ଉତ୍କଳ କି କଳା ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର,୧।୪: ଟାଟା ଟି’ର ବିବିଧ ପୋର୍ଟଫୋଲିଓର ପ୍ରମୁଖ ବ୍ରାଣ୍ଡ୍‌ ଟାଟା ଟି ପ୍ରିମିୟମ୍‌-ଦେଶ କି ଚାଏ ପକ୍ଷରୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ପରମ୍ପରାକୁ ପାଳନ କରିବା ଲାଗି ଶୁକ୍ରବାର ‘ଉତ୍କଳ ଦିବସ’ ପୂର୍ବରୁ ଉତ୍କଳ କି କଳା ଅଭିଯାନର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଏକାମ୍ର ହାଟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପଦ୍ମବିଭୂଷଣ ତଥା ସୁଦର୍ଶନ ଆର୍ଟ ଆଣ୍ଡ୍‌ କ୍ରାଫ୍ଟ ଭିଲେଜ୍‌ର ପ୍ରତିଷ୍ଠାତା ସୁଦର୍ଶନ ସାହୁ, କଳାକୃତି କ୍ଷେତ୍ରର ପୁନରୁଦ୍ଧାର ପାଇଁ ସମର୍ପିତ ସଂସ୍ଥା ‘ଶ୍ରଦ୍ଧା’ର ସଭାପତି ଓ ଭାରତ ସରକାରଙ୍କ ପୂର୍ବତନ ବୟନ ସଚିବ ଡକ୍ଟର ସଂଜୟ କୁମାର ପଣ୍ଡା, କଳାକୃତି କର୍ମୀ ଓ ଓଡ଼ିତା ଟ୍ରଷ୍ଟର ପ୍ରତିଷ୍ଠାତା ଓ ମ୍ୟାନେଜିଂ ଟ୍ରଷ୍ଟି ଡକ୍ଟର ଅନିତା ସାବତ ଏବଂ ବିଶିଷ୍ଟ ଓଡ଼ିଆ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।
ଏ ସମ୍ପର୍କରେ ଟାଟା କଞ୍ଜ୍ୟୁମର ପ୍ରଡକ୍ଟସ୍‌ ଲିମିଟେଡ୍‌ର ସଭାପତି-ପ୍ୟାକେଜଡ୍‌ ବେଜରେଜେସ୍‌ (ଭାରତ ଓ ଦକ୍ଷିଣ ଏସିଆ) ପୁନୀତ ଦାସ କହିଛନ୍ତି, ଓଡ଼ିଶାର ଲୋକମାନଙ୍କ ସହିତ ଆମ ବ୍ରାଣ୍ଡ୍‌ର ସମ୍ପର୍କକୁ ସୁଦୃଢ଼ କରିବା ଲାଗି ଆମର ଜାରି ରହିଥିବା ଉଦ୍ୟମର ଅଂଶସ୍ବରୂପ ଏହି ଉତ୍କଳ ଦିବସରେ ଆମ ଉତ୍କଳ କି କଳା ଅଭିଯାନ ଜରିଆରେ ରାଜ୍ୟର ହସ୍ତତନ୍ତ ସଂସ୍କୃତିକୁ ପାଳନ କରିବାକୁ ଆମେ ଉତ୍ସାହିତ। ଓଡ଼ିଶାର ବ୍ୟାପକ ହସ୍ତତନ୍ତ ଶାଢ଼ି ରାଜ୍ୟ ସାଂସ୍କୃତିକ ଭାବର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଆମ ଲିମିଟେଡ୍‌ ଏଡିସନ୍‌ ପ୍ୟାକ୍‌ରେ ଆମେ ଏହି ପାରମ୍ପରିକ ହସ୍ତତନ୍ତ ଓ ତାହାର ଯାଦୁକରୀ ଡିଜାଇନ୍‌କୁ ଜୀବନ୍ତ କରିପାରିଛୁ। ସେହି କାହାଣୀକୁ ପ୍ୟାକ୍‌ଠାରୁ ଆଗକୁ ନେଇ ଏକ ସିନେମାରେ ଯୋଡ଼ାଯାଇଛି ଯାହାକୁ ଓଡ଼ିଶାର ଗ୍ରାହକମାନେ ଦେଖିପାରିବେ। ଓଡ଼ିଶାର ସମୃଦ୍ଧ ସଂସ୍କୃତିକୁ ପାଳନ କରିବା ସହିତ ଏହି ଅଭିଯାନକୁ ଆଗକୁ ବଢ଼ାଇ ଏହି କଳାକାରମାନଙ୍କ ଯାଦୁରେ ଗୁରୁତ୍ୱାରୋପ କରି, ଓଡ଼ିଶାର ଲୋକମାନଙ୍କ ସହିତ ସମ୍ପର୍କକୁ ଆହୁରି ମଜଭୁତ କରିବା ହେଉଛି ଆମ ହାଇପରଲୋକାଲ୍‌ ରଣନୀତିର ମୂଳ ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri