ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ଗୁରୁବାର ଲୋକସେବା ଭବନଠାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ବିଭିନ୍ନ କଲ୍ୟାଣମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ପ୍ରତିଷ୍ଠାନ ଦ୍ୱାରା ପ୍ରକାଶିତ ‘ଆଦିବାସୀ’ ଜର୍ଣ୍ଣାଲ୍‌ର ୬୦ତମ ସଂକଳନର ପ୍ରଥମ ସଂଖ୍ୟାରେ ପ୍ରଫେସର ଡ. ଅଖିଳ ବିହାରୀ ଓତାଙ୍କ ଦ୍ୱାରା ପ୍ରସ୍ତୁତ ଏକକ ଗବେଷଣାମୂଳକ ନିବନ୍ଧ ‘କୋଭିଡ୍‌- ୧୯ ପରିପ୍ରେକ୍ଷୀରେ ମହାମାରୀର ଜନଜାତି ସଂସ୍କୃତି ଉପରେ ପ୍ରଭାବ’ ଉନ୍ମୋଚନ କରିଥିଲେ। ଏଥି ସହିତ ସୁଶାସନର ବାର୍ତ୍ତା ଓ ସ୍ବାକ୍ଷର ବହନ କରି ତୃଣମୂଳସ୍ତରର ପ୍ରତିକ୍ରିୟାକୁ ଉପସ୍ଥାପନ କରୁଥିବା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ତ୍ରୈମାସିକ ନ୍ୟୁଜ୍‌ଲେଟର ‘ଭଏସ୍‌’ର ମଧ୍ୟ ଉନ୍ମୋଚନ କରିଥିଲେ ା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ବୃତ୍ତିର ଉନ୍ନତି ନିମନ୍ତେ ଏହି ବିଭାଗ ଓ ପିପୁଲ ଫର୍‌ ଆକ୍ସନ୍‌ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ଏହା ଦ୍ୱାରା ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମରେ ଓଡ଼ିଆ, ଇଂରାଜୀ, ଗଣିତ ଓ ବିଜ୍ଞାନ ବିଷୟ ଶିକ୍ଷାରେ ଦେଖା ଯାଉଥିବା ବିଭିନ୍ନ ସମସ୍ୟା ଓ ବ୍ୟବଧାନ କମିପାରିବ।
ଆଜି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଓ ଆଭେଟି ଲର୍ଣ୍ଣିଂ ପ୍ରାଇଭେଟ୍‌ ଲିମିଟେଡ୍‌ ସହିତ ମଧ୍ୟ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା, ବିଭାଗୀୟ ନିର୍ଦ୍ଦେଶିକା ଗୁହା ପୁନମ ତାପସ କୁମାର, ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ପ୍ରଫେସର ଡ.ଅଖିଳ ବିହାରୀ ଓତା ପ୍ରମୁଖ ଉପସ୍ଥିତ ଥିଲେ ା କାର୍ଯ୍ୟକ୍ରମରେ ଭର୍ଚୁଆଲ୍‌ ମୋଡ୍‌ରେ ସମସ୍ତ ଜିଲ୍ଲାର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ, ଜିଲା ମଙ୍ଗଳ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?