ଦକ୍ଷିଣୀପାଲିରୁ ହକି ମହୋତ୍ସବର ଶୁଭାରମ୍ଭ

ସୋନପୁର,୨୪।୧୨(ନି.ପ୍ର.): ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ ଆରମ୍ଭ ହେବ। ବିଶ୍ୱକପ ହକିର ଆୟୋଜନରେ କେବଳ ଓଡିଶା ନୁହେଁ, ସାରା ଦେଶର ସମ୍ମାନ ଜଡିତ। ବିଶ୍ୱକପ୍‌ ହକିକୁ ସ୍ମରଣୀୟ କରିବା ପାଇଁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଛି । ଜାତୀୟ ଖେଳ ହକିର ପ୍ରଚାର ପ୍ରସାର ପାଇଁ ଜିଲାରେ ହକିର ଏନ୍ତୁଡିଶାଳ ଭାବେ ପରିଚିତ ଉଲୁଣ୍ଡା ବ୍ଲକର ଦକ୍ଷିଣୀପାଲିରୁ ହକି ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ ହୋଇଛି। ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ମୁଖ୍ୟଅତିଥି ଭାବେ ଯୋଗଦେଇ ମହୋତ୍ସବର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ହକି ସଚେତନତା ରଥର ଶୁଭାରମ୍ଭ ହୋଇଛି। ସୁସଜ୍ଜିତ ରଥ ୨୦ ଦିନ ଧରି ଜିଲାର ସମସ୍ତ ୧୦୯ ପଞ୍ଚାୟତ ପରିକ୍ରମା କରିବ। ପ୍ରତି ପଞ୍ଚାୟତ ଓ ବିଦ୍ୟାଳୟ ସ୍ତରରେ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ଗ୍ରହଣ କରାଯିବାର କାର୍ଯ୍ୟସୂଚୀ ରହିଛି। ଜିଲା କ୍ରୀଡା ବିଭାଗ ପକ୍ଷରୁ ଆୟୋଜିତ ମହୋତ୍ସବର ଉଦ୍‌ଘାଟନୀ ସଭାରେ ଜିଲାପାଳଙ୍କ ସମେତ ଏସ୍‌ପି ଅମରେଶ କୁମାର ପଣ୍ଡା, ଅତିରିକ୍ତ ଜିଲାପାଳ ସୂର୍ଯ୍ୟ ନାରାୟଣ ଦାଶ, ବୀରମହାରାଜପୁର ଉପଜିଲାପାଳ ଅଶୋକ କୁମାର ଭୋଇ, ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ବିଡିଓ ହେମସାଗର ଭୋଇ, ଜିଲା କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ, ଜିଲାର ବରିଷ୍ଠ ଅଧିକାରୀ ବୃନ୍ଦ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର କର୍ମକର୍ତ୍ତା ଉପସ୍ଥିତ ଥିଲେ। ପରେ ଦକ୍ଷିଣୀପାଲି ପଡିଆରେ ଦକ୍ଷିଣୀପାଲି ଓ ଏସ୍‌ ପତ୍ରାପାଲି ମଧ୍ୟରେ ଏକ ହକି ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଶତାଧିକ ହକିପ୍ରେମୀ ମ୍ୟାଚ୍‌କୁ ଉପଭୋଗ କରିଥିଲେ। କାର୍ଯ୍ୟକ୍ରମରେ ପଞ୍ଚାୟତସ୍ତରୀୟ ଲୋକ ପ୍ରତିନିଧି, ଜନସାଧାରଣ ଓ ହକିପ୍ରେମୀ ସାମିଲ ହୋଇଥିଲେ। ଉତ୍ସବରେ ସାଂସ୍କୃତିକ ଦଳ, ଅଞ୍ଚଳବାସୀଙ୍କ ପାରମ୍ପରିକ ସଙ୍ଗୀତ ଓ ନୃତ୍ୟର ଝଲକ ଦେଖିବାକୁ ମିଳିଥିଲା। ଜିଲାପାଳ ନରଓ୍ବଣେ ସ୍ଥାନୀୟ ଆଦିବାସୀ ଯୁବତୀଙ୍କ ସହିତ ପାରମ୍ପରିକ ନୃତ୍ୟର ତାଳେ ତାଳେ ଝୁମିଥିଲେ। ଏହା ଲୋକଙ୍କୁ ବେଶ ଆକର୍ଷିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri