ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ।

ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଗୋଟିଏ କାର୍ଡ ରହିବ। ପୁରୁଣା କାର୍ଡରେ ୯୫୦ ଏବଂ ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲରୁ ସୁବିଧା ରହିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।

୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜେଏ)ର ଲାଭ ପାଇବାକୁ ଯୋଗ୍ୟ ହେବେ। ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ AB PM-JAY ଅଧୀନରେ ଏକ ନୂତନ ଅଲଗା କାର୍ଡ ଦିଆଯିବ।ବରିଷ୍ଠ ନାଗରିକ, ଯାହାର ପରିବାର ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ରହିଛନ୍ତି, ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ଅଂଶୀଦାର ଟପ୍-ଅପ୍ କଭର ପାଇଁ ଯୋଗ୍ୟ ହେବେ।

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମସ୍ତ ଲାଭାର୍ଥିମାନେ ଏହି ଆୟୁଷ୍ମାନ ଭାରତ ଯୋଜନାର ଲାଭ ପାଇବେ। ଏନେଇ ନିର୍ବାଚନ ପୂର୍ବରୁ ରାଜ୍ୟ ଭାଜପା ସଭାପତି ଘୋଷଣା କରିଥିଲେ ।

ସେପଟେ ଓଡ଼ିଶାରେ ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବଦଳରେ ଏହି ଯୋଜନା ଅଧୀନରେ ବାର୍ଷିକ ୯୬.୫ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ପାଉଥିବା ବେଳେ ପାଖାପାଖି ଏତିକି ଲୋକ ଆୟୁଷ୍ମାନ ଭାରତର ଲାଭ ପାଇପାରନ୍ତି ବୋଲି କୁହାଯାଉଛି। ଭାଜପା ସରକାରକୁ ଆସିଲେ ରାଜ୍ୟରେ ଅନ୍ୟ ସମସ୍ତ ଯୋଜନା ଭଳି ଆୟୁଷ୍ମାନ ଭାରତ ଲାଗୁ କରାଯିବା ନେଇ ପ୍ରତିଶ୍ରୁତି ଦିଆଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri