୫-ଟି ଓ ମୋ ସ୍କୁଲ ଅଭିଯାନରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର: ବିଦ୍ୟାଳୟରେ ଭିଜିଲାନ୍ସ ଟେକ୍ନିକାଲ ଟିମ୍‌

ବାହାନଗା, ୨୩।୭(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ପଞ୍ଚାୟତ ଥାଲସଡା ଗ୍ରାମସ୍ଥିତ ଦାମୋଦର ଉଚ୍ଚବିଦ୍ୟାଳୟରେ ୫-ଟି ଓ ମୋ ସ୍କୁଲ ଅଭିଯାନରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମବାସୀ ବାରମ୍ବାର ଭିଜିଲାନ୍ସ ଡିଜି, ଏସ୍‌ପିଙ୍କଠାରେ ଅଭିଯୋଗ କରିଥିଲେ। ମଙ୍ଗଳବାର ଜିଲା ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଭିଜିଲାନ୍ସ ଡିଏସ୍‌ପି ଦକ୍ଷିଣୀ କୁମାର ମୁର୍ମୁ, ପିଡବ୍ଲ୍ୟୁଡି କନିଷ୍ଠଯନ୍ତ୍ରୀ ଲକ୍ଷ୍ମଣ ମୁର୍ମୁ ଓ ବ୍ଲକର ତତ୍କାଳୀନ ଯନ୍ତ୍ରୀ ଅଜୟ ସିଂ, ଅତିରିକ୍ତ ସହାୟକ ଯନ୍ତ୍ରୀ ଲକ୍ଷ୍ମୀକାନ୍ତ ଦାସ, ଦୁଇ କନିଷ୍ଠଯନ୍ତ୍ରୀ ଅଜୟ ବେହେରା, ଗୋପାଳ ଜେନାଙ୍କ ସମେତ ଭିଜିଲାନ୍ସର ଟେକ୍ନିକାଲ ଯନ୍ତ୍ରୀ ଚଢାଉରେ ସାମିଲ ହୋଇ ନିର୍ମାଣ ହୋଇଥିବା ବିଦ୍ୟାଳୟ ଗୃହ କାର୍ଯ୍ୟର ତଦନ୍ତ କରିବା ସହିତ କାଗଜପତ୍ର ଜବତ କରିଛନ୍ତି। ଏହି ସମୟରେ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡା ଉପସ୍ଥିତ ରହି ତଦନ୍ତରେ ସହଯୋଗ କରିଥିେଲେ।
ଗତବର୍ଷ ଦାମୋଦର ଉଚ୍ଚ ବିଦ୍ୟାଳୟକୁ ରାଜ୍ୟ ସରକାର ୫-ଟି ଯୋଜନାରେ ସାମିଲ କରାଇ ୮୫ଲକ୍ଷ ଟଙ୍କା ଅନୁଦାନ ଦେଇଥିଲେ। ସେହିପରି ମୋ ସ୍କୁଲ ଅଭିଯାନରେ ୭୦ଲକ୍ଷ ଟଙ୍କାରୁ ୪୫ଲକ୍ଷ ଟଙ୍କା ହେରଫେର୍‌ ହୋଇଥିବା ନେଇ ଗ୍ରାମବାସୀ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡାଙ୍କ ନାମରେ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ ଗତବର୍ଷ ପ୍ରଥମ ପର୍ଯ୍ୟାୟରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା। ମାତ୍ର ସରକାର ବଦଳିବା ପରେ ବାରମ୍ବାର ଗ୍ରାମବାସୀ ଭିଜିଲାନ୍ସ ଡିଜି, ଏସ୍‌ପିଙ୍କଠାରେ ଅଭିଯୋଗ କରିଥିଲେ। ବିଦ୍ୟାଳୟରେ ୫-ଟି ଓ ମୋ ସ୍କୁଲ ଅଭିଯାନରେ ଆସିଥିବା ଅନୁଦାନରେ ନିର୍ମିତ ପକ୍କା ଘରଗୁଡିକ ନିମ୍ନମାନର ହୋଇଥିବା ଓ କେତୋଟି ପୁରୁଣା ଘରକୁ ମରାମତି ସମେତ ରଙ୍ଗ ମରାଯାଇ ଅର୍ଥ ହେର୍‌ଫେର୍‌ ହୋଇଥିବା ଗ୍ରାମବାସୀ ଅଭିଯୋଗରେ ଦର୍ଶାଇଛନ୍ତି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡା ନିଜେ ଠିକାଦାର ଭାବେ କାର୍ଯ୍ୟାଦେଶ ନେଇ ନିମ୍ନମାନର କାମ କରୁଥିଲେ। କାନ୍ଥର ରଙ୍ଗ ମାରିବାଠାରୁ ଆରମ୍ଭ କରି ଚଟାଣରେ ଟାଇଲ କିଣା ପର୍ଯ୍ୟନ୍ତ ସବୁ ନିଜେ କିଣିଥିଲେ। ବୁଝାବୁଝି କରିବା ସହିତ ଠିକା କାମ କରି ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଛି। ଏ ବାବଦରେ ଭିଜିଲାନ୍ସ ତଦନ୍ତକାରୀ ଡିଏସ୍‌ପି ଦକ୍ଷିଣୀ କୁମାର ମୁର୍ମୁ କହିଛନ୍ତି, ବିଦ୍ୟାଳୟ ଦୁର୍ନୀତି ବାବଦରେ ଅଭିଯୋଗ ହେବା ପରେ ଦ୍ବିତୀୟଥର ତଦନ୍ତ ଟେକ୍ନିକାଲମାନଙ୍କ ଦ୍ୱାରା ନିର୍ମାଣ କାର୍ଯ୍ୟର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri