ମୁଥୁଟ୍‌ ଫାଇନାନ୍ସ ଫ୍ରି ଲକର ସେବାର ଶୁଭାରମ୍ଭ

ନୂଆଦିଲ୍ଲୀ,୨୨।୧: ଦୀର୍ଘ ୧୨ ବର୍ଷ ପରେ ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ‘ମହାକୁମ୍ଭ’ (ମହା କୁମ୍ଭ ପ୍ରୟାଗରାଜ-୨୦୨୫) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମୁଥୁଟ୍‌ ଫାଇନାନ୍ସ ପକ୍ଷରୁ ଏକ ସ୍ବତନ୍ତ୍ର ସୁବିଧା ‘ଫ୍ରି ଲକର ସେବା’ର ଶୁଭାରମ୍ଭ କରାଯାଇଛି। ଏହି ସେବା କେବଳ ମହାକୁମ୍ଭରେ ସାମିଲ ଶ୍ରଦ୍ଧାଳୁଙ୍କ ପାଇଁ ଉପଲବ୍ଧ। ଏହି ଅବସରରେ ମୁଥୁଟ୍‌ ଗ୍ରୁପ୍‌ର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଆଲେକଜାଣ୍ଡର ଜର୍ଜ ମୁଥୁଟ୍‌ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଥୁଟ୍‌ ଗ୍ରୁପ୍‌ ଓ ମୁଥୁଟ୍‌ ଫାଇନାନ୍ସର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ୨୦୨୫ ଜାନୁଆରୀ ୧୩ରୁ ଫେବୃଆରୀ ୨୬ ପର୍ଯ୍ୟନ୍ତ ‘ମହାକୁମ୍ଭ’ ମେଳା ଆୟୋଜିତ ହେବ। ଏହି ମେଳାରେ ସାମିଲ ବହୁ କୋଟି ଶ୍ରଦ୍ଧାଳୁଙ୍କୁ ମୁଥୁଟ୍‌ ଫାଇନାନ୍ସ ସୁରକ୍ଷିତ ଓ ମାଗଣା ଲକର ସୁବିଧା ‘ବିଶ୍ୱାସ କି ତିଜୋରୀ’ର ଶୁଭାରମ୍ଭ କରାଯାଇଛି। ଏହି ୪୫ ଦିନିଆ ମେଳା ଅବସରରେ ସମସ୍ତ ଆଶାୟୀ ଶ୍ରଦ୍ଧାଳୁଙ୍କ ସାମଗ୍ରୀଗୁଡିକୁ ସୁରକ୍ଷିତ ଓ ଯତ୍ନବାନ୍‌ ସେବା ଯୋଗାଇ ଦେବାକୁ କମ୍ପାନୀ ପ୍ରତିଶ୍ରୁତିବଦ୍ଧ ରହିଛି। ଏପରିକି ଏହି ଲକର ସେବା ଅଞ୍ଚଳରେ ୨୪/୭ ଘଣ୍ଟିଆ ସିସି ଟିଭି ସେବା ସାଙ୍ଗକୁ ସୁରକ୍ଷା ବ୍ୟବସ୍ଥା (ସିକ୍ୟୁରିଟ ଗାର୍ଡ) ଏବଂ ଅଗ୍ନିନିର୍ବାପକ ଓ ଅତ୍ୟାଧୁନିକ ସମସ୍ତ ସୁରକ୍ଷା ସୁବିଧା କମ୍ପାନୀ ପକ୍ଷରୁ ଯୋଗାଇ ଦିଆଯାଇଛି।
ନେଇ ଆଲେକଜାଣ୍ଡର କହିଥିଲେ, ଆମେ ଆମର ସ୍ବତନ୍ତ୍ର ସେବା ଓ ମାଗଣା ଲକର ସୁବିଧା ‘ବିଶ୍ୱାସ କି ତିଜୋରୀ’ର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ମହାକୁମ୍ଭରେ ସାମିଲ ବହୁ କୋଟି ଶ୍ରଦ୍ଧାଳୁଙ୍କର ବିଶ୍ୱାସଭାଜନ ସହିତ ସେମାନଙ୍କର ସାମଗ୍ରୀର ସୁରକ୍ଷିତ ରକ୍ଷଣାବେକ୍ଷଣା ପାଇଁ ଏହି ସୁବିଧାକୁ ସାର୍ବଜନିକ ଭାବେ ଆରମ୍ଭ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri