‘ଏମ୍‌ଏଲ୍‌ଏ ଲାଡ୍‌ ୱେବ୍‌ ପୋର୍ଟାଲ’ର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର, ୧୪ା୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ‘ଏମ୍‌ଏଲ୍‌ଏ ଲାଡ୍‌’ ଓ ‘ସିଏମ୍‌-ଏସ୍‌ଏ’ ର ସରଳୀକୃତ ଗାଇଡ୍‌ଲାଇନ ଉନ୍ମୋଚିତ କରିଛନ୍ତି। ଏହାସହ ଏମ୍‌ଏଲ୍‌ଏ ଲାଡ୍‌ ୱେବ୍‌ ପୋର୍ଟାଲର(https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ ହୋଇଛି। କ୍ୟାବିନେଟ୍‌ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତ କ୍ୟାବିନେଟ୍‌ ସହଯୋଗୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାକୁ ଉନ୍ମୋଚିତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉକ୍ତ ପରିବର୍ତ୍ତିତ ନିର୍ଦ୍ଦେଶାବଳୀ ସ୍ବଚ୍ଛ, ସରଳ ଓ ସମୟ ଉପଯୋଗୀ ହୋଇପାରିଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂତନ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ ସରଳତା ଆଣିବା ସହ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋଟ ମୌଳିକ ଭିତ୍ତିଭୂମିଗୁଡ଼ିକୁ ଶୀଘ୍ର ଏବଂ ସ୍ବଚ୍ଛତାର ସହ ସମ୍ପାଦନ କରିବାରେ ସହାୟକ ହେବ। ଏହି ନୂଆ ଗାଇଡ୍‌ଲାଇନରେ ବିଭିନ୍ନ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଅତ୍ୟାବଶ୍ୟକ ପ୍ରକଳ୍ପଗୁଡିକୁ ଗ୍ରହଣ କରିବାର ବ୍ୟବସ୍ଥା ଥିବାବେଳେ ଅନାବଶ୍ୟକ ପ୍ରକଳ୍ପଗୁଡିକୁ ବାଦ୍‌ ଦିଆଯିବାର ବ୍ୟବସ୍ଥା କରାଯାଇଛି। ଏହାସହ ପ୍ରକଳ୍ପର ସୁପାରିସଠାରୁ ଅନୁମୋଦନ ପ୍ରକ୍ରିୟା ସମାପ୍ତ ହେବା ପର୍ଯ୍ୟନ୍ତ(କାର୍ଯ୍ୟାଦେଶ ପର୍ଯ୍ୟନ୍ତ) ସମୟ ଅବଧି ୩୦ ଦିନ ରଖାଯାଇଛି। ସେହିପରି ସିଏମ୍‌-ଏସ୍‌ଏ ଗାଇଡ୍‌ଲାଇନର ମଧ୍ୟ ସରଳୀକରଣ କରାଯାଇଛି। ଏହାଦ୍ୱାରା ପ୍ରକଳ୍ପଗୁଡ଼ିକ ତ୍ୱରାନ୍ବିତ ଭାବେ କାର୍ଯ୍ୟକାରୀ କରାଯାଇପାରିବ ବୋଲି ସେ କହିଛନ୍ତି। ଏହି ନୂତନ ‘ଏମ୍‌ଏଲ୍‌ଏ ଲାଡ୍‌ ୱେବ୍‌ପୋର୍ଟାଲରେ ବିଧାୟକମାନଙ୍କ ଦ୍ବାରା ପ୍ରକଳ୍ପ ସୁପାରିସ, ପ୍ରକଳ୍ପ ଆବଶ୍ୟକତାର ତର୍ଜମା, ଯୋଜନା ଓ ବ୍ୟୟ ଅଟକଳ ପ୍ରସ୍ତୁତି, ପ୍ରକଳ୍ପର ଅନୁମୋଦନ, କାର୍ଯ୍ୟାଦେଶ, ତଦାରଖ, ନିରୀକ୍ଷଣ, ବ୍ୟୟ ଓ କାର୍ଯ୍ୟ ସମ୍ପାଦନ ଆଦି ନିର୍ଦ୍ଧାରିତ ସମୟରେ ସମ୍ପାଦନ କରାଯାଇପାରିବ। ଏହି ପୋର୍ଟାଲ ମାଧ୍ୟମରେ ବିଧାୟକମାନେ ସେମାନଙ୍କ ନିର୍ବାଚନମଣ୍ଡଳୀରେ ସୁପାରିସ କରିଥିବା ସମସ୍ତ ପ୍ରକଳ୍ପର ବାସ୍ତବ ସ୍ଥିତି ବିଷୟରେ ଅବଗତ ହୋଇପାରିବେ। ଜନସାଧାରଣଙ୍କ ପାଇଁ ଯୋଜନା ସମ୍ବନ୍ଧୀୟ ସବିଶେଷ ତଥ୍ୟ ଏହି ପୋର୍ଟାଲରେ ଉପଲବ୍ଧ ହେବ। ଏହାସହ ବିଧାନସଭା ଅଞ୍ଚଳର ଜନସାଧାରଣ ମଧ୍ୟ ସେମାନଙ୍କ ବିଧାୟକଙ୍କ ଦ୍ୱାରା ସୁପାରିସ କରାଯାଇଥିବା ପ୍ରକଳ୍ପଗୁଡିକର ତଥ୍ୟ ଏହି ପୋର୍ଟାଲ ଜରିଆରେ ଅବଗତ ହୋଇପାରିବେ।
ସୂଚନାଯୋଗ୍ୟ, ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଯୋଜନା ୧୯୯୭-୯୮ରୁ ଆରମ୍ଭ ହୋଇ ଜନସାଧାରଣଙ୍କ ଛୋଟ ଛୋଟ କିନ୍ତୁ ନିତାନ୍ତ ଆବଶ୍ୟକ ଭିତ୍ତିଭୂମି ଗଠନ କରିବାରେ ଏକ ମଜଭୁତ ମାଧ୍ୟମ ହୋଇପାରିଛି। ପର୍ଯ୍ୟାୟକ୍ରମେ ପ୍ରତ୍ୟେକ ବିଧାନସଭା କ୍ଷେତ୍ର ପାଇଁ ଏହି ଅନୁଦାନ ୫ ଲକ୍ଷରୁ ୩ କୋଟି ଟଙ୍କାକୁ ବୃଦ୍ଧି ପାଇ ୨୦୨୫-୨୬ ଆର୍ଥିକ ବର୍ଷରେ ଏହା ପ୍ରତ୍ୟେକ ବିଧାନସଭା କ୍ଷେତ୍ର ପାଇଁ ୫ କୋଟି ଟଙ୍କା ହିସାବରେ ବ୍ୟୟ ବରାଦ କରାଯାଇଛି। ଏହି ନୂତନ ଗାଇଡ୍‌ଲାଇନ ମୁଖ୍ୟ ଶାସନ ସଚିବ ଓ ଉନ୍ନୟନ କମିଶନରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତ କରାଯାଇଛି। ଏଥିପାଇଁ ବିଧାନସଭା କମିଟି ସଦସ୍ୟ ଓ ବିଧାୟକମାନଙ୍କ ପରାମର୍ଶ ନିଆଯାଇଛି। ପଡ଼ୋଶୀ ରାଜ୍ୟଗୁଡିକର ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀ’ର ଅଧ୍ୟୟନ କରାଯାଇଛି। କ୍ଷେତ୍ରସ୍ତରରେ ଉପୁଜୁଥିବା ସମସ୍ୟାଗୁଡିକର ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି। ଏହି ପ୍ରକ୍ରିୟାରେ ସଂଶ୍ଲିଷ୍ଟ ସମସ୍ତ ମନ୍ତ୍ରୀ, ବିଧାୟକ ଏବଂ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ଏହି ନୂତନ ସରଳୀକୃତ ଗାଇଡ୍‌ଲାଇନ ଓ ୱେବ୍‌ ପୋର୍ଟାଲ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ…

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ…

ଭେନେଜୁଏଲା ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ, ଜାରିହେଲା ଜରୁରୀ ସ୍ଥିତି

ନ୍ୟୁୟର୍କ,୩୧ା୧:ଭେନେଜୁଏଲା ପରେ ଏବେ ଅନ୍ୟତମ କାରିବିଆନ ରାଷ୍ଟ୍ର କ୍ୟୁବା ଉପରେ ଟ୍ରମ୍ପଙ୍କ ଦୃଷ୍ଟି ପଡ଼ିଛି। କ୍ୟୁବାକୁ ଏକଘରିକିଆ କରିବାକୁ ଟ୍ରମ୍ପ ଏହି ଦେଶ ଉପରେ ଜରୁରିକାଳୀନ ସ୍ଥିତି…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ରାତି ୧୦ଟାରେ ମହାଦୀପ ଦର୍ଶନ

ପୁରୁଣା ଭୁବନେଶ୍ୱର,୩୦ା୧(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri