‘ଅହିଂସା ରଥ’ର ଶୁଭାରମ୍ଭ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭ୍ରାମ୍ୟମାଣ ଭିଡିଓ ରଥ ଅଭିଯାନ ‘ଅହିଂସା ରଥ’ର ଶୁଭାରମ୍ଭ କରିଛନ୍ତି। ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ମହାତ୍ମାଙ୍କ ବାର୍ତ୍ତା ସହ ବହୁ ସ୍ବାଧୀନତା ସଂଗ୍ରାମୀଙ୍କ ମହାନ୍‌ ଅବଦାନ ସମ୍ପର୍କରେ ସୂଚନା ଦେଉଥିବା ଏହି ରଥ ସମସ୍ତ ଜିଲା ପରିକ୍ରମା କରିବ। ମୁଖ୍ୟମନ୍ତ୍ରୀ କହିଥିଲେ, ଦାରିଦ୍ର୍ୟ ଓ ସାମାଜିକ ଅବିଚାର ସବୁଠାରୁ ବଡ଼ ହିଂସା। ଯେ ପର୍ଯ୍ୟନ୍ତ ଦାରିଦ୍ର୍ୟ ରହିଥିବ, ସେ ପର୍ଯ୍ୟନ୍ତ ସ୍ବାଧୀନତାର ମୂଲ୍ୟ ଅର୍ଥହୀନ। ଦାରିଦ୍ର୍ୟ ଦୂରୀକରଣ ଯେ କୌଣସି ସରକାର ଲାଗି ସବୁଠାରୁ ବଡ଼ ଆହ୍ବାନ। ଅହିଂସା ବିନା ଏହା ହାସଲ କରାଯାଇ ପାରିବ ନାହିଁ। ପ୍ରଗତି ପାଇଁ ଶାନ୍ତି ଅପରିହାର୍ଯ୍ୟ। ଗାନ୍ଧିଜୀ ଓ ଓଡ଼ିଶା ଶୀର୍ଷକ ଚଳଚ୍ଚିତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ‘ଅହିଂସା ରଥ’ ମାଧ୍ୟମରେ ପ୍ରଚାରିତ ହେବ। ଏହାଛଡ଼ା ବିଭାଗ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଉତ୍କଳମଣି ଗୋପବନ୍ଧୁ ଦାସ, ଶହୀଦ ଲକ୍ଷ୍ମଣ ନାୟକ, ସ୍ବାଧୀନତା ସଂଗ୍ରାମୀ ରଘୁ ଦିବାକର, ଦେଶର ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କ ଜୀବନାଦର୍ଶ ସମ୍ପର୍କିତ ପ୍ରମାଣିକ ଚଳଚ୍ଚିତ୍ର ଅହିଂସା ରଥର ଭିଡିଓ ୱାଲ୍‌ରେ ପ୍ରଦର୍ଶିତ ହେବ। ଏହା ମାଧ୍ୟମରେ ରାଜ୍ୟବାସୀ ସ୍ବାଧୀନତା ସଂଗ୍ରାମରେ ଏହି ବରପୁତ୍ରମାନଙ୍କ ଅବଦାନ ସମ୍ପର୍କରେ ଅବଗତ ହୋଇପାରିବେ। ପ୍ରତି ଜିଲା ମୁଖ୍ୟାଳୟରେ ଏହି ରଥ ପହଞ୍ଚିବା ପରେ ବିଭିନ୍ନ ବ୍ଲକ୍‌ ବୁଲିବ। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। ଏଥିରେ ବିଭିନ୍ନ ଗୋଷ୍ଠୀ, ସ୍ଥାନୀୟ ଲୋକପ୍ରତିନିଧି, ସାଧାରଣ ଜନତା ଯୋଗଦେବେ। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଏହି ଅହିଂସା ରଥ ପରିକ୍ରମା କାର୍ଯ୍ୟକ୍ରମ ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri