ସହରାଞ୍ଚଳ ଗରିବଙ୍କ ପାଇଁ ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’ର ଶୁଭାରମ୍ଭ

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ସହଯୋଗୀ ସାଜିବ ସହଯୋଗ। ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଅନଗ୍ରସରଙ୍କୁ ସରକାରୀ ଯୋଜନାଗୁଡ଼ିକ ସହ ଯୋଡ଼ିବାର ଅନନ୍ୟ ପ୍ରୟାସ ରାଜ୍ୟରେ ଶୁଭାରମ୍ଭ ହୋଇଛି। ଏହାକୁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର ମହାପାତ୍ର ଶୁଭାରମ୍ଭ କରିଥିଲେ। ରାଜ୍ୟରେ ପ୍ରାଥମିକ ପର୍ଯ୍ୟାୟରେ ୮ଟି ଜିଲାର ପୈାରାଞ୍ଚଳରେ ଘରକୁ ଘର ସର୍ଭେ କରାଯିବ। ଗଞ୍ଜାମ, କଟକ, କେନ୍ଦୁଝର, ଖୋର୍ଦ୍ଧା , ମୟୂରଭଞ୍ଜ, ସମ୍ବଲପୁର,ସୁନ୍ଦରଗଡ଼ ଓ ଭଦ୍ରକ ଜିଲାର ରହିଛି । ଏହି ସର୍ଭେରେ ୧୩ଟି ଯୋଜନାରେ ବଞ୍ଚିତ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ପଞ୍ଜିକୃତ କରାଯିବ। ମେ ଓ ଜୁନ୍‌ ଏହି ଦୁଇ ମାସ ଧରି ସର୍ଭେ କାର୍ଯ୍ୟ କରାଯିବ। ବିଭିନ୍ନ ସରକାରୀ ଯୋଜନା ମାଧ୍ୟମରେ ଆର୍ଥିକ ଅନଗ୍ରସରଙ୍କ ଜୀବନଶୈଳୀରେ ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ରହିଛି। ଏହାକୁ ସୁନିଶ୍ଚିତ କରିବାରେ ‘ସହଯୋଗ’ ସହାୟକ ହେବ।

୧୩ଟି ଯୋଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭତ୍ତା, ଇ.ଶ୍ରମ ପୋର୍ଟାଲ ପଞ୍ଜୀକରଣ, ସୁକନ୍ୟା ସମୃଦ୍ଧି ଯୋଜନା, ବିଶ୍ୱକର୍ମା ଯୋଜନା, ଆୟୁଷ୍ମାନ ଭାରତ, ଶ୍ରମ କାର୍ଡ, ଭିନ୍ନକ୍ଷମ ପ୍ରମାଣପତ୍ର, ସୁଭଦ୍ରା ଯୋଜନା, ରାଶନକାର୍ଡ, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ଗରିମା ଓ ଉଜ୍ଜ୍ୱଳା ଯୋଜନା ରହିଛି। ଏନେଇ ଜିଲାସ୍ତରୀୟ ଏକ କମିଟି ଗଠନ କରାଯିବ। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ଏହି ସହଯୋଗ । ଏହି ଅବସରରେ ଛତ୍ରପୁରସ୍ଥିତ ଓସଓ୍ବାନ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଡୁଡା ପିଡି ଦେବଦତ୍ତ ପଣ୍ଡା, ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ,ଉପାଧ୍ୟକ୍ଷ ଜି.ପାପା ରାଓ, ଏନ୍‌ଏସି ନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?