ଏମ୍‌ଇଏମ୍‌ସି ଇନ୍‌ସ୍ପେକ୍ସନ୍‌ ଉଇକିର ଶୁଭାରମ୍ଭ

ନୂଆଦିଲ୍ଲୀ,୪।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍ସଲର ମିତ୍ତଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ (ଏଏମ୍‌ଆଇପିଏଲ୍‌) ଏବଂ ଇଣ୍ଡିଆନ ବ୍ୟୁରୋ ଅଫ୍‌ ମାଇନ୍ସ (ଆଇବିଏମ୍‌) ର ଭୁବନେଶ୍ୱର କାର୍ଯ୍ୟାଳୟ ସହଯୋଗରେ ୨୪ତମ ଖଣି ପରିବେଶ ଏବଂ ଖଣିଜ ସଂରକ୍ଷଣ (ଏମ୍‌ଇଏମ୍‌ସି) ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଠାକୁରାଣୀ ଖଣି କର୍ମଚାରୀ ଓ ଶ୍ରମିକଙ୍କ ଉପସ୍ଥିତିରେ ଖଣି ପରିଚାଳକ ପ୍ରମୋଦ କୁମାର ମିଶ୍ର ପତାକା ଉତ୍ତୋଳନ କରିଥିଲେ। ଏପରିକି ଏକ ଇନ୍‌ସ୍ପେକ୍ସନ୍‌ ଦଳର ନେତୃତ୍ୱରେ ଠାକୁରାଣୀ ଆଇରନ୍‌ ଖଣିଠାରେ ଏମ୍‌ଇଏମ୍‌ସି ଇନ୍‌ସ୍ପେକ୍ସନ୍‌ ସପ୍ତାହର ଶୁଭାରମ୍ଭ କରାଯାଇଥିଲା।
ଏ ସମ୍ପର୍କରେ ସିନିୟର ଲିଡ୍‌ ଜିଓଲୋଜି ଏବଂ କ୍ୱାଲିଟି କଣ୍ଟ୍ରୋଲ ଅଧିକାରୀ ସୁଶାନ୍ତ କୁମାର ମହନ୍ତ ଏଏମ୍‌ଆଇପିଏଲ୍‌ ଦ୍ୱାରା ମାଇନ୍ସ ପରିବେଶ ଏବଂ ଖଣିଜ ସଂରକ୍ଷଣ ଏବଂ ସ୍ଥାୟୀ ଖଣି ପାଇଁ ନିଆଯାଇଥିବା ବିଶେଷ କାର୍ଯ୍ୟକଳାପ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ଏପରିକି ଏଏମ୍‌ଆଇପିଏଲ୍‌ ଅଧୀନରେ କାର୍ଯ୍ୟ କରୁଥିବା ବିଭିନ୍ନ ସଙ୍ଗଠନ ଏବଂ ସହଯୋଗୀମାନେ ଖଣି ଅଞ୍ଚଳରେ ସେମାନଙ୍କର କାର୍ଯ୍ୟ ପ୍ରଦର୍ଶନ କରିବା ପାଇଁ ଚିତ୍ତାକର୍ଷକ ଷ୍ଟଲ୍‌ ସ୍ଥାପନ କରିଥିଲେ। ବିଶେଷକରି ଏଏମ୍‌ଆଇପିଏଲ୍‌ ଦ୍ୱାରା ଖଣି ଅଞ୍ଚଳରେ ସମାଜର ସାମୂହିକ ବିକାଶ ଏବଂ ପରିବେଶ ପରିଚାଳନା ଯୋଜନା ପାଇଁ ସିଏସ୍‌ଆର୍‌ କାର୍ଯ୍ୟକଳାପ ମଧ୍ୟ ଷ୍ଟଲ୍‌ରେ ପ୍ରଦର୍ଶିତ ହୋଇଥିଲା। ଅପରପକ୍ଷରେ ଏମ୍‌ଇଏମ୍‌ସି ସପ୍ତାହ ଉପଲକ୍ଷେ ସ୍ଲୋଗାନ, ପୋଷ୍ଟର, ବିତର୍କ ଏବଂ ପ୍ରବନ୍ଧ ପ୍ରତିଯୋଗିତା ଭଳି ବିଭିନ୍ନ ପରିବେଶ ସଚେତନତା କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri