ଅନ୍ତ୍ୟୋଦୟ ଗୃହ ଯୋଜନା: ପାଟଣା ବ୍ଲକରେ ୧୧୦, ସାହରପଡ଼ା ବ୍ଲକର ୭୩ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ

ପାଟଣା,୩୦।୩(ବୀରକିଶୋର ଦାଶ ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କଳାହାଣ୍ଡି ଜିଲା ଭବାନୀପାଟଣାଠାରୁ ଆଭାସି ମାଧ୍ୟମରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ବ୍ଲକ ପରିସରରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଯାଇଛି। ପାଟଣା ବ୍ଲକ ପରିସରରେ ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ସମ୍ମାନୀତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାଏକ , କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ବ୍ଲକ ପ୍ରତିନିଧି ପ୍ରହଲ୍ଲାଦ ପଲେଇ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଙ୍କ ବ୍ଲକ ପ୍ରତିନିଧି କମଳାକାନ୍ତ ଦାଶଙ୍କ ସହ ଜିଲା ପରିଷଦ ସଦସ୍ୟଙ୍କ ସହ ବ୍ଲକର ବିଭିନ୍ନ ଅଧିକାରୀ, ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଉପସ୍ଥିତ ଥିଲେ। ଶିକ୍ଷକ ପାର୍ଥ ସାରଥୀ ବେଜଙ୍କ ସଂଯୋଜନାରେ ମଞ୍ଚ ପରିଚାଳନା ହୋଇଥିଲା। ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଅସହାୟ, ଭିନ୍ନକ୍ଷମ ,ହାତୀ ଦ୍ୱାରା ଘର ଭାଙ୍ଗି ଥିବା ପରିବାର, ବିଧବା ,ସହିଦ ପରିବାରକୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରି ଆବାସ ଗୃହ ବଣ୍ଟନ କରାଯାଇଛି। ପାଟଣା ବ୍ଲକର ୧୧୦ ଜଣ ହିତାଧିକାରୀଙ୍କୁ ଅନ୍ତଦୟ ଗୃହ ଯୋଜନା ରେ କାର୍ଯ୍ୟାଦେଶ ବଣ୍ଟନ କାରାଯାଇଛି। ସେହିଭଳି ସାହାରପଡ଼ା ବ୍ଲକରେ ୭୩ ଜଣେ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ସାହାରପଡ଼ା ବିଡିଓ ରଞ୍ଜିତ କୁମାର ମହାନ୍ତ ଓ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri