Posted inଖେଳ

‘ସମସ୍ତଙ୍କ ପାଇଁ କ୍ରୀଡ଼ା’ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର,୩୦।୮(ତପନ ସ୍ବାଇଁ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ମଙ୍ଗଳବାର କିଟ୍‌ ଓ କିସ୍‌ ପକ୍ଷରୁ ସମସ୍ତଙ୍କ ପାଇଁ କ୍ରୀଡ଼ା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ଦିଲ୍ଲୀପ ତିର୍କୀ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଏହାର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ, ପାରାଲିମ୍ପିଆନ ତଥା ବିଶ୍ୱ ପାରା ବ୍ୟାଡ୍‌ମିଣ୍ଟନ୍‌ ଚାମ୍ପିୟନ୍‌ ପ୍ରମୋଦ ଭଗତ, କିଟ୍‌ ଓ କିସ୍‌ କ୍ରୀଡ଼ା ମହାନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ ପ୍ରମୁଖ ଯୋଗଦେଇ ଭାରତର କ୍ରୀଡ଼ା ଗୌରବ ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଧ୍ୟାନଚାନ୍ଦଙ୍କ ସ୍ମୃତିଚାରଣ କରି ଭଗତ କହିଲେ, ପରିଶ୍ରମ ଓ ନିଷ୍ଠା ହିଁ ଧ୍ୟାନଚାନ୍ଦଙ୍କୁ ପରିଚୟ ଦେଇଥିଲା। ସେ କ୍ରୀଡ଼ା ଜଗତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କୁ ପ୍ରୋତ୍ସାହନ ଦେବା ଓ ଉତ୍ସାହ ପ୍ରଦାନ କ୍ଷେତ୍ରରେ କିଟ୍‌ ଓ କିସ୍‌ ଅଗ୍ରଣୀ ଭୂମିକା ଗ୍ରହଣ କରିଛି। କ୍ରୀଡ଼ାବିତ୍‌ଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଚ୍ୟୁତ କହିଥିଲେ ଯେ, ଧୈର୍ଯ୍ୟ, ନିଷ୍ଠା ଓ ଏକାଗ୍ରତର ସହ ଖେଳ ଜାରି ରଖିଲେ ଦିନେ ନା ଦିନେ ସଫଳତା ମିଳିବ। କିଟ୍‌ ଓ କିସରେ ଥିବା ବ୍ୟାପକ କ୍ରୀଡ଼ା ଭିତ୍ତିଭୂମିର ସୁବିନିଯୋଗ କରି ବିଭିନ୍ନ କ୍ରୀଡ଼ାରେ ଦେଶ ଓ ରାଜ୍ୟକୁ ଗୌରବ ଆଣିବାକୁ ସେ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। କିଟ୍‌ ଓ କିସ୍‌ରୁ ୧୦ରୁ ୧୨ କ୍ରୀଡ଼ାବିତ୍‌ କିପରି ୨୦୨୮ ଅଲିମ୍ପିକ୍ସରେ ଭାଗନେବେ ସେଥିପାଇଁ ତାଙ୍କର ସ୍ବପ୍ନ ରହିଛି। ଏହି ଅବସରରେ କିଟ୍‌ ଓ କିସ୍‌ କ୍ରୀଡା ଏକାଡେମୀ ଓ ପ୍ରମୋଦ ଭଗତଙ୍କ ନାମରେ ନାମିତ ପ୍ରମୋଦ ଭଗତ ବ୍ୟାଡ୍‌ମିଣ୍ଟନ ଇନ୍‌ଡୋର ହଲ୍‌ ଉଦ୍‌ଘାଟିତ ହୋଇଥିଲା।
ପ୍ରକାଶ ଯୋଗ୍ୟ ଯେ, ରାଜ୍ୟରେ କ୍ରୀଡ଼ାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ୟାପକ ପଦକ୍ଷେପ ହାତକୁ ନେଉଥିବାରୁ ସେଥିରେ ଅନୁପ୍ରାଣିତ ହୋଇ ଉପଯୁକ୍ତ କ୍ରୀଡ଼ା ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଅଚ୍ୟୁତ ସର୍ବଦା ପ୍ରୟାସ ଜାରି ରଖିଛନ୍ତି। ଦେଶରେ ଅନେକ କ୍ରୀଡ଼ା ପ୍ରତିଭା ଥିଲେ ମଧ୍ୟ ସେମାନଙ୍କୁ ସୁଯୋଗର ଅଭାବ ରହିଛି। କିଟ୍‌ ଓ କିସ୍‌ରେ ଅନ୍ତର୍ଜାତୀୟ ମାନର କ୍ରୀଡ଼ା ଭିତ୍ତିଭୂମି ଥିବାରୁ ସେଠାରେ ସେହି ପ୍ରତିଭାଙ୍କୁ ଉପଯୁକ୍ତ ତାଲିମ ପ୍ରଦାନ କରାଯିବ। ପ୍ରାଥମିକ ପର୍ଯ୍ୟାୟରେ ୧୩ଟି ବିଭାଗରେ ପିଲାଙ୍କୁ ନିଆଯିବ ଓ ପ୍ରତି ବିଭାଗରେ ୧୦୦ ଲେଖାଏ ପିଲା ଚୟନ ହେବେ। ପ୍ରତିଭାଧାରୀ ପିଲାଙ୍କୁ ଶିକ୍ଷା ସହ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସଫଳତା ଆଣିବା ଲାଗି ତାଲିମ ଓ ଅନ୍ୟାନ୍ୟ ସୁଯୋଗ ଦିଆଯିବ। ମୋଟ ୧୭ଟି ବିଭିନ୍ନ ବିଭାଗରେ ପିଲାଙ୍କୁ ନିଆଯିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri