ହ୍ବାଟ୍‌ସଆପ୍‌ରେ ଜିଓମାର୍ଟ ସେବାର ଶୁଭାରମ୍ଭ

ମୁମ୍ବାଇ,୩୦।୮: ବିଶ୍ୱର ପ୍ରମୁଖ ସୋସିଆଲ ମିଡିଆ ସଂସ୍ଥା ମେଟା ଏବଂ ଦେଶର ପ୍ରମୁଖ ବାଣିଜି୍ୟକ ଅନୁଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରିର ସହଯୋଗୀ ସଂସ୍ଥା ଜିଓ ପ୍ଲାଟଫର୍ମ ମଧ୍ୟରେ ଏକ ଅଭିନବ ସହଯୋଗିତା ସ୍ଥାପନ ହୋଇଛି। ଏପରିକି ମେଟା ଓ ଜିଓ ପ୍ଲାଟଫର୍ମସ ପକ୍ଷରୁ ହ୍ବାଟ୍‌ସଆପ୍‌ ଜରିଆରେ ପ୍ରଥମ ଧରଣର ଏଣ୍ଡ୍‌-ଟୁ-ଏଣ୍ଡ୍‌ ସପିଙ୍ଗ୍‌ ଅନୁଭୂତିର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି, ଯେଉଁଥିରେ ଗ୍ରାହକମାନେ ସେମାନଙ୍କ ହ୍ବାଟ୍‌ସଆପ୍‌ ଚାଟ୍‌ରେ ରହି ଜିଓମାର୍ଟରୁ ଆବଶ୍ୟକ ସପିଙ୍ଗ କରିପାରିବେ। ଅପରପକ୍ଷରେ ପ୍ରଥମ କରି ପ୍ରମୁଖ ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍‌ସଆପ୍‌ରେ ଜିଓମାର୍ଟ ସେବା ଉପଲବ୍ଧ ହେବ। ଏହା ଜରିଆରେ ପୂର୍ବରୁ କେବେ ଅନଲାଇନ୍‌ରେ ସପିଙ୍ଗ୍‌ କରି ନ ଥିବା ଗ୍ରାହକଙ୍କ ସମେତ ସମସ୍ତ ଭାରତୀୟ ଜିଓମାର୍ଟର ସମଗ୍ର ଗ୍ରୋସରି କାଟ୍‌ଲଗ୍‌କୁ ବ୍ରାଉଜ୍‌ କରିପାରିବେ। ଉକ୍ତ ଚାର୍ଟରେ ସାମଗ୍ରୀ ମଧ୍ୟ ଯୋଡ଼ି ପାରିବେ ଏବଂ କିଣାକିଣି ପ୍ରକ୍ରିୟାକୁ ଶେଷ କରିବା ଲାଗି ପେମେଣ୍ଟ୍‌ (ଦେୟ ପ୍ରଦାନ) ମଧ୍ୟ କରିପାରିବେ। ଏସବୁ କାମ ପାଇଁ ସେମାନଙ୍କୁ ହ୍ବାଟ୍‌ସଆପ୍‌ ଚାଟ୍‌ ଛାଡ଼ିଯିବାକୁ ପଡ଼ିବନି ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri