ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ

ମୁମ୍ବାଇ,୧୧।୧୧:ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଜିଓ ଟ୍ରୁ-୫ଜି ସେବାର ସଫଳ ବିଟା ପରୀକ୍ଷଣର ଶୁଭାରମ୍ଭ ପରେ ରିଲାଏନ୍ସ ଜିଓ ପକ୍ଷରୁ ଗୁରୁବାର ବେଙ୍ଗାଲୁରୁ ଓ ହାଇଦ୍ରାବାଦଠାରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ଉକ୍ତ ୨ସହର ଭାରତର ସାଇବର ଓ ଡିଜିଟାଲ ହବ୍‌ ଭାବେ ପରିଗଣିତ ହେଉଥିବାରୁ ଜିଓ ଟ୍ରୁ-୫ଜିର ପ୍ରକୃତ ପରୀକ୍ଷା ଉକ୍ତ ସହରରେ ହେବ। ସେହିଭଳି ଜିଓର ଟ୍ରୁ-୫ଜି ସେବା ପୂର୍ବରୁ ୬ଟି ସହରରେ ଲକ୍ଷ ଲକ୍ଷ ଗ୍ରାହକଙ୍କ ଦ୍ୱାରା ବ୍ୟବହାର କରାଯାଉଛି ଏବଂ ସେମାନଙ୍କଠାରୁ ମିଳୁଥିବା ପ୍ରତିକ୍ରିୟା ବେଶ୍‌ ସକାରାତ୍ମକ ରହିଛି। ଏହାର ଗ୍ରାହକମାନଙ୍କ ପ୍ରତିକ୍ରିୟା ଆଧାରରେ କମ୍ପାନୀ ତା’ର ନେଟ୍‌ୱର୍କକୁ ନିୟମିତ ଭାବେ ମଜଭୁତ କରିବା କାର୍ଯ୍ୟ ଜାରି ରଖିଛି। ସେହିପରି ଜିଓ ନିଜର ଟ୍ରୁ-୫ଜି ସେବାକୁ ପର୍ଯ୍ୟାୟକ୍ରମେ ଶୁଭାରମ୍ଭ କରୁଛି, ଯଦ୍ଦ୍ବାରା ଗ୍ରାହକମାନଙ୍କୁ ସର୍ବୋତ୍କୃଷ୍ଟ ଅନୁଭବ ମିଳିପାରିବ। ଜିଓ ପକ୍ଷରୁ କୁହାଯାଇଛି ଯେ ଗ୍ରାହକମାନେ ନିଜ ସ୍ମାର୍ଟଫୋନ୍‌ରେ ୫୦୦ଏମ୍‌ବିପିଏସ୍‌ରୁ ୧ ଜିବିପିଏସ୍‌ ଭଳି ସ୍ପିଡ୍‌ରେ ଡାଟା ହାସଲ କରୁଛନ୍ତି ଏବଂ ଗ୍ରାହକମାନେ ବିପୁଳ ପରିମାଣର ଡାଟା ବ୍ୟବହାର କରୁଛନ୍ତି। କମ୍ପାନୀ ମତରେ ଏହା ହେଉଛି ଭାରତର ଏକମାତ୍ର ଟ୍ରୁ-୫ଜି ନେଟ୍‌ୱର୍କ। ତାହାର ଭଲ ଦିଗଗୁଡ଼ିକ ହେଉଛି ଷ୍ଟାଣ୍ଡ୍‌-ଏଲୋନ୍‌ ୫ଜି ଆର୍କିଟେକ୍ଚର ନେଟ୍‌ୱର୍କ ଯାହାର ୪ଜି ନେଟ୍‌ୱର୍କ ଉପରେ ନିର୍ଭରଶୀଳତା ଶୂନ । ଅର୍ଥାତ୍‌ ଏହାକୁ ୪ଜି ନେଟ୍‌ୱର୍କ ଉପରେ ଆଦୌ ନିର୍ଭରଶୀଳ ରହିବାକୁ ପଡ଼ିବନାହିଁ। କମ୍ପାନୀ ପାଖରେ ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ ଏବଂ ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ରେ ୫ଜି ସ୍ପେକ୍ଟ୍ରମ୍‌ର ସର୍ବବୃହତ୍‌ ଏବଂ ଉତ୍ତମ ମିଶ୍ରଣ ରହିଛି। କ୍ୟାରିୟର ଏଗ୍ରିଗେସନ କୌଶଳକୁ ବ୍ୟବହାର କରି ଜିଓ ଏହି ୫ଜି ଫ୍ରିକ୍ୟୁଏନ୍ସିଗୁଡ଼ିକର ଏକ ମଜଭୁତ ‘ଡାଟା ହାଇୱେ’ ପ୍ରସ୍ତୁତ କରୁଛି। ନଭେମ୍ବର ୧୦ରୁ ବେଙ୍ଗାଲରୁଏବଂ ହାଇଦ୍ରାବାଦରେ ଜିଓ ବ୍ୟବହାରକାରୀମାନଙ୍କୁ ଜିଓ ୱେଲ୍‌କମ୍‌ ଅଫର ଅଧୀନରେ ଆମନ୍ତ୍ରଣ କରାଯିବା ପ୍ରକ୍ରିୟା ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍‌ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୩।୧୨:ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଘୋଷଣା କରିଛି ଯେ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI), HDFC ବ୍ୟାଙ୍କ ଏବଂ ICICI ବ୍ୟାଙ୍କ ଘରୋଇ ସିଷ୍ଟମଲିକାଲି ଇମ୍ପୋର୍ଟଣ୍ଟ...

ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍‌ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri