ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ

ମୁମ୍ବାଇ,୧୧।୧୧:ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଜିଓ ଟ୍ରୁ-୫ଜି ସେବାର ସଫଳ ବିଟା ପରୀକ୍ଷଣର ଶୁଭାରମ୍ଭ ପରେ ରିଲାଏନ୍ସ ଜିଓ ପକ୍ଷରୁ ଗୁରୁବାର ବେଙ୍ଗାଲୁରୁ ଓ ହାଇଦ୍ରାବାଦଠାରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ଉକ୍ତ ୨ସହର ଭାରତର ସାଇବର ଓ ଡିଜିଟାଲ ହବ୍‌ ଭାବେ ପରିଗଣିତ ହେଉଥିବାରୁ ଜିଓ ଟ୍ରୁ-୫ଜିର ପ୍ରକୃତ ପରୀକ୍ଷା ଉକ୍ତ ସହରରେ ହେବ। ସେହିଭଳି ଜିଓର ଟ୍ରୁ-୫ଜି ସେବା ପୂର୍ବରୁ ୬ଟି ସହରରେ ଲକ୍ଷ ଲକ୍ଷ ଗ୍ରାହକଙ୍କ ଦ୍ୱାରା ବ୍ୟବହାର କରାଯାଉଛି ଏବଂ ସେମାନଙ୍କଠାରୁ ମିଳୁଥିବା ପ୍ରତିକ୍ରିୟା ବେଶ୍‌ ସକାରାତ୍ମକ ରହିଛି। ଏହାର ଗ୍ରାହକମାନଙ୍କ ପ୍ରତିକ୍ରିୟା ଆଧାରରେ କମ୍ପାନୀ ତା’ର ନେଟ୍‌ୱର୍କକୁ ନିୟମିତ ଭାବେ ମଜଭୁତ କରିବା କାର୍ଯ୍ୟ ଜାରି ରଖିଛି। ସେହିପରି ଜିଓ ନିଜର ଟ୍ରୁ-୫ଜି ସେବାକୁ ପର୍ଯ୍ୟାୟକ୍ରମେ ଶୁଭାରମ୍ଭ କରୁଛି, ଯଦ୍ଦ୍ବାରା ଗ୍ରାହକମାନଙ୍କୁ ସର୍ବୋତ୍କୃଷ୍ଟ ଅନୁଭବ ମିଳିପାରିବ। ଜିଓ ପକ୍ଷରୁ କୁହାଯାଇଛି ଯେ ଗ୍ରାହକମାନେ ନିଜ ସ୍ମାର୍ଟଫୋନ୍‌ରେ ୫୦୦ଏମ୍‌ବିପିଏସ୍‌ରୁ ୧ ଜିବିପିଏସ୍‌ ଭଳି ସ୍ପିଡ୍‌ରେ ଡାଟା ହାସଲ କରୁଛନ୍ତି ଏବଂ ଗ୍ରାହକମାନେ ବିପୁଳ ପରିମାଣର ଡାଟା ବ୍ୟବହାର କରୁଛନ୍ତି। କମ୍ପାନୀ ମତରେ ଏହା ହେଉଛି ଭାରତର ଏକମାତ୍ର ଟ୍ରୁ-୫ଜି ନେଟ୍‌ୱର୍କ। ତାହାର ଭଲ ଦିଗଗୁଡ଼ିକ ହେଉଛି ଷ୍ଟାଣ୍ଡ୍‌-ଏଲୋନ୍‌ ୫ଜି ଆର୍କିଟେକ୍ଚର ନେଟ୍‌ୱର୍କ ଯାହାର ୪ଜି ନେଟ୍‌ୱର୍କ ଉପରେ ନିର୍ଭରଶୀଳତା ଶୂନ । ଅର୍ଥାତ୍‌ ଏହାକୁ ୪ଜି ନେଟ୍‌ୱର୍କ ଉପରେ ଆଦୌ ନିର୍ଭରଶୀଳ ରହିବାକୁ ପଡ଼ିବନାହିଁ। କମ୍ପାନୀ ପାଖରେ ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ ଏବଂ ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ରେ ୫ଜି ସ୍ପେକ୍ଟ୍ରମ୍‌ର ସର୍ବବୃହତ୍‌ ଏବଂ ଉତ୍ତମ ମିଶ୍ରଣ ରହିଛି। କ୍ୟାରିୟର ଏଗ୍ରିଗେସନ କୌଶଳକୁ ବ୍ୟବହାର କରି ଜିଓ ଏହି ୫ଜି ଫ୍ରିକ୍ୟୁଏନ୍ସିଗୁଡ଼ିକର ଏକ ମଜଭୁତ ‘ଡାଟା ହାଇୱେ’ ପ୍ରସ୍ତୁତ କରୁଛି। ନଭେମ୍ବର ୧୦ରୁ ବେଙ୍ଗାଲରୁଏବଂ ହାଇଦ୍ରାବାଦରେ ଜିଓ ବ୍ୟବହାରକାରୀମାନଙ୍କୁ ଜିଓ ୱେଲ୍‌କମ୍‌ ଅଫର ଅଧୀନରେ ଆମନ୍ତ୍ରଣ କରାଯିବା ପ୍ରକ୍ରିୟା ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri