ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ: ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା

ଭୁବନେଶ୍ୱର, ୧୦।୧୦(ଅସମାପିକା ସାହୁ): ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ପ୍ରତି ପଞ୍ଚାୟତ, ପ୍ରତି ଗାଁର ସମସ୍ୟାକୁ ଦୃଷ୍ଟି ଦିଆଯିବ।  ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପ୍ରଥମ ଦିନ ମଙ୍ଗଳବାରରେ କେନ୍ଦୁଝର ଓ ଭଦ୍ରକ ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିରେ ରାଜ୍ୟର ୬୭୯୪ଟି ପଞ୍ଚାୟତ ସାମିଲ ହେବେ  । ସାରା ରାଜ୍ୟରେ ୯୦୭୨୩ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ପ୍ରତି ଗାଁକୁ ୫୦ଲକ୍ଷ ଟଙ୍କା ମିଳିବ । ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟସ୍ଥଳୀଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri