ବେଦାନ୍ତ ମୋବାଇଲ ହେଲ୍‌ଥ ୟୁନିଟ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୯।୫: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧାଭିତ୍ତିକ ମେଡିକାଲ ସେବା ‘ମୋବାଇଲ ହେଲ୍‌ଥ ୟୁନିଟ୍‌ ବା ଏମ୍‌ଏମ୍‌ୟୁ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। କମ୍ପାନୀ ଏହି ସେବାକୁ ଓଡ଼ିଶାର ରାୟଗଡ଼ା ଏବଂ କଳାହାଣ୍ଡି ଜିଲାର ସିଜିମାଳି ଖଣି ପରିସର ଅଞ୍ଚଳରେ ଆରମ୍ଭ (ପ୍ରସାରିତ) କରିଛି। ବିଶେଷକରି ସ୍ଥାନୀୟ ଗୋଷ୍ଠୀର ଆବଶ୍ୟକତା ଅନୁଯାୟୀ ଏମ୍‌ଏଚ୍‌ୟୁ ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇବା ସହ ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ପ୍ରଦାନ କରିଛି। ଉଲ୍ଲେଖଯୋଗ୍ୟ, ସିଜିମାଳି ଖଣି ଆଖପାଖରେ ଥିବା ୪୦ ଗାଁର ୧୦,୦୦୦ରୁ ଅଧିକ ଲୋକଙ୍କ ପାଖରେ କମ୍ପାନୀର ଏହି ଏମ୍‌ଏଚ୍‌ୟୁ ସେବା ପହଞ୍ଚତ୍ଛି। ଏପରିକି ବେଦାନ୍ତର ଏମ୍‌ଏଚ୍‌ୟୁ ସେବା ରାଜ୍ୟର ୧୦୦ରୁ ଅଧିକ ଗାଁରେ ପହଞ୍ଚତ୍ବା ସହ ୨ଲକ୍ଷ ଲୋକଙ୍କୁ ଆବଶ୍ୟକ ସ୍ବାସ୍ଥ୍ୟସେବା ଯୋଗାଇ ଦେଇଛି। ମୋବାଇଲ ହେଲ୍‌ଥ ୟୁନିଟ୍‌ ହେଉଛି, ଏକ ବିଶେଷ ଭ୍ୟାନ୍‌। ଏଥିରେ ଗୁରୁତ୍ୱପୂର୍ଣ୍ଣ ଡାକ୍ତରୀ ଚିକିତ୍ସା ଉପକରଣ ଏବଂ ଔଷଧ ସହ ମେଡିକାଲ କର୍ମଚାରୀଙ୍କ ସହିତ ଜଣେ ଡାକ୍ତର, ନର୍ସ, ଲାବ୍‌ ଟେକ୍‌ନିସିଆନ ଓ ଫାର୍ମାସି ରହିଥାନ୍ତି। ଏ ସମ୍ପର୍କରେ ଥୁଆମୂଳା ରାମପୁର ଗ୍ରାମର ମେଡିକାଲ ଅଧିକାରୀ ନୀତୀଶ ଝା କହିଛନ୍ତି, ଦୁର୍ଗମ ଅଞ୍ଚଳରେ ଗୋଷ୍ଠୀର ବିକାଶ ଲାଗି ବେଦାନ୍ତର ଏହି ପଦକ୍ଷେପକୁ ମୁଁ ପ୍ରଶଂସା କରୁଛି। ବିଶେଷକରି ଲୋକମାନଙ୍କ ସ୍ବାସ୍ଥ୍ୟସେବା ଆବଶ୍ୟକତାକୁ ପୂରଣକରି କମ୍ପାନୀ ଭବିଷ୍ୟତ ସୃଷ୍ଟି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି, ଯଦ୍ଦ୍ବାରା ପ୍ରତ୍ୟେକ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ଆବଶ୍ୟକତା ପୂରଣ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri