ବିଓଆଇର ୩୩୩ ଦିନିଆ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୪।୯ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ବହୁ ପ୍ରତୀକ୍ଷିତ ୩୩୩ ଦିନିଆ ଯୋଜନା ‘ଷ୍ଟାର ଧନ ବୃଦ୍ଧି ଫିକ୍ସଡ ଡିପୋଜିଟ୍‌ ସ୍କିମ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ବାର୍ଷିକ ୭.୯୦% ସର୍ବାଧିକ ସୁଧହାରରେ ଅତି ବରିଷ୍ଠ ନାଗରିକଙ୍କ ନିମନ୍ତେ ଏହି ନୂତନ ଯୋଜନା ଆରମ୍ଭ ହୋଇଛି। ସେହିଭଳି ଷ୍ଟାର ଧନ ବୃଦ୍ଧି ଡିପୋଜିଟ୍‌ ସ୍କିମ୍‌ (ଯୋଜନା) ଅନ୍ତର୍ଗତ ବରିଷ୍ଠ ନାଗରିକମାନଙ୍କୁ ୩୩୩ ଦିନର ସ୍ଥାୟୀ ଜମା ଉପରେ ବାର୍ଷିକ ୭.୭୫%ର ଆକର୍ଷଣୀୟ ସୁଧ ହାର ପ୍ରଦାନ କରାଯାଉଥିବା ବେଳେ ଅନ୍ୟାନ୍ୟ ଗ୍ରାହକଙ୍କୁ ବାର୍ଷିକ ଶତକଡା ୭.୨୫% ସୁଧ ହାର ପ୍ରଦାନ କରାଯାଉଛି। ସେହିପରି ବ୍ୟାଙ୍କ ପକ୍ଷରୁ ଏହି ଜମା ଉପରେ ଋଣ ଓ ଅପରିପକ୍ୱ ଉଠାଣ ସୁବିଧା ମଧ୍ୟ ଉପଲବ୍ଧ ରହିଛି। ଏପରିକି ଗ୍ରାହକମାନେ ବିଓଆଇର ଯେକୌଣସି ଶାଖା ପରିଦର୍ଶନକରି କିମ୍ବା ବିଓଆଇ ଓମନି ନିଓ ଆପ୍‌/ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ୍‌ର ବ୍ୟବହାର ମାଧ୍ୟମରେ ଷ୍ଟାର ଧନ ବୃଦ୍ଧି ସ୍ଥାୟୀ ଜମାଖାତା ଖୋଲିପାରିବେ। ଏହି ସଂଶୋଧିତ ସୁଧ ହାର ୨୦୨୪ ସେପ୍ଟେମ୍ବର ୧ ରୁ ସୀମିତ ସମୟ ପାଇଁ ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri