ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ ବଜାର ସଂଯୋଜିତ ପେନ୍‌ସନ ଉପତ୍ାଦ ହୋଇଥିଲାବେଳେ ଗ୍ରାହକଙ୍କୁ ଏହା ଏକ ମୂଲ୍ୟ ଓ ଟିକସ ଦକ୍ଷ ଅବସରକାଳୀନ ପାଣ୍ଠି ନିର୍ମାଣ କରିବା ପାଇଁ ସକ୍ଷମ କରୁଛି। ସେହିଭଳି ଅବସରକାଳୀନ ଯୋଜନା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହୋଇଥିଲାବେଳେ ଆର୍ଥିକ ରୂପେ ସ୍ବାଧୀନ ହେବା ଦ୍ୱାରା ଏହା ସମସ୍ତ ଗ୍ରାହକଙ୍କ ଲାଗି ଜରୁରୀ ହୋଇଥାଏ। ଏହି ସ୍ବତନ୍ତ୍ର ଉପତ୍ାଦ ଗ୍ରାହକଙ୍କୁ ଅବସର ଯୋଜନାର ଉଭୟ ପାଣ୍ଠି ସଂଗ୍ରହ ଓ ଆୟ ସୃଷ୍ଟି ପର୍ଯ୍ୟାୟ ପାଇଁ ପ୍ରଭାବୀ ରୂପେ ଯୋଜନା ପ୍ରସ୍ତୁତ କରିବାରେ ସାହାଯ୍ୟ କରୁଛି। ଏ ସମ୍ପର୍କରେ ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ମୁଖ୍ୟ ବିତରଣ ଅଧିକାରୀ ଅମିତ୍‌ ପାଲ୍‌ଟା କହିଛନ୍ତି, ଆମେ ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ ପ୍ରଦାନକରି ଖୁସି ଅନୁଭବ କରୁଛୁ। ଏହା ହେଉଛି ଏକ ବଜାର ସଂଯୋଜିତ ଉପତ୍ାଦ ଯାହା ଗ୍ରାହକଙ୍କୁ ନିଜର ଅବସରକାଳୀନ ପାଣ୍ଠି ନିର୍ମାଣ କରିବା ପାଇଁ ଭାରତୀୟ ଅଭିବୃଦ୍ଧି କାହାଣୀରେ ଅଂଶଗ୍ରହଣ କରିବା ପାଇଁ ସୁଯୋଗ ଦେଉଛି। ଏହି ଉପତ୍ାଦ ରିଟର୍ନକୁ ସର୍ବାଧିକ କରିବା ପାଇଁ ଇକ୍ୱିଟି, ଋଣ ଓ ସନ୍ତୁଳିତ ଫଣ୍ଡଗୁଡିକ ମଧ୍ୟରେ ଅସୀମିତ ମାଗଣା ସ୍ଥାନାନ୍ତର ପ୍ରଦାନ କରିବା ବ୍ୟତୀତ ଗ୍ରାହକଙ୍କୁ ଇକ୍ୱିଟି ପାଇଁ ୧୦୦% ଏକ୍ସପୋଜର ରଖିବାକୁ ଅନୁମତି ଦେଉଛି। ଏହି ଉପତ୍ାଦ ସହିତ କମ୍ପାନୀ ଦୁଇଟି ନୂତନ ଫଣ୍ଡ-ଆଇସିଆଇସିଆଇ ପ୍ରୁ ପେନ୍‌ସନ ଇଣ୍ଡିଆ ଗ୍ରୋଥ୍‌ ଫଣ୍ଡ ଓ ଆଇସିଆଇସିଆଇ ପ୍ରୁ ପେନ୍‌ସନ ବାଲାନ୍ସଡ ଫଣ୍ଡ ମଧ୍ୟ ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri