ପ୍ରୋଜେକ୍ଟ ‘ସ୍ପର୍ଶ’ର ଶୁଭାରମ୍ଭ

ଭୁବନେଶ୍ୱର,୧୭।୮ (ଅଭୟ ଦାଶ): ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି) ର ସାମାଜିକ ଅନୁଷ୍ଠାନ ଜେଏସ୍‌ପି ଫାଉଣ୍ଡେଶନ ଏବଂ ଅନୁଗୋଳ ଜିଲା ପ୍ରଶାସନ ସହଭାଗିତାରେ ପ୍ରୋଜେକ୍ଟ ‘ସ୍ପର୍ଶ’ର ଆନୁଷ୍ଠାନିକ ଶୁଭାରମ୍ଭ କରାଯାଇଛି। ବିଶେଷକରି ଜିଲାରେ ଶିଶୁ ମୃତ୍ୟୁ ହାର ଏବଂ ମାତୃ ମୃତ୍ୟୁ ହାର ହ୍ରାସ କରିବା ପାଇଁ ଉକ୍ତ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ଅଗଷ୍ଟ ୧୫ରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ରାଜ୍ୟ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ଉକ୍ତ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିବା ସହିତ ଜିଲାର ୨୦୦ସ୍ବାସ୍ଥ୍ୟ ଉପକେନ୍ଦ୍ରର ଏଏନ୍‌ଏମ୍‌ମାନଙ୍କୁ ଡିଜିଟାଲ ଡାଇଗ୍ନୋଷ୍ଟିକ କିଟ୍‌ ପ୍ରଦାନ କରିଥିଲେ।

ଉକ୍ତ ସମାରୋହରେ ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସମେତ ଜେଏସ୍‌ପିର ପ୍ରେସିଡେଣ୍ଟ ତଥା ଗ୍ରୁପ୍‌ ହେଡ୍‌ (ସିଏସ୍‌ଆର୍‌) ପ୍ରଶାନ୍ତ ହୋତା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ଦେବ ଅନୁଗୋଳ ଜିଲାରେ ଏଭଳି ଏକ ଅଭିନବ ପ୍ରକଳ୍ପର ଶୁଭାରମ୍ଭ ସହ ଆବଶ୍ୟକ ସହଯୋଗ ପାଇଁ ଜେଏସ୍‌ପିର ଚେୟାରମ୍ୟାନ୍‌ ନବୀନ ଜିନ୍ଦଲ ଏବଂ ଜେଏସ୍‌ପି ଫାଉଣ୍ଡେଶନର ଚେୟାରପର୍ସନ୍‌ ଶାଲୁ ଜିନ୍ଦଲଙ୍କୁ ପ୍ରଶଂସା କରିଥିଲେ।

ଅପରପକ୍ଷରେ ଉକ୍ତ ପ୍ରକଳ୍ପ ପରିକଳ୍ପନାରେ ଜିଲାପାଳ ସ୍ବାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସେ ମଧ୍ୟ ପ୍ରକଳ୍ପର ବିଭିନ୍ନ ଦିଗ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ଓ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ ଉକ୍ତ ପ୍ରକଳ୍ପର ସଫଳତା ପାଇଁ ଶୁଭେଚ୍ଛା ଜଣାଇଥିଲେ। ସେହିପରି ଜେଏସ୍‌ପିର ପ୍ରେସିଡେଣ୍ଟ ତଥା ଗ୍ରୁପ୍‌ ହେଡ୍‌ (ସିଏସ୍‌ଆର୍‌) ପ୍ରଶାନ୍ତ ହୋତା କହିଥିଲେ,ଏହି ପଦକ୍ଷେପ ଅନୁଗୋଳ ଜିଲାରେ ବିପଦପୂର୍ଣ୍ଣ ଗର୍ଭଧାରଣ ସମସ୍ୟାର ସମାଧାନ ସହିତ ଆବଶ୍ୟକ ଚିକିତ୍ସା କରିବା ଏବଂ ସ୍ତନ୍ୟପାନ କରାଉଥିବା ମା’ମାନଙ୍କୁ ସହାୟତା କରିବା ଉଦ୍ଦେଶ୍ୟରେ ଆରମ୍ଭ କରାଯାଇଛି। ଏପରିକି ତୃଣମୂଳସ୍ତରର ସ୍ବାସ୍ଥ୍ୟକର୍ମୀଙ୍କୁ ସଶକ୍ତୀକରଣ ତଥା ତାଲିମ ଦେବା ସହିତ ଲୋକଙ୍କ ଜୀବନଶୈଳୀରେ ଉନ୍ନତି ଆଣିବା ପାଇଁ ଇଣ୍ଟରନେଟ୍‌ ଅଫ୍‌ ଥିଙ୍ଗସ୍‌ (ଆଇଓଟି) ପରି ଉନ୍ନତ ଡିଜିଟାଲ ଜ୍ଞାନକୌଶଳକୁ ମଧ୍ୟ ବ୍ୟବହାର କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?