ଇଥିଓପିଆରେ ଲାଭା ଉଦ୍‌ଗିରଣ, ଭାରତ ଆଡ଼କୁ ମାଡ଼ିଆସୁଛି ପାଉଁଶ

ନୂଆଦିଲ୍ଲୀ,୨୪ା୧୧: ଇଥିଓପିଆରେ ଆଗ୍ନେୟଗିରିରୁ ଲାଭା ଉଦ୍‌ଗିରଣ ଯୋଗୁ ପାଉଁଶର ବାଦଲ ପୂର୍ବ ଦିଗକୁ ମାଡ଼ିଆସିବା ସହ ଉତ୍ତର ଭାରତରେ ପହଞ୍ଚିଲାଣି ଫଳରେ ବହୁ ସଂଖ୍ୟାରେ ବିମାନ ଉଡ଼ାଣକୁ ବାତିଲ କରାଯାଇଛି। ପାଉଁଶ ଆସ୍ତରଣଜନିତ ସମ୍ଭାବ୍ୟ ପ୍ରତିବନ୍ଧକର ମୁକାବିଲା ପାଇଁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଭରତୀୟ ଏୟାରଲାଇନ୍ସ ଓ ବିମାନବନ୍ଦର ନିମନ୍ତେ ଆଡଭାଇଜରି ଜାରି କରିଛି।

ଇଥିଓପିଆର ହେଲି ଗୁବ୍ବି ଆଗ୍ନେୟଗିରିରୁ ୧୨,୦୦୦ ବର୍ଷ ପରେ ପ୍ରଥମ ଥର ପାଇଁ ରବିବାର ଲାଭା ଉଦ୍‌ଗିରଣ ହୋଇଥିଲା। ଏହାର ବହଳ ଧୂଆଁ ଲୋହିତସାଗର ଉପର ଦେଇ ୟେମେନ ଏବଂ ଓମାନ ଦିଗରେ ଗତି କରିବା ସହ ଉତ୍ତର ଆରବ ସାଗର ଉପରେ ମାଡ଼ି ଚାଲିଛି।

ରାଜସ୍ଥାନ ଓ ହରିୟାଣାର କେତେକ ଭାଗରେ ଏହି ଧୂଆଁ ପହଞ୍ଚିବା ସହ ଦିଲ୍ଲୀକୁ ଆଚ୍ଛାଦିତ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦିଲ୍ଲୀ ଓ ଉତ୍ତରପ୍ରଦେଶର ବାୟୁକୁ ଏହା ଆହୁରି ପ୍ରଦୂଷିତ କରିପାରେ। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଆକାଶ ଏୟାର, ଇଣ୍ଡିଗୋ ଏବଂ କେଏଲ୍‌ଏମ୍‌ ଆଦି ଏୟାରଲାଇନ୍ସ କେତେକ ବିମାନ ଉଡ଼ାଣକୁ ବାତିଲ କରିଦେଇଛନ୍ତି।

In this photo released by the Afar Government Communication Bureau, ash billows from the first time eruption of the Hayli Gubbi Volcano in Ethiopia's Afar region on November 23, 2025.


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri