ଚନ୍ଦ୍ରକୁ ରକେଟ୍‌ ଉତ୍‌କ୍ଷେପଣ ସ୍ଥଗିତ

ଓ୍ବାଶିଂଟନ୍‌, ୩୦ା୮:ଆମେରିକାର ସ୍ପେସ୍‌ ଏଜେନ୍ସି ନାସା ସୋମବାର ଚନ୍ଦ୍ରକୁ ସବୁଠୁ ଶକ୍ତିଶାଳୀ ରକେଟ୍‌ ଉତ୍‌କ୍ଷେପଣ ନିମନ୍ତେ ହୋଇଥିବା ଯୋଜନାକୁ ସ୍ଥଗିତ ରଖିଛି। ଦୁଇ ପର୍ଯ୍ୟାୟର ସ୍ପେସ୍‌ ଲଞ୍ଚ୍‌ ସିଷ୍ଟମ୍‌ (ଏସ୍‌ଏଲ୍‌ଏସ୍‌) ଇଞ୍ଜିନ୍‌ରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ ଏହି କାର୍ଯ୍ୟକ୍ରମ ଅଟକା ଯାଇଥିବା ନାସା ପକ୍ଷରୁ କୁହାଯାଇଛି। ଆସନ୍ତା ୨ ତାରିଖରେ ଏହାର ପୁନଃ ଉତ୍‌କ୍ଷେପଣ ପ୍ରସ୍ତୁତି କରାଯିବ। ନାସା ଚନ୍ଦ୍ରକୁ ପଠାଇବାକୁ ଥିବା ଏହି ରକେଟ୍‌ ସବୁଠୁ ଶକ୍ତିଶାଳୀ। ଏହା ନାସାର ଆର୍ଟେମିସ୍‌ ମିଶନର ଏକ ଅଂଶ। ଆପୋଲୋ ମିଶନର ୫୦ ବର୍ଷ ପରେ ପୁଣି ଥରେ ମନୁଷ୍ୟକୁ ଚନ୍ଦ୍ରକୁ ପଠାଇବା ପାଇଁ ପ୍ରସ୍ତୁତି ଚାଲିଛି। ଏହି ରକେଟ୍‌ ସ୍ଥାନୀୟ ସମୟ ସକାଳ ପ୍ରାୟ ସାଢ଼େ ୮ଟାରେ ଆମେରିକାର ଫ୍ଲୋରିଡାସ୍ଥିତ କେନେଡି ସ୍ପେସ୍‌ ସେଣ୍ଟରରୁ ମହାକାଶକୁ ଉତ୍‌କ୍ଷେପଣ କରାଯିବାର ଥିଲା। ପ୍ରାୟ ୧୦୦ ମିଟର ଲମ୍ବର ଏସ୍‌ଏଲ୍‌ଏସ୍‌ ପୃଥିବୀଠାରୁ ବହୁ ଦୂରରେ ଓରିଅନ୍‌ ନାମକ ଏକ ଟେଷ୍ଟ-କ୍ୟାପସୁଲ୍‌ ଲଞ୍ଚ କରିବ। ପ୍ରାୟ ୬ ସପ୍ତାହ ଏହା ଚନ୍ଦ୍ର ଚାରିପଟେ ଘୂରିବା ପରେ ପୃଥିବୀକୁ ଫେରିବ। ଏହି ରକେଟର ପ୍ରଥମ ମିଶନ ମାନବରହିତ ହେବ। ଅର୍ଥାତ ଉକ୍ତ କ୍ୟାପ୍‌ସୁଲରେ କୌଣସି ମହାକାଶଚାରୀ ରହିବେ ନାହିଁ। ଏହି ମିଶନ ସଫଳ ହେଲେ ଭବିଷ୍ୟତରେ ମହାକାଶଚାରୀ ମାନେ ଚନ୍ଦ୍ରପୃଷ୍ଠକୁ ଯାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri