ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ନୂତନ ଅଭିଯାନର ଶୁଭାରମ୍ଭ

ନୂଆଦିଲ୍ଲୀ,୭।୯: ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ନୂତନ ଅଭିଯାନ ‘ଦିଲ୍‌ ସେ ଓପୋନ୍‌-ଆପ୍‌କେ ଲିଏ’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଲୋୟେ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଏହି ଅଭିଯାନରେ ୫ଟି ସ୍ବତନ୍ତ୍ର ଫିଲ୍ମ ପ୍ରଦର୍ଶନ କରାଯିବ। ବିଶେଷକରି ବ୍ୟାଙ୍କର କର୍ମଚାରୀମାନଙ୍କ ବାସ୍ତବ ଜୀବନରୁ ଅନୁପ୍ରାଣିତ, ଯେଉଁମାନେ ନିଜର ଦିଲ୍‌ ସେ ଓପୋନ୍‌ ପ୍ରତିଶ୍ରୁତିକୁ ବାସ୍ତବରେ ପାଳନ କରିଛନ୍ତି। ସେହି କାହାଣୀଗୁଡ଼ିକ ଆକ୍ସିସ୍‌ ବ୍ୟାଙ୍କର କର୍ମଚାରୀମାନଙ୍କ କାର୍ଯ୍ୟ ମୂଲ୍ୟବୋଧର ଅସଲି ମାନ୍ୟତା ଦେଇଛି। ବ୍ୟାଙ୍କ ଶିଳ୍ପରେ ଚାଟ-ବଟ୍‌, ରୋବୋଟିକ୍‌ ଅଟୋମେଶନ ପ୍ରକ୍ରିୟା, ଡିଜିଟାଲ ଆପ୍ଲିକେଶନ ଆଦି ବ୍ୟାପକ ଭାବେ ବ୍ୟବହାର ହେଉଛି। ତଥାପି ମାନବ ସ୍ପର୍ଶ ଓ ଆବେଗିକ ସମ୍ପର୍କ ଶିଳ୍ପ ପାଇଁ ଅସୀମ ସମ୍ପତ୍ତି ହୋଇ ରହିଛି। ଏହି ଅଭିଯାନକୁ ଟିଭି, ଡିଜିଟାଲ ମିଡିଆ ଆଦି ବିବିଧ ମାଧ୍ୟମରେ ପ୍ରଚାର କରାଯିବ। ଉକ୍ତ ଅଭିଯାନରେ ପ୍ରସ୍ତୁତ କରାଯାଇଥିବା ଫିଲ୍ମ ମଧ୍ୟରୁ ୩ଟି ଫିଲ୍ମକୁ ଅର୍ଦ୍ଧ ସହରାଞ୍ଚଳ ଓ ଗ୍ରାମଞ୍ଚଳ ଗ୍ରାହକମାନଙ୍କୁ ଦୃଷ୍ଟିରେ ରଖି ପ୍ରସ୍ତୁତ କରାଯାଇଛି। ବ୍ୟାଙ୍କର ସାରା ଦେଶରେ ୪୭୫୦ରୁ ଅଧିକ ଶାଖା ଓ ୧୬,୯୦୦ ଏଟିଏମ୍‌ କାଉଣ୍ଟର ରହିଛି। ଏ ସମ୍ପର୍କରେ ଆକ୍ସିସ୍‌ ବ୍ୟାଙ୍କର ଉପ ପରିଚାଳନା ନିର୍ଦ୍ଦେଶକ ରାଜୀବ ଆନନ୍ଦ କହିଛନ୍ତି, ଆମ ଅର୍ଥନୀତି ହେଉଛି ଗ୍ରାହକଙ୍କ ଦ୍ୱାରା ଆଗକୁ ବଢ଼ୁଥିବା ଅର୍ଥନୀତି, ବହୁ ଜିନିଷ ପୂର୍ବାପେକ୍ଷା ଦ୍ରୁତଗତିରେ ଘଟୁଛି। ତେଣୁ ଏକ ସଂସ୍ଥା ପାଇଁ ଅନ୍ୟତମ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଗୁଣ ହେଉଛି ଗ୍ରାହକମାନଙ୍କୁ ପ୍ରତ୍ୟକ୍ଷ ଭାବେ ନିରନ୍ତର ଭଲ ଭାବେ ଶୁଣି ସେମାନଙ୍କ ଉଦୀୟମାନ ଆଶାକୁ ପୂରଣ କରିବା ଓ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛି ସେମାନଙ୍କୁ ସଶକ୍ତ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri