ଭୁବନେଶ୍ୱର,୨୬।୮: ଆକ୍ସିସ୍ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏକ ଅଭିନବ ସୁବିଧା ୟୁପିଆଇ ଇଣ୍ଟର ଅପରେବିଲିଟିର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ୍ ମୁଦ୍ରା (ସିବିଡିସି) ଆପ୍ ଜରିଆରେ ବିକଶିତ ଆକ୍ସିସ୍ ମୋବାଇଲ୍ ଡିଜିଟାଲ ରୁପିରେ ୟୁପିଆଇ ଇଣ୍ଟର ଅପରେବିଲିଟି କାର୍ଯ୍ୟକାରୀ ହୋଇଛି। ଏହା ହେଉଛି ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରଚଳିତ ସିବିଡିସି ଅଭିଯାନର ଏକ ଅଂଶ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଆକ୍ସିସ୍ ବ୍ୟାଙ୍କର ଉପ ପରିଚାଳନା ନିର୍ଦ୍ଦେଶକ ରାଜୀବ ଆନନ୍ଦ କହିଛନ୍ତି, ବହୁ ସଂଖ୍ୟକ ଅଭିନବ ପ୍ରଯୁକ୍ତି କ୍ଷେତ୍ରରେ ନୂତନତ୍ୱକୁ ଗ୍ରହଣ କରିବା ସହିତ ଅଗ୍ରଦୂତ ଭାବେ ଆମେ ଡିଜିଟାଲ ଇଣ୍ଡିଆ ଲକ୍ଷ୍ୟକୁ ଆଗକୁ ବଢ଼ାଇବାରେ ସହାୟକ ହେଉଥିବା ସମାଧାନ ପ୍ରଦାନ କରିବା ଲାଗି ପ୍ରତିବଦ୍ଧ ରହିଛୁ। ବିଶେଷକରି ଡିଜିଟାଲ ରୁପି ଓ ୟୁପିଆଇ ଇଣ୍ଟର ଅପରେବିଲିଟିର ଏହି ମହତ୍ତ୍ୱପୂର୍ଣ୍ଣ ସୁବିଧାକୁ ଆରମ୍ଭ କରାଯାଇଥିବାରୁ ସାରା ଦେଶରେ ଡିଜିଟାଲ ରୁପିର ଗ୍ରହଣୀୟତାକୁ ଏହା ବ୍ୟାପକ କରିବ। ସେହିଭଳି ଡିଜିଟାଲ୍ ରୁପିର ସୁରକ୍ଷା ଓ ଗତି ସହ ଲୋକଙ୍କ ପାଖରେ ବ୍ୟାପକ ଭାବେ ପହଞ୍ଚତ୍ବା ଏବଂ ୟୁପିଆଇରେ ବ୍ୟବହାର ଅନୁକୂଳ ହୋଇଥିବାରୁ ଉଭୟ ଗ୍ରାହକ ଓ ବ୍ୟବସାୟୀ ଏହାର ଲାଭ ପାଇପାରିବେ। ସେହିପରି ଆକ୍ସିସ୍ ମୋବାଇଲ୍ ଡିଜିଟାଲ୍ ରୁପି ଆପ୍ରେ ୟୁପିଆଇ ଇଣ୍ଟର ଅପରେବିଲିଟି ସୁବିଧା ପ୍ରାରମ୍ଭିକ ପର୍ଯ୍ୟାୟରେ ଆଣ୍ଡ୍ରଏଡ୍ ବ୍ୟବହାରକାରୀଙ୍କଠାରୁ ଆରମ୍ଭହେବ ଏବଂ ଆଗାମୀ ଦିନରେ ତାହା ସବୁ ଡିଜିଟାଲ୍ ରୁପି ଗ୍ରାହକଙ୍କ ପାଇଁ ଉପଲବ୍ଧ ହେବ। ଅପରପକ୍ଷରେ ପରୀକ୍ଷଣ ହେଉଥିବା ୨୬ଟି ସହରର ବ୍ୟବହାରକାରୀଙ୍କ ପାଇଁ ଏହା ଉପଲବ୍ଧ ହେବ।
ଦେଶରେ ଲାଗିବ କି ଲକ୍ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…
ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…
ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM
ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…
ଚଳନ୍ତା ଟ୍ରେନ୍ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…
ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…
ବିଦ୍ୟୁତ୍ କାଟ୍କୁ ନେଇ ବଢୁଛି ଅସନ୍ତୋଷ
ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…
୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା
ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…
Archives

