‘ଏମ୍‌ଏଲ୍‌ଏ ଲାଡ୍‌ ୱେବ୍‌ ପୋର୍ଟାଲ’ର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର, ୧୪ା୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ‘ଏମ୍‌ଏଲ୍‌ଏ ଲାଡ୍‌’ ଓ ‘ସିଏମ୍‌-ଏସ୍‌ଏ’ ର ସରଳୀକୃତ ଗାଇଡ୍‌ଲାଇନ ଉନ୍ମୋଚିତ କରିଛନ୍ତି। ଏହାସହ ଏମ୍‌ଏଲ୍‌ଏ ଲାଡ୍‌ ୱେବ୍‌ ପୋର୍ଟାଲର(https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ ହୋଇଛି। କ୍ୟାବିନେଟ୍‌ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତ କ୍ୟାବିନେଟ୍‌ ସହଯୋଗୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାକୁ ଉନ୍ମୋଚିତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉକ୍ତ ପରିବର୍ତ୍ତିତ ନିର୍ଦ୍ଦେଶାବଳୀ ସ୍ବଚ୍ଛ, ସରଳ ଓ ସମୟ ଉପଯୋଗୀ ହୋଇପାରିଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂତନ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ ସରଳତା ଆଣିବା ସହ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋଟ ମୌଳିକ ଭିତ୍ତିଭୂମିଗୁଡ଼ିକୁ ଶୀଘ୍ର ଏବଂ ସ୍ବଚ୍ଛତାର ସହ ସମ୍ପାଦନ କରିବାରେ ସହାୟକ ହେବ। ଏହି ନୂଆ ଗାଇଡ୍‌ଲାଇନରେ ବିଭିନ୍ନ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଅତ୍ୟାବଶ୍ୟକ ପ୍ରକଳ୍ପଗୁଡିକୁ ଗ୍ରହଣ କରିବାର ବ୍ୟବସ୍ଥା ଥିବାବେଳେ ଅନାବଶ୍ୟକ ପ୍ରକଳ୍ପଗୁଡିକୁ ବାଦ୍‌ ଦିଆଯିବାର ବ୍ୟବସ୍ଥା କରାଯାଇଛି। ଏହାସହ ପ୍ରକଳ୍ପର ସୁପାରିସଠାରୁ ଅନୁମୋଦନ ପ୍ରକ୍ରିୟା ସମାପ୍ତ ହେବା ପର୍ଯ୍ୟନ୍ତ(କାର୍ଯ୍ୟାଦେଶ ପର୍ଯ୍ୟନ୍ତ) ସମୟ ଅବଧି ୩୦ ଦିନ ରଖାଯାଇଛି। ସେହିପରି ସିଏମ୍‌-ଏସ୍‌ଏ ଗାଇଡ୍‌ଲାଇନର ମଧ୍ୟ ସରଳୀକରଣ କରାଯାଇଛି। ଏହାଦ୍ୱାରା ପ୍ରକଳ୍ପଗୁଡ଼ିକ ତ୍ୱରାନ୍ବିତ ଭାବେ କାର୍ଯ୍ୟକାରୀ କରାଯାଇପାରିବ ବୋଲି ସେ କହିଛନ୍ତି। ଏହି ନୂତନ ‘ଏମ୍‌ଏଲ୍‌ଏ ଲାଡ୍‌ ୱେବ୍‌ପୋର୍ଟାଲରେ ବିଧାୟକମାନଙ୍କ ଦ୍ବାରା ପ୍ରକଳ୍ପ ସୁପାରିସ, ପ୍ରକଳ୍ପ ଆବଶ୍ୟକତାର ତର୍ଜମା, ଯୋଜନା ଓ ବ୍ୟୟ ଅଟକଳ ପ୍ରସ୍ତୁତି, ପ୍ରକଳ୍ପର ଅନୁମୋଦନ, କାର୍ଯ୍ୟାଦେଶ, ତଦାରଖ, ନିରୀକ୍ଷଣ, ବ୍ୟୟ ଓ କାର୍ଯ୍ୟ ସମ୍ପାଦନ ଆଦି ନିର୍ଦ୍ଧାରିତ ସମୟରେ ସମ୍ପାଦନ କରାଯାଇପାରିବ। ଏହି ପୋର୍ଟାଲ ମାଧ୍ୟମରେ ବିଧାୟକମାନେ ସେମାନଙ୍କ ନିର୍ବାଚନମଣ୍ଡଳୀରେ ସୁପାରିସ କରିଥିବା ସମସ୍ତ ପ୍ରକଳ୍ପର ବାସ୍ତବ ସ୍ଥିତି ବିଷୟରେ ଅବଗତ ହୋଇପାରିବେ। ଜନସାଧାରଣଙ୍କ ପାଇଁ ଯୋଜନା ସମ୍ବନ୍ଧୀୟ ସବିଶେଷ ତଥ୍ୟ ଏହି ପୋର୍ଟାଲରେ ଉପଲବ୍ଧ ହେବ। ଏହାସହ ବିଧାନସଭା ଅଞ୍ଚଳର ଜନସାଧାରଣ ମଧ୍ୟ ସେମାନଙ୍କ ବିଧାୟକଙ୍କ ଦ୍ୱାରା ସୁପାରିସ କରାଯାଇଥିବା ପ୍ରକଳ୍ପଗୁଡିକର ତଥ୍ୟ ଏହି ପୋର୍ଟାଲ ଜରିଆରେ ଅବଗତ ହୋଇପାରିବେ।
ସୂଚନାଯୋଗ୍ୟ, ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଯୋଜନା ୧୯୯୭-୯୮ରୁ ଆରମ୍ଭ ହୋଇ ଜନସାଧାରଣଙ୍କ ଛୋଟ ଛୋଟ କିନ୍ତୁ ନିତାନ୍ତ ଆବଶ୍ୟକ ଭିତ୍ତିଭୂମି ଗଠନ କରିବାରେ ଏକ ମଜଭୁତ ମାଧ୍ୟମ ହୋଇପାରିଛି। ପର୍ଯ୍ୟାୟକ୍ରମେ ପ୍ରତ୍ୟେକ ବିଧାନସଭା କ୍ଷେତ୍ର ପାଇଁ ଏହି ଅନୁଦାନ ୫ ଲକ୍ଷରୁ ୩ କୋଟି ଟଙ୍କାକୁ ବୃଦ୍ଧି ପାଇ ୨୦୨୫-୨୬ ଆର୍ଥିକ ବର୍ଷରେ ଏହା ପ୍ରତ୍ୟେକ ବିଧାନସଭା କ୍ଷେତ୍ର ପାଇଁ ୫ କୋଟି ଟଙ୍କା ହିସାବରେ ବ୍ୟୟ ବରାଦ କରାଯାଇଛି। ଏହି ନୂତନ ଗାଇଡ୍‌ଲାଇନ ମୁଖ୍ୟ ଶାସନ ସଚିବ ଓ ଉନ୍ନୟନ କମିଶନରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତ କରାଯାଇଛି। ଏଥିପାଇଁ ବିଧାନସଭା କମିଟି ସଦସ୍ୟ ଓ ବିଧାୟକମାନଙ୍କ ପରାମର୍ଶ ନିଆଯାଇଛି। ପଡ଼ୋଶୀ ରାଜ୍ୟଗୁଡିକର ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀ’ର ଅଧ୍ୟୟନ କରାଯାଇଛି। କ୍ଷେତ୍ରସ୍ତରରେ ଉପୁଜୁଥିବା ସମସ୍ୟାଗୁଡିକର ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି। ଏହି ପ୍ରକ୍ରିୟାରେ ସଂଶ୍ଲିଷ୍ଟ ସମସ୍ତ ମନ୍ତ୍ରୀ, ବିଧାୟକ ଏବଂ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ଏହି ନୂତନ ସରଳୀକୃତ ଗାଇଡ୍‌ଲାଇନ ଓ ୱେବ୍‌ ପୋର୍ଟାଲ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?