୭୫୦୦ତମ ଜନଔଷଧି କେନ୍ଦ୍ର ଶୁଭାରମ୍ଭ

ନୂଆଦିଲ୍ଲୀ: ଦେଶବାସୀଙ୍କୁ ସୁଲଭ ମୂଲ୍ୟରେ ଔଷଧ ଯୋଗାଇ ଦେବା ଲକ୍ଷ୍ୟରେ ଜନଔଷଧୀ କେନ୍ଦ୍ରର ସ୍ଥାପନ କରାଯାଇଥିଲା। ପ୍ରତିବର୍ଷ ମାର୍ଚ୍ଚ ୧ରୁ ୭ ସାରା ଦେଶରେ ଜନଔଷଧୀ ସପ୍ତାହ ପାଳନ କରାଯାଉଛି। ରବିବାର ସିଲଙ୍ଗ ସ୍ଥିତ ନର୍ଥ ଇଷ୍ଟର୍ଣ୍ଣ ଇନ୍ଧିରାଗାନ୍ଧୀ ରିଓଜନାଲ ଇନଷ୍ଟିଚ୍ୟୁଟି ଅଫ ହେଲଥ ଆଣ୍ଡ ମେଡିକାଲ ସାଇନ୍ସ (ଏନଇଆଇଜିଆରଆଇଏଚ୍‌ଏମ୍‌ଏସ୍‌) ପରିସରରେ ୭୫୦୦ତମ ଜନ ଔଷଧି କେନ୍ଦ୍ରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିଛନ୍ତି। ଏହି ଅବସରରେ ଏକ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେଇ ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଭାରତର ଫାର୍ମାସୀ କରୋନା ଟିକା ପ୍ରସ୍ତୁତ କରି ସାରା ବିଶ୍ୱକୁ ଚମକାଇ ଦେଇଛି। ମେକ୍‌ ଇଣ୍ଡିଆ ଭ୍ୟାକସିନ ଦେଶର ଲୋକମାନଙ୍କ ସହ ଅନ୍ୟ ଦେଶର ଲୋକମାନଙ୍କୁ ବି କରୋନା ଭଳି ମହାମାରୀରୁ ରକ୍ଷା କରୁଛି। ଏହା ସହ ବିଶ୍ୱର ଅନ୍ୟଦେଶ ମାନେ ପ୍ରସ୍ତୁତ କରିଥିବା ଟିକା ଠାରୁ ଭାରତୀୟ ଟିକା ବହୁତ୍ କମ୍‌ ଦାମରେ ଯୋଗାଇ ଦିଆଯାଉଥିବା ସେ କହିଛନ୍ତି। ସାଧାରଣ ଲୋକେ ଯେଭଳି ଔଷଧ କିଣିବା ସମୟରେ କୌଣସି ଅସୁବିଧାରେ ନ ପଡନ୍ତି ସେଥିପାଇଁ ସରକାର ଏହି ଯୋଜନା କରିଛନ୍ତି। ଏହା ସହ ଏହି ଯୋଜନାରେ ଲୋକମାନଙ୍କୁ ସେବା ଯୋଗାଇ ଦେଉଥିବା କର୍ମଚାରୀ ମାନଙ୍କୁ ମଧ୍ୟ ସେ ଧନ୍ୟବାଦ ଦେଇଛନ୍ତି। ସେ ପୁଣି କହିଛନ୍ତି,ସାରା ଦେଶର ଲୋକେ ମୋ ପରିବାର। ତେଣୁ ମୋ ପରିବାରର କେହି ଲୋକ ରୋଗରେ ପଡିବା ମୋ ପରିବାରର ଲୋକେ ରୋଗରେ ପଡିବା ସହ ସମାନ। ତେଣୁ ଅପାଣମାନଙ୍କୁ କିଭଳି ଶସ୍ତାରେ ଚିକିତ୍ସା ସୁବିଧା ଠାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ ଯୋଗାଇ ଦିଆଯିବ ସେ ଉପରେ ସରକାର ଧ୍ୟାନ ଦେଉଛନ୍ତି। ଏହି ଅବସରରେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ସଦାନନ୍ଦ ଗୌଡା ମଧ୍ୟ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ...

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ...

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri