ଭୁବନେଶ୍ୱର,୨୬।୮: ବ୍ୟାଙ୍କ ଅଫ୍ ବରୋଦା (ବିଓବି)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଭିଡିଓ ରି-କେୱାଇସି’ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଉକ୍ତ ସୁବିଧା ଉଭୟ ଇଂରାଜୀ ଓ ହିନ୍ଦୀ ଭାଷାରେ ଉପଲବ୍ଧ। ଏପରିକି ଗ୍ରାହକମାନେ ଡିଜିଟାଲ ସେବା ମାଧ୍ୟମରେ ନିୟମିତ ବ୍ୟବଧାନରେ କେୱାଇସି (ଆପଣଙ୍କର ଗ୍ରାହକଙ୍କୁ ଜାଣନ୍ତୁ) ଅପ୍ଡେଟ୍ କରିପାରିବ। ସେହିଭଳି ଯେଉଁ ଗ୍ରାହକମାନଙ୍କର ରି-କେୱାଇସି ବକେୟା ରହିଛି, ସେମାନେ ମଧ୍ୟ ସେମାନଙ୍କର ଭିଡିଓ କେୱାଇସିକୁ ଶାଖାକୁ ପରିଦର୍ଶନ ନ କରି ଅଳ୍ପ କିଛି ମିନିଟ୍ରେ ସମାପ୍ତ କରିପାରିବେ। ବିଶେଷକରି ଭିଡିଓ କେୱାଇସି ସୁବିଧା ଉପଲବ୍ଧ କରିବା ପାଇଁ ଗ୍ରାହକମାନେ ଆବାସିକ ବ୍ୟକ୍ତିବିଶେଷ ହୋଇଥିବା ଉଚିତ ଏବଂ ସେମାନଙ୍କର ବୟସ ୧୮ ବର୍ଷରୁ ଅଧିକ ହେବା ସହ ଏକ ଆଧାର ନମ୍ବର ଓ ପାନ୍ କାର୍ଡ ରହିଥିବା ଜରୁରୀ ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଏପରିକି ପ୍ରଥମ ପର୍ଯ୍ୟାୟରେ ଗ୍ରାହକଙ୍କୁ ବିଓବିର ୱେବ୍ସାଇଟକୁ ପରିଦର୍ଶନ କରିବାକୁ ହେବ ଓ କିଛି ସାଧାରଣ ସୂଚନାକୁ ଅନ୍ଲାଇନରେ ପ୍ରଦାନକରି ଅନ୍ଲାଇନ ରି-କେୱାଇସି ଆବେଦନକୁ ସମ୍ପୂର୍ଣ୍ଣ କରିବାକୁ ହେବ। ଅପରପକ୍ଷରେ ଥରେ ଅନ୍ଲାଇନ ଆବେଦନ ଦାଖଲ ହେବା ପରେ ବ୍ୟାଙ୍କ କର୍ମଚାରୀଙ୍କ ସହିତ ଭିଡିଓ କେୱାଇସି କଲ୍ କରାଯିବ। ଉକ୍ତ ଭିଡିଓ କଲ୍ ପାଇଁ ଗ୍ରାହକଙ୍କର ଏକ ଅରିଜିନାଲ୍ ପାନ୍ କାର୍ଡ ସହ ଏକ ସାଦା ଧଳା କାଗଜ ଓ କଳା/ନୀଳ ପେନ୍ ଆବଶ୍ୟକ ରହିଛି। ଭିଡିଓ ରି-କେୱାଇସିକୁ ବ୍ୟବସାୟ ନିର୍ଘଣ୍ଟ (ସକାଳ ୧୦.୦୦ଘ. ରୁ ସନ୍ଧ୍ୟା ୬.୦୦ ଘ.) ମଧ୍ୟରେ ସମସ୍ତ କାର୍ଯ୍ୟ ଦିବସରେ କରାଯିବ। ବିଶେଷକରି ଭିଡିଓ ସେସନର ସଫଳତାପୂର୍ବକ ସମାପ୍ତି ପରେ ଗ୍ରାହକଙ୍କ ସବିଶେଷକୁ ବ୍ୟାଙ୍କର ରେକର୍ଡରେ ଅପ୍ଡେଟ୍ କରାଯିବ ଓ ଏକ ସୁନିଶ୍ଚିତୀକରଣ ଟେକ୍ସଟ ମେସେଜ୍ ଗ୍ରାହକଙ୍କ ନିକଟକୁ ପଠାଯିବ। ଭିଡିଓ ରି-କେୱାଇସିର ଶୁଭାରମ୍ଭ ହେବା ଦ୍ୱାରା ରି-କେୱାଇସି ପ୍ରକ୍ରିୟା ବହୁ ସରଳ ଓ ସୁବିଧାଜନକ ହୋଇଛି ଓ ଗ୍ରାହକ ଅନୁଭୂତିରେ ଅନେକ ପରିବର୍ତ୍ତନ ଆଣିଛି।
ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…
ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...
ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ
ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍ରେ ପରାସ୍ତ...
ଗଡ଼ିଲା ହାଇଡ୍ରୋଜେନ୍ ଚାଳିତ ଜାହାଜ
ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍ ଇନ୍ଧନ-ସେଲ୍ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...
ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...
ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି
ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...
ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍
ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...
Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ
ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...
ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍ ଚାଳକ ଗିରଫ
କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...
Archives


