ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ଗୁରୁବାର ଲୋକସେବା ଭବନଠାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ବିଭିନ୍ନ କଲ୍ୟାଣମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ପ୍ରତିଷ୍ଠାନ ଦ୍ୱାରା ପ୍ରକାଶିତ ‘ଆଦିବାସୀ’ ଜର୍ଣ୍ଣାଲ୍‌ର ୬୦ତମ ସଂକଳନର ପ୍ରଥମ ସଂଖ୍ୟାରେ ପ୍ରଫେସର ଡ. ଅଖିଳ ବିହାରୀ ଓତାଙ୍କ ଦ୍ୱାରା ପ୍ରସ୍ତୁତ ଏକକ ଗବେଷଣାମୂଳକ ନିବନ୍ଧ ‘କୋଭିଡ୍‌- ୧୯ ପରିପ୍ରେକ୍ଷୀରେ ମହାମାରୀର ଜନଜାତି ସଂସ୍କୃତି ଉପରେ ପ୍ରଭାବ’ ଉନ୍ମୋଚନ କରିଥିଲେ। ଏଥି ସହିତ ସୁଶାସନର ବାର୍ତ୍ତା ଓ ସ୍ବାକ୍ଷର ବହନ କରି ତୃଣମୂଳସ୍ତରର ପ୍ରତିକ୍ରିୟାକୁ ଉପସ୍ଥାପନ କରୁଥିବା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ତ୍ରୈମାସିକ ନ୍ୟୁଜ୍‌ଲେଟର ‘ଭଏସ୍‌’ର ମଧ୍ୟ ଉନ୍ମୋଚନ କରିଥିଲେ ା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ବୃତ୍ତିର ଉନ୍ନତି ନିମନ୍ତେ ଏହି ବିଭାଗ ଓ ପିପୁଲ ଫର୍‌ ଆକ୍ସନ୍‌ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ଏହା ଦ୍ୱାରା ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମରେ ଓଡ଼ିଆ, ଇଂରାଜୀ, ଗଣିତ ଓ ବିଜ୍ଞାନ ବିଷୟ ଶିକ୍ଷାରେ ଦେଖା ଯାଉଥିବା ବିଭିନ୍ନ ସମସ୍ୟା ଓ ବ୍ୟବଧାନ କମିପାରିବ।
ଆଜି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଓ ଆଭେଟି ଲର୍ଣ୍ଣିଂ ପ୍ରାଇଭେଟ୍‌ ଲିମିଟେଡ୍‌ ସହିତ ମଧ୍ୟ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା, ବିଭାଗୀୟ ନିର୍ଦ୍ଦେଶିକା ଗୁହା ପୁନମ ତାପସ କୁମାର, ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ପ୍ରଫେସର ଡ.ଅଖିଳ ବିହାରୀ ଓତା ପ୍ରମୁଖ ଉପସ୍ଥିତ ଥିଲେ ା କାର୍ଯ୍ୟକ୍ରମରେ ଭର୍ଚୁଆଲ୍‌ ମୋଡ୍‌ରେ ସମସ୍ତ ଜିଲ୍ଲାର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ, ଜିଲା ମଙ୍ଗଳ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri