ବିଓଆଇର ୩୩୩ ଦିନିଆ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୪।୯ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ବହୁ ପ୍ରତୀକ୍ଷିତ ୩୩୩ ଦିନିଆ ଯୋଜନା ‘ଷ୍ଟାର ଧନ ବୃଦ୍ଧି ଫିକ୍ସଡ ଡିପୋଜିଟ୍‌ ସ୍କିମ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ବାର୍ଷିକ ୭.୯୦% ସର୍ବାଧିକ ସୁଧହାରରେ ଅତି ବରିଷ୍ଠ ନାଗରିକଙ୍କ ନିମନ୍ତେ ଏହି ନୂତନ ଯୋଜନା ଆରମ୍ଭ ହୋଇଛି। ସେହିଭଳି ଷ୍ଟାର ଧନ ବୃଦ୍ଧି ଡିପୋଜିଟ୍‌ ସ୍କିମ୍‌ (ଯୋଜନା) ଅନ୍ତର୍ଗତ ବରିଷ୍ଠ ନାଗରିକମାନଙ୍କୁ ୩୩୩ ଦିନର ସ୍ଥାୟୀ ଜମା ଉପରେ ବାର୍ଷିକ ୭.୭୫%ର ଆକର୍ଷଣୀୟ ସୁଧ ହାର ପ୍ରଦାନ କରାଯାଉଥିବା ବେଳେ ଅନ୍ୟାନ୍ୟ ଗ୍ରାହକଙ୍କୁ ବାର୍ଷିକ ଶତକଡା ୭.୨୫% ସୁଧ ହାର ପ୍ରଦାନ କରାଯାଉଛି। ସେହିପରି ବ୍ୟାଙ୍କ ପକ୍ଷରୁ ଏହି ଜମା ଉପରେ ଋଣ ଓ ଅପରିପକ୍ୱ ଉଠାଣ ସୁବିଧା ମଧ୍ୟ ଉପଲବ୍ଧ ରହିଛି। ଏପରିକି ଗ୍ରାହକମାନେ ବିଓଆଇର ଯେକୌଣସି ଶାଖା ପରିଦର୍ଶନକରି କିମ୍ବା ବିଓଆଇ ଓମନି ନିଓ ଆପ୍‌/ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ୍‌ର ବ୍ୟବହାର ମାଧ୍ୟମରେ ଷ୍ଟାର ଧନ ବୃଦ୍ଧି ସ୍ଥାୟୀ ଜମାଖାତା ଖୋଲିପାରିବେ। ଏହି ସଂଶୋଧିତ ସୁଧ ହାର ୨୦୨୪ ସେପ୍ଟେମ୍ବର ୧ ରୁ ସୀମିତ ସମୟ ପାଇଁ ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?