‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ଯୋଗଦେଲେ ବିଶିଷ୍ଟ ସାମ୍ବାଦିକ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ପ୍ରେସ୍‌ କ୍ଲବ୍‌ରେ ଶନିବାର ‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ (ଇଜିଆଇ) ଏବଂ ପ୍ରେସ୍‌ କ୍ଲବ୍‌ ଅଫ୍‌ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି କନ୍‌କ୍ଲେଭ୍‌ ଅବସରରେ ଦେଶର ବିଶିଷ୍ଠ ସାମ୍ବାଦିକ ଯୋଗଦେଇ ଛାପା ଗଣମାଧ୍ୟମ ଓ ସାମ୍ବାଦିକତାର ଭବିଷ୍ୟତ ଉପରେ ଆଲୋଚନା କରିଛନ୍ତି।

ଏହି ଅବସରରେ ପ୍ରେସ କ୍ଲବ୍‌ର ସଭାପତି ତଥାଗତ ସତପଥୀ, ଦ ହିନ୍ଦୁର ପୂର୍ବତନ ସମ୍ପାଦକ ଏନ୍‌.ରାମ, ସମାଜର ସମ୍ପାଦକ ତପନ ମିଶ୍ର, ସମ୍ବାଦ ସମ୍ପାଦକ ତନୟା ପଟ୍ଟନାୟକ, ପ୍ରମେୟ ସମ୍ପାଦକ ଗୋପାଳ ମହାପାତ୍ରଙ୍କ ସମେତ ଅ୍ୟାନ୍ୟ ପ୍ରମୁଖ ମିଡିଆର ସମ୍ପାଦକ ଉପସ୍ଥିତ ଅଛନ୍ତି।

ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆର ଉପସ୍ଥିତି ସାରା ଦେଶରେ ବ୍ୟାପକ କରିବା ସହ ଏହାକୁ ଏକ ଦିଲ୍ଲୀକୈନ୍ଦ୍ରିକ ସଂସ୍ଥା ବୋଲି ରହିଥିବା ଲୋକଙ୍କ ଧାରଣାକୁ ଦୂର କରିବା ଉଦ୍ଦେଶ୍ୟରେ ଇଜିଆଇ ଭୁବନେଶ୍ୱରରେ ଏହି କନ୍‌କ୍ଲେଭ୍‌ର ଆୟୋଜନ କରିଛି। ସମଗ୍ର ଦେଶର ସମ୍ପାଦକମାନଙ୍କ ପ୍ରତିନିଧିତ୍ୱ ହେଉଛି ସଂଗଠନର ଉଦ୍ଦେଶ୍ୟ। ଖବରଦାତାମାନଙ୍କ ଅଧିକାର ଓ ଗଣମାଧ୍ୟମର ସ୍ବାଧୀନତାକୁ ସୁରକ୍ଷିତ ରଖିବା ଉଦ୍ଦେଶ୍ୟରେ ଇଜିଆଇ ଏହାର ପରିସର ବୃଦ୍ଧିକୁ ଗୁରୁତ୍ୱ ଦେଇଆସୁଛି। ବିଶେଷକରି ଆଞ୍ଚଳିକ ଗଣମାଧ୍ୟମର ସାମ୍ବାଦିକମାନେ ସମ୍ମୁଖୀନ ହେଉଥିବା ଆହ୍ବାନଗୁଡ଼ିକୁ ହୃଦୟଙ୍ଗମ କରି ସେସବୁର ସମାଧାନ ଦିଗରେ ପ୍ରୟାସ କରିବା ଏହି କନ୍‌କ୍ଲେଭ୍‌ ଆୟୋଜନର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?