୪୭ ଆମ୍ବୁଲାନ୍ସ ସେବା ଶୁଭାରମ୍ଭ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭର୍ଚୁଆଲ ମୋଡରେ ଗୁରୁତର ରୋଗୀଙ୍କ ପରିବହନ ପାଇଁ ୪୭ଟି ଲାଇଫ ସପୋର୍ଟ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉନ୍ନତମାନର ଜୀବନ ସୁରକ୍ଷା ବ୍ୟବସ୍ଥା ଥିବା ଏହି ଆମ୍ବୁଲାନ୍ସ ରୋଗୀମାନଙ୍କୁ ନେବା ଆଣିବାରେ ବିଶେଷ ସହାୟକ ହେବ। ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇବା ସହ କୋଭିଡ-୧୯ର ଦ୍ୱିତୀୟ ଲହର ସଂକ୍ରମଣକୁ ଗତ ବର୍ଷ ଭଳି ଲୋକମାନଙ୍କ ସହଯୋଗରେ ହରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି।
ସୂଚନାଯୋଗ୍ୟ, କୋଭିଡର ଦ୍ୱିତୀୟ ଲହର ସଂକ୍ରମଣକୁ ଦୃଷ୍ଟିରେ ରଖି ଜରୁରୀକାଳୀନ ରୋଗୀଙ୍କୁ ହସ୍ପିଟାଲ ନେବା ଲାଗି ଉନ୍ନତମାନର ଜୀବନ ସୁରକ୍ଷା ବ୍ୟବସ୍ଥା ଥିବା ଆମ୍ବୁଲାନ୍ସ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ଆମ୍ବୁଲାନ୍ସ ପାଇଁ ଏମ୍‌ପି ଲ୍ୟାଡ, ସିଏସ୍‌ଆର, ଡିଏମ୍‌ଏଫ ଏବଂ ଓଏମ୍‌ବିଏଡିସିରୁ ଅର୍ଥ ବ୍ୟୟ ବରାଦ କରାଯାଇଛି। ୪୭ଟି ଆମ୍ବୁଲାନ୍ସ ମଧ୍ୟରୁ ୨୮ଟି ୧୦୮ ଜରୁରୀକାଳୀନ ସେବାରେ ନିୟୋଜିତ ହେବ ଏବଂ ୧୯ଟି ଗୁରୁତର ରୋଗୀମାନଙ୍କୁ ଜରୁରୀକାଳୀନ ସେବା ଯୋଗାଇ ଦେବାକୁ ମେଡିକାଲ କଲେଜ ଓ ହସ୍ପିଟାଲରେ ବ୍ୟବହାର କରାଯିବ।
ଉଲ୍ଲେଖନୀୟ, ୨୦୧୩ ମାର୍ଚ୍ଚ ୫ରୁ ରାଜ୍ୟରେ ଜରୁରୀକାଳୀନ ମେଡିକାଲ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଉଛି। ରାଜ୍ୟରେ ଚାଲୁଥିବା ୫୯୬ ଆମ୍ବୁଲାନ୍ସ ମଧ୍ୟରୁ ୫୪୦ରେ ଅତ୍ୟାବଶ୍ୟକ ଜୀବନ ସୁରକ୍ଷା ବ୍ୟବସ୍ଥା ଥିବା ବେଳେ ୫୬ଟିରେ ଅତି ଉନ୍ନତମାନର ଲାଇଫ ସପୋର୍ଟ ସିଷ୍ଟମ ରହିଛି। ଏହାକୁ ମିଶାଇ ଅତି ଉନ୍ନତମାନର ଲାଇଫ ସପୋର୍ଟ ସିଷ୍ଟମ ଥିବା ଆମ୍ବୁଲାନ୍ସ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସବୁ ଆମ୍ବୁଲାନ୍ସ ୩୦ ଜିଲାରେ ଉନ୍ନତମାନର ଜରୁରୀ ସେବା ମାଗଣାରେ ଯୋଗାଇ ଦେଉଛି। ସେହିପରି ୨୦୧୪ ଜୁଲାଇ ୧୪ରୁ ଗର୍ଭବତୀ ମହିଳା ଓ ଶିଶୁ ମାନଙ୍କ ପରିବହନ ସକାଶେ ରାଜ୍ୟରେ ୫୦୦ ଜନନୀ ଏକ୍ସପ୍ରେସ କାମ କରୁଛି। ଏହାଦ୍ୱାରା ଗର୍ଭବତୀ ମହିଳା ଓ ଶିଶୁଙ୍କୁ ମାଗଣାରେ ହସ୍ପିଟାଲକୁ ନେବା ଆଣିବା କରାଯାଉଛି। ରାଜ୍ୟର ୬୨ ଲକ୍ଷ ଲୋକ ୧୦୮ ଆମ୍ବୁଲାନ୍ସ ସେବା ଓ ଜନନୀ ଏକ୍ସପ୍ରେସ ଦ୍ୱାରା ଉପକୃତ ହେଉଛନ୍ତି। ଏଥିସହିତ କେନ୍ଦ୍ରାପଡା, କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରି ଜିଲାରେ ନଦୀ ଅଞ୍ଚଳରେ ରହୁଥିବା ରୋଗୀ ଓ ଆହତଙ୍କୁ ସେବା ଯୋଗାଇ ଦେବାକୁ ୬ଟି ବୋଟ ଆମ୍ବୁଲାନ୍ସ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri