‘ଦି ଗ୍ରାଣ୍ଡ୍‌ ଅକ୍ଷୟ ତୃତୀୟା ସେଲ୍‌’ର ଶୁଭାରମ୍ଭ

ଭୁବନେଶ୍ୱର,୧୪।୪:ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଚଳିତ ବର୍ଷର ଅକ୍ଷୟ ତୃତୀୟା ପାଇଁ ‘ଦି ଗ୍ରାଣ୍ଡ୍‌ ଅକ୍ଷୟ ତୃତୀୟା ସେଲ୍‌’ର ଶୁଭାରମ୍ଭ କରାଯାଇଛି। ଏପରିକି ଅକ୍ଷୟ ତୃତୀୟା ପାଇଁ ଖିମ୍‌ଜୀ ଜୁଏଲର୍ସରେ ଆକର୍ଷଣୀୟ ଅଳଙ୍କାର ସଂଗ୍ରହ ସହ ଅନେକ ସୁବିଧା ମଧ୍ୟ ପ୍ରଦାନ କରାଯାଉଛି। ବିଶେଷକରି ସୁନା ଓ ରୁପା କିଣିବା ପାଇଁ ଅକ୍ଷୟ ତୃତୀୟା ସବୁଠାରୁ ପବିତ୍ର ଏବଂ ଶୁଭଦିନ ଭାବେ ବିବେଚନା କରାଯାଏ। ଫଳରେ ଏହି ପବିତ୍ର ପର୍ବକୁ ପାଳନ କରିବା ପାଇଁ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫରର ଘୋଷଣା କରାଯାଇଛି। ଏହି ଅଫର ୨୦୨୩ ଏପ୍ରିଲ ୩୦ ପର୍ଯ୍ୟନ୍ତ ଓଡ଼ିଶାର ସମସ୍ତ ଖିମ୍‌ଜୀ ଷ୍ଟୋରରେ ଉପଲବ୍ଧ ରହିବ। ଉକ୍ତ ଅଫର ଜରିଆରେ ଗ୍ରାହକମାନେ ୧୦ଗ୍ରାମ୍‌ ଏଚ୍‌ୟୁଆଇଡି ସୁନାରେ ଫ୍ଲାଟ୍‌ ୨,୭୦୦ ଟଙ୍କାର ରିହାତି ଦିଆଯାଉଥିବା ବେଳେ ହୀରା ମୂଲ୍ୟର କେବଳ ୮୧% ଅର୍ଥ ଦେଇ କିଣିପାରିବେ ଏବଂ ରୁପା ଜିନିଷର ଗଢ଼ା ମୂଲ୍ୟ ଉପରେ ୨୦% ପର୍ଯ୍ୟନ୍ତ ରିହାତି ମଧ୍ୟ ପାଇପାରିବେ।
ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଚଳିତ ବର୍ଷର ଅକ୍ଷୟ ତୃତୀୟାରେ ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ସୁବିଧା ସହ ଅଫର ଓ ରିହାତି ଦିଆଯାଉଛି। ବିଶେଷକରି ଅକ୍ଷୟ ତୃତୀୟାରେ ସୁନା କିଣିବା ଶୁଭ ଏବଂ ସମୃଦ୍ଧତା ଆଣିଥାଏ ବୋଲି ବିଶ୍ୱାସ କରାଯାଏ। ଏପରିକି ଆମର ‘ଦି ଗ୍ରାଣ୍ଡ୍‌ ଅକ୍ଷୟ ତୃତୀୟା ସେଲ୍‌’ରୁ ଗ୍ରାହକମାନେ ଅଧିକରୁ ଅଧିକ ଲାଭ ଉଠାଇବା ସହ ଘରକୁ ସୁଖ ଏବଂ ସମୃଦ୍ଧତାର ଉତ୍ସାହ ନେବାର ସୁଯୋଗ ଦେଉଛୁ। ସେହିଭଳି ଆମର ସମସ୍ତ ମୂଲ୍ୟବାନ୍‌ ଗ୍ରାହକଙ୍କୁ ସର୍ବୋତ୍ତମ ଅଳଙ୍କାର ଯୋଗାଇବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ଏବଂ ଭବିଷ୍ୟତରେ ସର୍ବଦା ବ୍ରାଣ୍ଡ୍‌ ବିଶ୍ୱାସ ଏବଂ ଗୁଣବତ୍ତାର ପ୍ରତିଶ୍ରୁତିକୁ ଆମେ ବଜାୟ ରଖିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?