ହୋଣ୍ଡାର ‘ବର୍ଦ୍ଧିତ ୱାରେଣ୍ଟି’ ପ୍ଲସ୍‌ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୮।୬: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମ (ଫାସିଲିଟି) ‘ବର୍ଦ୍ଧିତ ୱାରେଣ୍ଟି ପ୍ଲସ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ହୋଣ୍ଡାର ୨୫୦ସିସି ପର୍ଯ୍ୟନ୍ତ ସବୁ ସ୍କୁଟର ଓ ମୋଟରସାଇକେଲ ପାଇଁ ଉପରୋକ୍ତ ସୁବିଧା ଉପଲବ୍ଧ ହେଉଛି। ଏପରିକି ଏହା ଜରିଆରେ କମ୍ପାନୀ ଗ୍ରାହକମାନଙ୍କୁ ସମ୍ପୂର୍ଣ୍ଣ ମାନସିକ ଶାନ୍ତି ପ୍ରଦାନ କରୁଛି। ସେହିଭଳି ଗାଡ଼ି କିଣିବାର ୯୧ ଦିନରୁ ୯ ବର୍ଷ ମଧ୍ୟରେ ବର୍ଦ୍ଧିତ ୱାରେଣ୍ଟି ହାସଲ କରିବା ଲାଗି ଏହା ଗ୍ରାହକମାନଙ୍କୁ ସୁଯୋଗ ପ୍ରଦାନ କରୁଛି। ବିଶେଷକରି ୧୦ବର୍ଷର ୱାରେଣ୍ଟି ଗ୍ରାହକମାନଙ୍କୁ ପ୍ରଦାନ କରାଯାଉଥିବା ବେଳେ ମାଲିକାନା ହସ୍ତାନ୍ତର ଭଳି କ୍ଷେତ୍ରରେ ମଧ୍ୟ ଏହା ନୂଆ ମାଲିକଙ୍କୁ ସ୍ଥାନାନ୍ତର ହୋଇପାରୁଛି ଏବଂ ଏଥିରେ ନବୀକରଣ ବିକଳ୍ପ ସୁବିଧା ବି ରହିଛି। ଏପରିକି ବର୍ଦ୍ଧିତ ୱାରେଣ୍ଟି ପ୍ଲସ୍‌ରେ ଗ୍ରାହକମାନଙ୍କୁ ୩ଟି ବିକଳ୍ପ ପ୍ରଦାନ କରାଯାଉଛି।
ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆର ନିର୍ଦ୍ଦେଶକ (ବିକ୍ରି ଓ ମାର୍କେଟିଂ) ୟୋଗେଶ ମାଥୁର କହିଛନ୍ତି, ଗାଡ଼ି କିଣା ପ୍ରକ୍ରିୟାରେ ଗ୍ରାହକ ସନ୍ତୁଷ୍ଟି ସର୍ବଦା ଗୁରୁତ୍ୱପୂର୍ଣ୍ଣ ହୋଇ ରହିଥିବା ବେଳେ ବିକ୍ରି ପରବର୍ତ୍ତୀ ସେବା ସେଥିରେ ପ୍ରମୁଖ ଭୂମିକା ନିର୍ବାହ କରୁଛି। ଏପରିକି ଅଗ୍ରଣୀ ୨ଚକିଆ ଯାନ ନିର୍ମାତା ଭାବେ ଗ୍ରାହକ ସନ୍ତୁଷ୍ଟିକୁ ଅତିକ୍ରମ କରିବା ଏବଂ ନୂଆ ମାନଦଣ୍ଡ ଧାର୍ଯ୍ୟ କରିବାକୁ ହୋଣ୍ଡା ଲକ୍ଷ୍ୟ ରଖିଛି। ସୂଚନଯୋଗ୍ୟ, ୧୩୧୭ ଟଙ୍କାରୁ ଆରମ୍ଭ ହେଉଥିବା ଏହି ବର୍ଦ୍ଧିତ ୱାରେଣ୍ଟି ପ୍ଲସ୍‌ ସେବାକୁ ଗ୍ରାହକମାନେ ହୋଣ୍ଡାର ଯେକୌଣସି ସ୍ବୀକୃତିପ୍ରାପ୍ତ ହୋଣ୍ଡା ସର୍ଭିସ୍‌ ସେଣ୍ଟରରୁ କିଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri