ବ୍ରହ୍ମପୁର ଉପଜିଲାପାଳଙ୍କ ଦ୍ବାରା ଚାଷୀ ସଚେତନତା ରଥ ଶୁଭାରମ୍ଭ, ଉପସ୍ଥିତ ଥିଲେ…

ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ରାଜସ୍ବ ଉପଖଣ୍ଡ ଦିଗପହଣ୍ଡି ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ କପା ମଣ୍ଡି ପରିସରରୁ ସୋମବାର ଚାଷୀ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ବ୍ରହ୍ମପୁର ଉପଜିଲାପାଳ ତଥା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ଅବିନାଶ କୁମାର ଅତିଥି ଭାବେ ଉପସ୍ଥିତ ରହିବା ସହ ସବୁଜ ପତାକା ଦେଖାଇ ରଥ ପରିକ୍ରମାର ଶୁଭ ଉଦ୍‌ଘାଟନ କରିଥିଲେ । ଚଳିତ ୨୦୨୫-୨୬ ଖରିଫ ବର୍ଷ ରେ ଚାଷୀଙ୍କ ଉତ୍ପାଦିତ ଧାନ ଓ ମାଣ୍ଡିଆ ସରକାରଙ୍କ ନିର୍ଦ୍ଧାରିତ ଦରରେ କ୍ରୟ ନିମନ୍ତେ ୨ଟି ସଚେତନତା ରଥ ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଳକର ବିଭିନ୍ନ ଗ୍ରାମ ପରିଭ୍ରମଣ କରିଥିଲା । ଚାଷୀମାନେ ସେମାନଙ୍କ ଉତ୍ପାଦିତ ଧାନ ଓ ମାଣ୍ଡିଆକୁ ମଣ୍ଡି ଖୋଲାଯିବା ପରେ ବିକ୍ରି କରିବା ନିମନ୍ତେ ଚାଷୀଙ୍କୁ ସଚେତନ କରାଯାଇଛି। ଏହି ସଚେତନତା ରଥ ଉଦଘାଟନ କାର୍ଯ୍ୟକ୍ରମରେ ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଶିବାନନ୍ଦ ବେହେରା , ପୂର୍ବତନ ସମ୍ପାଦକ ଅରୁଣ କୁମାର ମିଶ୍ରଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଆଗାମୀ ଦିନରେ ସଚେତନତା ରଥ ଦିଗପହଣ୍ଡି,ସାନଖେମୁଣ୍ଡି,ପାତ୍ରପୁର,ଚିକିଟି, କୁକୁଡ଼ାଖଣ୍ଡିି ଓ ରଙ୍ଗେଇଲୁଣ୍ଡା ବ୍ଳକର ସମସ୍ତ ପଞ୍ଚାୟତ ଅଧୀନ ଗ୍ରାମ ମାନଙ୍କରେ ପରିଭ୍ରମଣ କରି ଚାଷୀଙ୍କୁ ସଚେତନ କରାଯିବ ବୋଲି ଜଣାପଡିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri