ଜାତିସଂଘ ବୈଠକରୁ ଉଠିଗଲେ ଲାଭ୍ରୋଭ୍‌

ନ୍ୟୁୟର୍କ,୨୪ା୯: ଜାତିସଂଘର ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି) ବୈଠକ ଗୁରୁବାର ଚାଲିଥିବାବେଳେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ୍‌ ଉଠି ଚାଲିଯାଇଥିଲେ। ୟୁକ୍ରେନ୍‌ ଆକ୍ରମଣକୁ ଆମେରିକା ସମେତ ଅନ୍ୟ ଦେଶଗୁଡ଼ିକ କଡ଼ାଭାଷାରେ ନିନ୍ଦା କରିଥିବାରୁ ସେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଇ ନ ଥିବା କୁହାଯାଉଛି। ବୈଠକରେ ଉପସ୍ଥିତ ଥିବା ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଅନ୍ୟ କୂଟନୀତିଜ୍ଞମାନଙ୍କୁ ରୁଷିଆ ବିରୋଧରେ ସତର୍କ କରାଇ କହିଥିଲେ, ରାଷ୍ଟ୍ରପତି ପୁଟିନ୍‌ଙ୍କୁ ଆମେ ଏମିତି ଛାଡ଼ିଦେବା ଅନୁଚିତ ହେବ। କାରଣ ସେ ଚଳାଇଥିବା ଯୁଦ୍ଧ ଜାତିସଂଘ ଦ୍ୱାରା ପ୍ରତିଷ୍ଠିତ ସମସ୍ତ ଅନ୍ତର୍ଜାତୀୟ ସଂସ୍ଥାର ନିୟମଗୁଡ଼ିକୁ ଉଲ୍ଲଂଘନ କରୁଛି। ବ୍ଲିଙ୍କେନ୍‌ଙ୍କ ଏହି ମନ୍ତବ୍ୟ ପରେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ଲାଭ୍ରୋଭ୍‌ ନିଜ ଚାମ୍ବରରୁ ଉଠି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ...

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର...

ଭୂକମ୍ପର ଜୋରଦାର ଝଟ୍‌କାରେ ଥରିଲା ଜାପାନ, ୯ ଆହତ, ନାହିଁ ସୁନାମି ଚେତାବନୀ

ଟୋକିଓ,୧୮।୪: ବୁଧବାର ବିଳମ୍ବିତ ରାତିରେ ଦକ୍ଷିଣ-ପଶ୍ଚିମ ଜାପାନରେ ହୋଇଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ୯ଜଣ ଆହତ ହୋଇଛନ୍ତି। ଗତକାଲି ଅର୍ଥାତ୍‌ ବୁଧବାର ରାତିରେ ୬.୬ ମ୍ୟାଗ୍ନିଚ୍ୟୁଡର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’

ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର...

ଭାରତ ସପକ୍ଷରେ ଯୁକ୍ତି ବାଢିଲେ ଏଲନ ମସ୍କ

ନ୍ୟୁୟର୍କ,୧୮।୪: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ସ୍ଥାୟୀ ଆସନ ପାଇଁ ଭାରତର ଦାବି ପ୍ରସଙ୍ଗ ପୁଣି ଉଠିବା ଆରମ୍ଭ କରିଛି। ଟେସଲା ସିଇଓ...

‘ଟାଇମ୍’ ମାଗାଜିନ ୧୦୦ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ତାଲିକାରେ ସାକ୍ଷୀ ମଲିକ୍-ଆଲିଆ ଭଟ୍ଟ

ନୂଆଦିଲ୍ଲୀ, ୧୭।୪: ଟାଇମ୍ ମାଗାଜିନ୍ ୨୦୨୪ ବର୍ଷର ୧୦୦ ପ୍ରଭାବଶାଳୀ ବ୍ୟକ୍ତିତ୍ୱର ତାଲିକା ପ୍ରକାଶ କରିଛି। ବୁଧବାର ସନ୍ଧ୍ୟାରେ ପ୍ରକାଶିତ ଏହି ତାଲିକାରେ ଦୁଇ ଭାରତୀୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri