ଗ୍ରୀଡ୍‌କୋ ଲିମିଟେଡ୍‌ର ‘ଗୋ ଗ୍ରୀନ୍‌’ପୋର୍ଟାଲର ଲୋକାର୍ପଣ

ଭୁବନେଶ୍ୱର,୮। ୧୦:  ରାଜ୍ୟର ପ୍ରମୁଖ କର୍ପୋରେଶନ ତଥା ଗ୍ରୀଡ୍‌କୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଗୋ ଗ୍ରୀନ୍‌’ପୋର୍ଟାଲର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଓଡ଼ିଶା ସରକାରଙ୍କ ସବୁଜ ଶକ୍ତିର ବହୁଳ ଉତ୍ପାଦନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ଦିଗରେ ଅନ୍ୟତମ ପ୍ରୟାସ ସ୍ବରୂପ ଉକ୍ତ ପୋର୍ଟାଲ ଇତିମଧ୍ୟରେ ଲୋକାର୍ପିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗ୍ରୀଡ୍‌କୋର ଅଧ୍ୟକ୍ଷ ନିକୁଞ୍ଜ ଧଳ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉକ୍ତ ପୋର୍ଟାଲକୁ ଲୋକାର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ଯନ୍ତ୍ରୀ (ବୈଦ୍ୟୁତିକ) ତଥା ପ୍ରମୁଖ ମୁଖ୍ୟ ବିଦ୍ୟୁତ୍‌ ନିରୀକ୍ଷକ, ଓପିଜ୍‌ିସିର ପରିଚାଳନା ନିର୍ଦ୍ଦେଶକ, ବିଦ୍ୟୁତ୍‌ ନିୟାମକ ଆୟୋଗର ନିର୍ଦ୍ଦେଶକ, ଏସ୍‌ଏଲ୍‌ଡିସିର ନିର୍ଦ୍ଦେଶକ, ଗ୍ରୀଡ୍‌କୋର ପରିଚାଳନା ନିର୍ଦ୍ଦେଶକଙ୍କ ସମେତ ଗ୍ରୀଡ୍‌କୋର ସମସ୍ତ ନିର୍ଦ୍ଦେଶକ,ଓରେଡାର ମୁଖ୍ୟ କାର୍ଯ୍ୟନିର୍ବାହୀ, ଟିପିସିଓଡିଏଲ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଧଳ କହିଥିଲ, ଅକ୍ଷୟ ଶକ୍ତି ବିକାଶକାରୀଙ୍କ ପାଇଁ ଉକ୍ତ ପୋର୍ଟାଲ ଅତ୍ୟନ୍ତ ଉପଯୋଗୀ ଏବଂ ସେମାନଙ୍କ ପ୍ରକଳ୍ପଗୁଡିକ ତୁରନ୍ତ ମଞ୍ଜୁର ହେବା ଦିଗରେ ଏହା ବେଶ୍‌ ସହାୟକ ହେବ। ଏଥିସହ ଉକ୍ତ ପୋର୍ଟାଲ ଅକ୍ଷୟ ଶକ୍ତି ପ୍ରକଳ୍ପଗୁଡିକର ଅନୁମୋଦନ ଲାଗି ଆବଶ୍ୟକ ପ୍ରକ୍ରିୟାର ନିରୀକ୍ଷଣକୁ ମଧ୍ୟ ଅଧିକ ପ୍ରଭାବଶାଳୀ କରିବ। ଏତଦ୍‌ବ୍ୟତୀତ, ଉକ୍ତ ପୋର୍ଟାଲ ଅକ୍ଷୟ ଶକ୍ତି ପ୍ରକଳ୍ପଗୁଡିକର ସମୀକ୍ଷା ଏବଂ ଅନୁମୋଦନ ପ୍ରକ୍ରିୟାକୁ ଶୃଙ୍ଖଳିତ କରିବା ସହ ପ୍ରକଳ୍ପ ପଞ୍ଜୀକରଣ, ଟ୍ରାକିଂ ଏବଂ ଯୋଗାଯୋଗ ପାଇଁ ମଧ୍ୟ ଏକ ନିରାପଦ ତଥା ଦକ୍ଷ ମାଧ୍ୟମ ଭାବେ କାର୍ଯ୍ୟ କରିବ। ବିଶେଷକରି ଏହା ସାମଗ୍ରିକ ଭାବେ ରାଜ୍ୟରେ ଅକ୍ଷୟ ଶକ୍ତି ପ୍ରକଳ୍ପର ବିକାଶ,କାର୍ଯ୍ୟାନ୍ବୟନ ଏବଂ ରକ୍ଷଣାବେକ୍ଷଣ ପାଇଁ ମଧ୍ୟ ଏକ ବଳିଷ୍ଠ ମାଧ୍ୟମ ରୂପେ କାର୍ଯ୍ୟ କରିବ। ଅପରପକ୍ଷରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ର ଆବଶ୍ୟକତା ଅନୁଯାୟୀ, ଗ୍ରୀଡ୍‌କୋ ଦ୍ୱାରା ବିକଶିତ ଏହି ଓ୍ବେବ୍‌ ପୋର୍ଟାଲ, ରାଜ୍ୟରେ ଅକ୍ଷୟ ଶକ୍ତିର ବିକାଶକୁ ତ୍ୱରାନ୍ବିତ କରିବା ପାଇଁ ଉଦ୍ଦିଷ୍ଟ ରହିଛି। ଏପରିକି ଅକ୍ଷୟ ଶକ୍ତି ବିକାଶକାରୀଙ୍କ ପାଇଁ ଏହା ଏକ ସିଙ୍ଗଲ ଓ୍ବିଣ୍ଡୋ ପ୍ଲାଟ୍‌ଫର୍ମ ଭାବେ କାର୍ଯ୍ୟ କରିବ ବୋଲି ଗ୍ରୀଡ୍‌କୋ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri