ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ: ସ୍କୁଟର ପାଇଲେ ୧୫ ହଜାର ସଦସ୍ୟା

ଭୁବନେଶ୍ୱର,୧୧ା୧୦(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି। ଲୋକସେବା ଭବନ କନ୍‌ଭେନଶନ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ କହିଛନ୍ତି ଯେ, ମହିଳା ସଶକ୍ତୀକରଣ କ୍ଷେତ୍ରରେ ଆଜି ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇରହିବ। ମହିଳା ସଶକ୍ତୀକରଣ କ୍ଷେତ୍ରରେ ଆଜି ଆମେ ଆଉ ଏକ ପାଦ ଆଗକୁ ଆସିଛୁ। ମିଶନ ଶକ୍ତି ମା’ମାନଙ୍କୁ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦେଉଛୁ। ସେମାନଙ୍କର ଏହି ଋଣ ବାବଦକୁ ରାଜ୍ୟ ସରକାର ୫୨୮ କୋଟି ଟଙ୍କାର ସୁଧ ଦେବେ। ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନେ ସ୍କୁଟର ପାଇବେ। ଯୋଜନାର ଶୁଭାରମ୍ଭ ଅବସରରେ ୧୫ ହଜାର ସଦସ୍ୟାଙ୍କୁ ସ୍କୁଟର ଦିଆଯାଇଛି। ଗତି ହିଁ ଶକ୍ତି। ଗତି ହିଁ ସଶକ୍ତୀକରଣ। ସ୍କୁଟର ଯୋଜନା ମା’ମାନଙ୍କ ଯାତାୟାତକୁ ସୁଗମ କରିବ। ବୃତ୍ତିଗତ କ୍ଷେତ୍ରରେ ମଧ୍ୟ ନୂଆ ସୁଯୋଗ ଆଣିବ। ମା’ମାନେ ବହୁତ ଭଲ କାମ କରୁଛନ୍ତି। ମୋର ପୂରା ବିଶ୍ୱାସ ମା’ମାନେ ଏବେ ଆହୁରି ଭଲ କାମ କରିବେ। ୭୦ ଲକ୍ଷ ସଦସ୍ୟମାନଙ୍କ ନିଜର ଅନୁଷ୍ଠାନ ମିଶନ ଶକ୍ତି ଆହୁରି ମଜଭୁତ ହେବ। ମା’ମାନଙ୍କ ଗତିଶୀଳତା ଓଡ଼ିଶାର ପ୍ରଗତିକୁ ନୂଆ ବେଗ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?