ଏମ୍‌ଇଏମ୍‌ସି ଇନ୍‌ସ୍ପେକ୍ସନ୍‌ ଉଇକିର ଶୁଭାରମ୍ଭ

ନୂଆଦିଲ୍ଲୀ,୪।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍ସଲର ମିତ୍ତଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ (ଏଏମ୍‌ଆଇପିଏଲ୍‌) ଏବଂ ଇଣ୍ଡିଆନ ବ୍ୟୁରୋ ଅଫ୍‌ ମାଇନ୍ସ (ଆଇବିଏମ୍‌) ର ଭୁବନେଶ୍ୱର କାର୍ଯ୍ୟାଳୟ ସହଯୋଗରେ ୨୪ତମ ଖଣି ପରିବେଶ ଏବଂ ଖଣିଜ ସଂରକ୍ଷଣ (ଏମ୍‌ଇଏମ୍‌ସି) ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଠାକୁରାଣୀ ଖଣି କର୍ମଚାରୀ ଓ ଶ୍ରମିକଙ୍କ ଉପସ୍ଥିତିରେ ଖଣି ପରିଚାଳକ ପ୍ରମୋଦ କୁମାର ମିଶ୍ର ପତାକା ଉତ୍ତୋଳନ କରିଥିଲେ। ଏପରିକି ଏକ ଇନ୍‌ସ୍ପେକ୍ସନ୍‌ ଦଳର ନେତୃତ୍ୱରେ ଠାକୁରାଣୀ ଆଇରନ୍‌ ଖଣିଠାରେ ଏମ୍‌ଇଏମ୍‌ସି ଇନ୍‌ସ୍ପେକ୍ସନ୍‌ ସପ୍ତାହର ଶୁଭାରମ୍ଭ କରାଯାଇଥିଲା।
ଏ ସମ୍ପର୍କରେ ସିନିୟର ଲିଡ୍‌ ଜିଓଲୋଜି ଏବଂ କ୍ୱାଲିଟି କଣ୍ଟ୍ରୋଲ ଅଧିକାରୀ ସୁଶାନ୍ତ କୁମାର ମହନ୍ତ ଏଏମ୍‌ଆଇପିଏଲ୍‌ ଦ୍ୱାରା ମାଇନ୍ସ ପରିବେଶ ଏବଂ ଖଣିଜ ସଂରକ୍ଷଣ ଏବଂ ସ୍ଥାୟୀ ଖଣି ପାଇଁ ନିଆଯାଇଥିବା ବିଶେଷ କାର୍ଯ୍ୟକଳାପ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ଏପରିକି ଏଏମ୍‌ଆଇପିଏଲ୍‌ ଅଧୀନରେ କାର୍ଯ୍ୟ କରୁଥିବା ବିଭିନ୍ନ ସଙ୍ଗଠନ ଏବଂ ସହଯୋଗୀମାନେ ଖଣି ଅଞ୍ଚଳରେ ସେମାନଙ୍କର କାର୍ଯ୍ୟ ପ୍ରଦର୍ଶନ କରିବା ପାଇଁ ଚିତ୍ତାକର୍ଷକ ଷ୍ଟଲ୍‌ ସ୍ଥାପନ କରିଥିଲେ। ବିଶେଷକରି ଏଏମ୍‌ଆଇପିଏଲ୍‌ ଦ୍ୱାରା ଖଣି ଅଞ୍ଚଳରେ ସମାଜର ସାମୂହିକ ବିକାଶ ଏବଂ ପରିବେଶ ପରିଚାଳନା ଯୋଜନା ପାଇଁ ସିଏସ୍‌ଆର୍‌ କାର୍ଯ୍ୟକଳାପ ମଧ୍ୟ ଷ୍ଟଲ୍‌ରେ ପ୍ରଦର୍ଶିତ ହୋଇଥିଲା। ଅପରପକ୍ଷରେ ଏମ୍‌ଇଏମ୍‌ସି ସପ୍ତାହ ଉପଲକ୍ଷେ ସ୍ଲୋଗାନ, ପୋଷ୍ଟର, ବିତର୍କ ଏବଂ ପ୍ରବନ୍ଧ ପ୍ରତିଯୋଗିତା ଭଳି ବିଭିନ୍ନ ପରିବେଶ ସଚେତନତା କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri