Posted inଜାତୀୟ

‘ଓ୍ବାନ୍‌ ନେଶନ୍‌ ଓ୍ବାନ୍‌ ସବ୍‌ସ୍କ୍ରିପ୍‌ଶନ’ର ପ୍ରଥମ ପର୍ଯ୍ୟାୟ ଆରମ୍ଭ

ନୂଆଦିଲ୍ଲୀ,୨ା୧:ଗତବର୍ଷ ନଭେମ୍ବରରେ କେନ୍ଦ୍ର ସରକାର ଅନୁମୋଦନ କରିଥିବା ‘ଓ୍ବାନ୍‌ ନେଶନ୍‌ ଓ୍ବାନ୍‌ ସବ୍‌ସ୍କ୍ରିପ୍‌ଶନ’ (ଓଏନ୍‌ଓଏସ୍‌) ଯୋଜନାର ପ୍ରଥମ ପର୍ଯ୍ୟାୟ ବୁଧବାର ନବବର୍ଷରେ ଆରମ୍ଭ ହୋଇଛି। ମୋଟ ୬,୦୦୦ କୋଟି ଟଙ୍କା ଆବଣ୍ଟନରେ କରାଯାଇଥିବା ଏହି ଯୋଜନାରୁ ୧.୮ କୋଟି ଛାତ୍ରୀଛାତ୍ର, ଗବେଷକ ଓ ଫାକଲ୍ଟି ସଦସ୍ୟ ଲାଭାନ୍ବିତ ହେବେ। ଦେଶର ସମସ୍ତ ବ୍ୟକ୍ତିଙ୍କୁ ଗବେଷଣାମୂଳକ ଇ-ଜର୍ନାଲର ସୁବିଧା ଉପଲବ୍ଧ କରାଇବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା (ପିଏସ୍‌ଏ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଏନ୍‌ଓଏସ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ୱାରା ବିଜ୍ଞାନ, ଟେକ୍ନୋଲୋଜି, ଇଞ୍ଜିନିୟରିଂ, ଗଣିତ (ଏସ୍‌ଟିଇଏମ୍‌), ମେଡିସିନ, ମ୍ୟାନେଜ୍‌ମେଣ୍ଟ, ହ୍ୟୁମାନିଟିଜ୍‌ ଏବଂ ସାମାଜିକ ବିଜ୍ଞାନ ଆଦି ବିଷୟରେ ଆଗଧାଡ଼ିର ପ୍ରକାଶକଙ୍କ ଗବେଷଣାମୂଳକ ନିବନ୍ଧଗୁଡ଼ିକରେ ସେମାନେ ଜ୍ଞାନ ଆହରଣ କରିପାରିବେ। ଏହି ଯୋଜନାରେ ଦେଶର ବିଶ୍ୱବିଦ୍ୟାଳୟ, କଲେଜ, ଗବେଷଣା ଓ ଉନ୍ନୟନ ପ୍ରତିଷ୍ଠାନ ଭଳି ୬,୪୦୦ ଅନୁଷ୍ଠାନକୁ ସାମିଲ କରାଯାଇଛି। ୨୦୨୫, ୨୦୨୬ ଓ ୨୦୨୭ ଏହି ଭଳି ଭାବେ ୩ ବର୍ଷ ଧରି ପିଏମ୍‌-ଓଏନ୍‌ଓଏସ୍‌ ପାଇଁ ୬,୦୦୦ କୋଟି ଟଙ୍କା ଅନୁଦାନ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?