ସମ୍ବଲପୁର, ବ୍ରହ୍ମପୁରରେ ‘ମୋ ବସ୍‌’ ସେବା ଶୁଭାରମ୍ଭ

ଭୁବନେଶ୍ୱର,୧୦ା୩(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି। ଉଭୟ ସହରରେ ୧୫ଟି ଲେଖାଏ ବସ୍‌ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍‌କେସିଜି ମେଡିକାଲ କଲେଜ-ଇଞ୍ଜିନିୟରିଂ ସ୍କୁଲ-ରେଲୱେ ଷ୍ଟେଶନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର। ୫-ଟି ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡ଼େ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି। ମୋ ବସ୍‌ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡ଼ିଶା ଦିଗରେ ଆମର ଉଦ୍ୟମକୁ ଶକ୍ତିଶାଳୀ କରୁଛି। ସମ୍ବଲପୁର ଓ ବ୍ରହ୍ମପୁର ସହରରେ ମୋ ବସ୍‌ ସେବା ଆରମ୍ଭ ହେଲା। ଏହାଦ୍ୱାରା ଲୋକମାନେ ସହର ଭିତରେ ଏବଂ ଆଖପାଖ ଅଞ୍ଚଳକୁ ସୁବିଧାରେ ଏବଂ କମ୍‌ ଖର୍ଚ୍ଚରେ ଯିବାଆସିବା କରିପାରିବେ। ମୋ ବସ୍‌ ପାଇଁ ଉଭୟ କ୍ୟାଶ୍‌ ଓ ଡିଜିଟାଲ ମୋଡ୍‌ରେ ପେମେଣ୍ଟ ବ୍ୟବସ୍ଥା ସହିତ ‘ମୋ ବସ୍‌ କାର୍ଡ ଟ୍ୟାପ୍‌ ଆଣ୍ଡ ପେ’ ସୁବିଧା କରାଯାଇଛି। ଏଥିରେ ଯାତ୍ରୀମାନଙ୍କର ସୁରକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମ୍ବଲପୁର ମୋ ବସ୍‌ଗୁଡ଼ିକରେ ୯୦ ପ୍ରତିଶତ କଣ୍ଡକ୍ଟର ଭାବେ ମା’ମାନଙ୍କୁ ନିଯୁକ୍ତି ଦିଆଯାଇଛି। କମ୍‌ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ମୋ ବସ୍‌ ସେବାର ଲକ୍ଷ୍ୟ। ଆଗକୁ ରାଜ୍ୟର ସବୁ ସହରରେ ମୋ ବସ୍‌ ସେବା ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ସମ୍ବଲପୁରରେ ବିଧାୟକ ରୋହିତ ପୂଜାରୀ ଯୋଗଦେଇ କହିଛନ୍ତି, ଗ୍ରାମାଞ୍ଚଳରେ ଲକ୍ଷ୍ମୀ ବସ୍‌ ଭଳି ମୋ ବସ୍‌ ସେବା ନିଶ୍ଚିତ ଭାବେ ସହରାଞ୍ଚଳ ଗମନାଗମନ ବ୍ୟବସ୍ଥାରେ ସୁବିଧା ଆଣିବ। ବିକାଶର ଧାରା ସମ୍ବଲପୁର ଜିଲାରେ ଜାରି ରହିଛି। ଏଥିପାଇଁ ଜିଲାବାସୀ ବହୁତ ଖୁସି। ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଜିଲାବାସୀଙ୍କ ତରଫରୁ ସେ ଧନ୍ୟବାଦ ଜଣାଇଛନ୍ତି।
ବ୍ରହ୍ମପୁରରେ ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇ କହିଛନ୍ତି, ବ୍ରହ୍ମପୁର ସହରରେ ପିଇବା ପାଣିଠାରୁ ଆରମ୍ଭ କରି ଗମନାଗମନ ପାଇଁ ମୋ ବସ୍‌ ପର୍ଯ୍ୟନ୍ତ ସମସ୍ତ ସୁବିଧା ମୁଖ୍ୟମନ୍ତ୍ରୀ ସହରବାସୀଙ୍କୁ ଯୋଗାଇ ଦେଇଛନ୍ତି। ସମାଜର ସମସ୍ତ ବର୍ଗର ଲୋକଙ୍କ କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ରହିଛି। ଏହି ଦୂରଦୃଷ୍ଟିସମ୍ପନ୍ନ ଚିନ୍ତାଧାରା ଯୋଗୁ ମୁଖ୍ୟମନ୍ତ୍ରୀ ଆଜି ବିଶ୍ୱ ଦରବାରରେ ଓଡ଼ିଶାକୁ ଏକ ସ୍ବତନ୍ତ୍ର ପରିଚୟ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥିଭାଥାନନ୍‌ ଉପସ୍ଥିତ ଥିଲେ। ସମ୍ବଲପୁରଠାରେ ଉପସ୍ଥିତ କ୍ରୁଟ୍‌ର ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?