଳି ସୋଆର ୟୁନିଭର୍ସିଟି ଆଉଟରିଚ୍‌ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା ସ୍ବାଗତ ଅଭିଭାଷଣ ଦେଇଥିବା ବେଳେ ସୋଆର ଛାତ୍ର ମଙ୍ଗଳ ଡିନ୍‌ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଅପରପକ୍ଷରେ ମଙ୍ଗଳବାର କଟକଠାରେ ଉଦ୍‌ଘାଟିତ ହୋଇଥିବା ଐତିହାସିକ ବାଲିଯାତ୍ରା ସହ ଓଡ଼ିଶାର ମହାନ୍‌ ସାମୁଦ୍ରିକ ସଂସ୍କୃତି ଓ ପରମ୍ପରାକୁ ନେଇ କେନ୍ଦ୍ର ସରକାରଙ୍କର ଶିକ୍ଷା ମନ୍ତ୍ରଣାଳୟର ଏକ ଅଙ୍ଗ ଭାରତୀୟ ଜ୍ଞାନ ବ୍ୟବସ୍ଥା (ଇଣ୍ଡିଆନ୍‌ ନଲେଜ ସିଷ୍ଟମ୍‌ ଡିଭିଜନ୍‌), ସଂସ୍କୃତି ମନ୍ତ୍ରଣାଳୟ ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ମିଳିତ ଆନୁକୂଲ୍ୟରେ ୩ ଦିନିଆ ଉକ୍ତ କାର୍ଯକ୍ରମର ଆୟୋଜନ କରାଯାଇଛି। ଏଥିରେ ଭାରତରେ ପ୍ରଚଳିତ ପରମ୍ପରା ସହ ବର୍ତ୍ତମାନର ପରିସ୍ଥିତି ଓ ଭବିଷ୍ୟତର ସମ୍ଭାବନା ସମ୍ପର୍କରେ ଆଲୋଚନା କରାଯିବ। ଏହି ୩ ଦିନିଆ ‘ସମୁଦ୍ର ମନ୍ଥନ’ର ଶେଷ ୨ ଦିନର କାର୍ଯ୍ୟକ୍ରମ କଟକସ୍ଥିତ ଓଡ଼ିଶା ସାମୁଦ୍ରିକ ସଂଗ୍ରହାଳୟଠାରେ ଆୟୋଜନ ହେବ। ଉଲ୍ଲେଖଯୋଗ୍ୟ, ଓଡ଼ିଶାର ସମୃଦ୍ଧ ସାମୁଦ୍ରିକ ଇତିହାସ ଉପରେ ବିଶେଷ ଗୁରୁତ୍ୱାରୋପ ସହ ୨୦୪୭ ନିମନ୍ତେ ସାମୁଦ୍ରିକ ପରମ୍ପରାର ଏକ ଦସ୍ତାବିଜ୍‌ ସୃଷ୍ଟି କରିବା ନିମନ୍ତେ ଏଭଳି ଏକ ଜାତୀୟସ୍ତରର କର୍ମଶାଳାର ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri