ସମ୍ବଲପୁର, ବ୍ରହ୍ମପୁରରେ ‘ମୋ ବସ୍‌’ ସେବା ଶୁଭାରମ୍ଭ

ଭୁବନେଶ୍ୱର,୧୦ା୩(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି। ଉଭୟ ସହରରେ ୧୫ଟି ଲେଖାଏ ବସ୍‌ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍‌କେସିଜି ମେଡିକାଲ କଲେଜ-ଇଞ୍ଜିନିୟରିଂ ସ୍କୁଲ-ରେଲୱେ ଷ୍ଟେଶନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର। ୫-ଟି ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡ଼େ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି। ମୋ ବସ୍‌ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡ଼ିଶା ଦିଗରେ ଆମର ଉଦ୍ୟମକୁ ଶକ୍ତିଶାଳୀ କରୁଛି। ସମ୍ବଲପୁର ଓ ବ୍ରହ୍ମପୁର ସହରରେ ମୋ ବସ୍‌ ସେବା ଆରମ୍ଭ ହେଲା। ଏହାଦ୍ୱାରା ଲୋକମାନେ ସହର ଭିତରେ ଏବଂ ଆଖପାଖ ଅଞ୍ଚଳକୁ ସୁବିଧାରେ ଏବଂ କମ୍‌ ଖର୍ଚ୍ଚରେ ଯିବାଆସିବା କରିପାରିବେ। ମୋ ବସ୍‌ ପାଇଁ ଉଭୟ କ୍ୟାଶ୍‌ ଓ ଡିଜିଟାଲ ମୋଡ୍‌ରେ ପେମେଣ୍ଟ ବ୍ୟବସ୍ଥା ସହିତ ‘ମୋ ବସ୍‌ କାର୍ଡ ଟ୍ୟାପ୍‌ ଆଣ୍ଡ ପେ’ ସୁବିଧା କରାଯାଇଛି। ଏଥିରେ ଯାତ୍ରୀମାନଙ୍କର ସୁରକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମ୍ବଲପୁର ମୋ ବସ୍‌ଗୁଡ଼ିକରେ ୯୦ ପ୍ରତିଶତ କଣ୍ଡକ୍ଟର ଭାବେ ମା’ମାନଙ୍କୁ ନିଯୁକ୍ତି ଦିଆଯାଇଛି। କମ୍‌ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ମୋ ବସ୍‌ ସେବାର ଲକ୍ଷ୍ୟ। ଆଗକୁ ରାଜ୍ୟର ସବୁ ସହରରେ ମୋ ବସ୍‌ ସେବା ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ସମ୍ବଲପୁରରେ ବିଧାୟକ ରୋହିତ ପୂଜାରୀ ଯୋଗଦେଇ କହିଛନ୍ତି, ଗ୍ରାମାଞ୍ଚଳରେ ଲକ୍ଷ୍ମୀ ବସ୍‌ ଭଳି ମୋ ବସ୍‌ ସେବା ନିଶ୍ଚିତ ଭାବେ ସହରାଞ୍ଚଳ ଗମନାଗମନ ବ୍ୟବସ୍ଥାରେ ସୁବିଧା ଆଣିବ। ବିକାଶର ଧାରା ସମ୍ବଲପୁର ଜିଲାରେ ଜାରି ରହିଛି। ଏଥିପାଇଁ ଜିଲାବାସୀ ବହୁତ ଖୁସି। ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଜିଲାବାସୀଙ୍କ ତରଫରୁ ସେ ଧନ୍ୟବାଦ ଜଣାଇଛନ୍ତି।
ବ୍ରହ୍ମପୁରରେ ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇ କହିଛନ୍ତି, ବ୍ରହ୍ମପୁର ସହରରେ ପିଇବା ପାଣିଠାରୁ ଆରମ୍ଭ କରି ଗମନାଗମନ ପାଇଁ ମୋ ବସ୍‌ ପର୍ଯ୍ୟନ୍ତ ସମସ୍ତ ସୁବିଧା ମୁଖ୍ୟମନ୍ତ୍ରୀ ସହରବାସୀଙ୍କୁ ଯୋଗାଇ ଦେଇଛନ୍ତି। ସମାଜର ସମସ୍ତ ବର୍ଗର ଲୋକଙ୍କ କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ରହିଛି। ଏହି ଦୂରଦୃଷ୍ଟିସମ୍ପନ୍ନ ଚିନ୍ତାଧାରା ଯୋଗୁ ମୁଖ୍ୟମନ୍ତ୍ରୀ ଆଜି ବିଶ୍ୱ ଦରବାରରେ ଓଡ଼ିଶାକୁ ଏକ ସ୍ବତନ୍ତ୍ର ପରିଚୟ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥିଭାଥାନନ୍‌ ଉପସ୍ଥିତ ଥିଲେ। ସମ୍ବଲପୁରଠାରେ ଉପସ୍ଥିତ କ୍ରୁଟ୍‌ର ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି…

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ...

ସଟର ତାଡି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ସକାଳେ ଦୋକାନୀ ମାଲିକ ପହଞ୍ଚିଲା ପରେ…

ଲୋଇସିଂହା, ୧୮।୧୨( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବସଷ୍ଟାଣ୍ଡ ସ୍ଥିତ ଜେଶ୍ମିନ ଅଳଙ୍କାର ଦୋକାନରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଦୋକାନ ମାଲିକ...

ଏହି ଦେଶରେ ବଢ଼ିବ ମୁସଲମାନଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ହେବ ବଡ଼ ପରିବର୍ତ୍ତନ

ମସ୍କୋ,୧୮ା୧୨: ୨୦୩୦ ସୁଦ୍ଧା ଏକ ଦେଶରେ ମୁସଲମାନଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଇବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏମିତି ଏକ ଦେଶ ହେଉଛି...

‘ମୁଁ ଇସ୍ତଫା ଦେଇଦେବି’, କାହିଁକି ଏମିତି ଘୋଷଣା କଲେ FBI ଡେପୁଟି ଡାଇରେକ୍ଟର? ଟ୍ରମ୍ପଙ୍କୁ ଲେଖିଲେ ଏମିତି ପତ୍ର

ଓ୍ବାଶିଂଟନ,୧୮।୧୨: ଏଫବିଆଇର ଡେପୁଟି ଡାଇରେକ୍ଟର ଡାନ ବୋଙ୍ଗିନୋ ବୁଧବାର ଘୋଷଣା କରିଛନ୍ତି ଯେ ସେ ଚାକିରି ଆରମ୍ଭ କରିବାର ୧୦ ମାସରୁ କମ ସମୟ ପରେ...

ୟୁନୁସ ସରକାରଙ୍କୁ ପାନେ ଦେବ ଭାରତ: ନେଲା ବଡ଼ ନିଷ୍ପତ୍ତି

ଓ୍ବାଶିଂଟନ୍‌,୧୮।୧୨: ଡିସେମ୍ବର ୧୭ରେ ବାଂଲାଦେଶରେ ଭାରତୀୟ ହାଇକମିଶନ ସମ୍ମୁଖରେ ଯାହା ଘଟିଥିଲା ତାହା କୌଣସି ଦୁର୍ଘଟଣା ନୁହେଁ। ଏହା ଏକ ସୁଚିନ୍ତିତ ରଣନୀତିର ଅଂଶ ଭାବରେ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଆମେରିକାର ସବୁଠାରୁ ବଡ଼ ନ୍ୟୁଜ ନେଟୱାର୍କ, CNN ର ଭବିଷ୍ୟତ କ’ଣ ହେବ? ଟ୍ରମ୍ପଙ୍କ ଚାପ ପରେ ଉଠିଲାଣି ପ୍ରଶ୍ନ

ଓ୍ବାଶିଂଟନ,୧୮।୧୨: CNN ଏକ ଅନିଶ୍ଚିତ ଭବିଷ୍ୟତର ସମ୍ମୁଖୀନ ହେଉଛି, ଏହାର ମୂଳ କମ୍ପାନୀ, ୱାର୍ନର ବ୍ରଦର୍ସ ଡିସ୍କଭରୀ (WBD), ଏକ ସମ୍ଭାବ୍ୟ ଅଧିଗ୍ରହଣର ସମ୍ମୁଖୀନ ହେଉଛି।...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri