ମାଲକାନଗିରିରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ: ୧୦ ଟଙ୍କା ଦେଇ ବସ୍‌ରେ ଯାତ୍ରା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ/ନୃସିଂହ ଚରଣ ମହାନ୍ତି): ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଗୁରୁବାର ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍‌ କିଣି ମାଲକାନଗିରିରୁ ଏମ.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ ବିକ୍ୟୁଏସ୍‌ର ଶୁଭାରମ୍ଭ କରିଛନ୍ତି।

ଓଡିଶାର ବିକାଶରେ ମାଲକାନଗିରିର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଲକାନଗିରିରୁ ହିଁ ଏକ ଟଙ୍କିଆ ଚାଉଳ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପରି ପ୍ରମୁଖ ଯୋଜନା ଆରମ୍ଭ କରିଥିଲି। ଆଜି ପୁଣି ଥରେ ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା ‘ଲକ୍ଷ୍ମୀ ଯୋଜନା’ ଆରମ୍ଭ କରି ମୁଁ ବହୁତ ଖୁସି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଲକାନଗିରି ଗସ୍ତରୁ ସେ ଲୋକଙ୍କ ଅସୁବିଧା ବିଷୟରେ ଜାଣି ଲକ୍ଷ୍ମୀ ଯୋଜନାର ପରିକଳ୍ପନା କରାଯାଇଛି। ଏହି ଯୋଜନା ଆମର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଆମର ଅର୍ଥନୀତିକୁ ଆହୁରି ମଜଭୁତ କରିବ ଏବଂ ଗାଁ ଗାଁରେ ସମୃଦ୍ଧି ଆଣିବ ବୋଲି ସେ କହିଛନ୍ତି।

ଏହି ଯୋଜନାରେ ସାରା ରାଜ୍ୟରେ ୧ ହଜାରରୁ ଅଧିକ ବସ୍‌ ଚାଲିବ। ମାଲକାନଗିରିରେ ଆଜି ୩୬ଟି ବସ୍‌ ଶୁଭାରମ୍ଭ ହୋଇଛି। ମାଲକାନଗିରିର ୧୧୧ଟି ପଞ୍ଚାୟତକୁ ବସ୍‌ ସୁବିଧା ମିଳିଛି। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ସହ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳରେ ଲକ୍ଷ୍ମୀ ଯୋଜନାରେ ବସ୍‌ ଚାଲିବ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri