ଅତ୍ୟାଧୁନିକ ପରିମଳ ସେବାର ଶୁଭାରମ୍ଭ

ସୁନ୍ଦରଗଡ଼/ ରାଉରକେଲା ଅଫିସ୍‌, ୫।୧୨: ‘ସ୍ବଚ୍ଛତା ବିଷୟ ଉଠିଲେ ପ୍ରଥମେ ଗାନ୍ଧିଜୀଙ୍କ କଥା ମନକୁ ଆସିଥାଏ। ଗାନ୍ଧିଜୀ ସବୁବେଳେ ପରିମଳକୁ ଗୁରୁତ୍ୱ ଦେଉଥିଲେ। ବାସ୍ତବରେ ସୁସ୍ଥ ପରିବେଶ ହିଁ ଉନ୍ନତି ଏବଂ ଉନ୍ନତ ଜୀବନର ଆଧାର। ଶୁକ୍ରବାର ସୁନ୍ଦରଗଡ଼ ଜିଲା ପାଇଁ ଅତ୍ୟାଧୁନିକ ପରିମଳ ସେବାର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ଜିଲାର ରାଉରକେଲା ମହାନଗର ନିଗମ, ବୀରମିତ୍ରପୁର ପୌରପାଳିକା, କୋଇଡ଼ା ଓ କୁତ୍ରା ବ୍ଲକ୍‌ ପାଇଁ ଏହି ଅତ୍ୟାଧୁନିକ ପରିମଳ ସେବାର ଶୁଭାରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ସବୁଜ ପତାକା ଦେଖାଇ ଅତ୍ୟାଧୁନିକ ଗାଡ଼ିର ଶୁଭାରମ୍ଭ କରିଥିଲେ।
ପରିମଳ ସେବାକୁ ସୁଦୃଢ଼ କରିବା ପାଇଁ ୨୪ ପ୍ରକାରର ୧୯୦ଟି ମେଶିନ ଓ ଗାଡ଼ି ଯୋଗାଇ ଦିଆଯାଇଛି। ସେହିପରି ରାଉରକେଲା ସହରର ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ ପାଇଁ ପ୍ରସ୍ତାବିତ ୧୦ଟି ମାଇକ୍ରୋ କମ୍ପୋଷ୍ଟିଂ କେନ୍ଦ୍ର ମଧ୍ୟରୁ ୪ଟିର ଶୁଭ ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ। ଶୁଭାରମ୍ଭ ହୋଇଥିବା ପରିମଳ କାର୍ଯ୍ୟକ୍ରମ ଲାଗି ସୁନ୍ଦରଗଡ଼ ଜିଲା ଖଣିଜ ପ୍ରତିଷ୍ଠାନ ଏବଂ ରାଉରକେଲା ମହାନଗର ନିଗମ ପାଣ୍ଠିରୁ ୬୯ କୋଟିରୁ ଅଧିକ ଟଙ୍କାର ବ୍ୟୟ ବରାଦ କରାଯାଇଛି।
ଏହି ବ୍ୟାପକ ପରିମଳ କାର୍ଯ୍ୟକ୍ରମର ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ସଫେଇ କର୍ମଚାରୀମାନେ ହେଉଛନ୍ତି ଆମ ସମାଜର ଶ୍ରେଷ୍ଠ ସେବକ। ତେଣୁ ସେମାନେ ସ୍ବଚ୍ଛତା ଓ ପରିବେଶର ବ୍ୟାପକ ସୁରକ୍ଷା ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ସୁନ୍ଦରଗଡ଼ ଜିଲାପାଳ ନିଖିଲ ପବନ କଲ୍ୟାଣ ସ୍ବାଗତ ଭାଷଣ ଦେଇ କହିଛନ୍ତି, ଏହି ଅତ୍ୟାଧୁନିକ ସେବା ଲାଗୁ ହେବା ଫଳରେ ସ୍ମାର୍ଟ ସିଟି ରାଉରକେଲାର ଚିତ୍ର ବଦଳିବ। ବିଶେଷକରି ମେଶିନର ବ୍ୟବହାର ଫଳରେ ପରିମଳ ସେବା କ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ।
ଭିଡିଓ କନ୍‌୍‌ଫରେନ୍ସି ଜରିଆରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱରରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି.କେ ପାଣ୍ଡିଆନ୍‌, ଅର୍ଥ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି ମାଥିଭାଥାନନ୍‌ ପ୍ରମୁଖ ଯୋଗଦେଇଥିଲେ। ରାଉରକେଲା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ରାଉରକେଲା ଉଦିତ ନଗର ପଡ଼ିଆଠାରେ ରାଉରକେଲା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ପାନପୋଷ ଉପଜିଲାପାଳ ଦୌଲତ ଚନ୍ଦ୍ର କର, ପଶ୍ଚିମାଞ୍ଚଳ ଡିଆଇଜି କବିତା ଜଲାନ, ରାଉରକେଲା ଏସ୍‌ପି କେ. ଶିବା ସୁବ୍ରମଣି, ରାଉରକେଲା ମହାନଗର ଡେପୁଟି କମିଶନର ସୁଧାଂଶୁ କୁମାର ଭୋଇ, ସୀତାଦେବୀ ମାଝି, ଡ. ଗୌରବମୟ ପ୍ରଧାନଙ୍କ ସମେତ ଜିଲା ପ୍ରଶାସନ, ରାଉରକେଲା ମହାନଗର ନିଗମ ଏବଂ ଡିଏମ୍‌ଏଫ୍‌ର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri