ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ୧୦ ପୋଲିସ ଜିଲାର ଆଇପିଏସ୍‌ ଅଫିସରଙ୍କୁ ବଦଳି ସହ ୪ଜଣ ଓପିଏସ୍‌ଙ୍କୁ ବଦଳି କରାଯାଇଥିବା ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତି ଅନୁଯାୟୀ, ନବରଙ୍ଗପୁର ଏସ୍‌ପି ତଥା ୨୦୧୨ ବ୍ୟାଚ୍‌ ଆଇପିଏସ୍‌ ଅଫିସର ମଡକର ସନ୍ଦୀପ ସମ୍ପଦଙ୍କୁ କ୍ରାଇମବ୍ରାଞ୍ଚର ଡିଆଇଜି ଭାବରେ ନିଯୁକ୍ତି ମିଳିଛି। ୨୦୧୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ତଥା କ୍ରାଇମବ୍ରାଞ୍ଚ ଏସ୍‌ପିି ଥିବା ପରମାର ସ୍ମିତ୍‌ ପରଷୋତ୍ତମଦାସଙ୍କୁ ନୟାଗଡ଼ ଏସ୍‌ପି ଭାବରେ ନିଯୁକ୍ତି ମିଳିଛି। ଖୋର୍ଦ୍ଧା ଏସ୍‌ପି ଥିବା ୨୦୧୪ ବ୍ୟାଚ୍‌ ଆଇପିଏସ୍‌ ବିବେକାନନ୍ଦ ଶର୍ମାଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ପି ଭାବରେ ନିଯୁକ୍ତି ଦିଆଯାଇଛି। ସେହିପରି ରାୟଗଡ଼ା ଏସ୍‌ପି ଥିବା ୨୦୧୭ ବ୍ୟାଚ୍‌ ଅଫିସର୍‌ ସ୍ବାଥୀ ଏସ୍‌ କୁମାରଙ୍କୁ ଏସ୍‌ଟିଏଫ୍‌ର ଏସ୍‌ପି ଭାବରେ ନିଯୁକ୍ତି ମିଳିଛି। ବରଗଡ଼ ଏସ୍‌ପି ଥିବା ପ୍ରହ୍ଲାଦ ସହାୟ ମୀନାଙ୍କୁ ଗଜପତି ଏସ୍‌ପି ଭାବେ ନିଯୁକ୍ତି ଦିଆଯାଇଛି। ନୟାଗଡ଼ ଏସ୍‌ପି ଥିବା ଏସ୍‌. ସୁଶ୍ରୀଙ୍କୁ ଭିଜିଲାନ୍ସ ଏସ୍‌ପି ଭାବେ ନିଯୁକ୍ତି ମିଳିଛି। ସ୍ପେଶାଲ ବ୍ରାଞ୍ଚ ଏସ୍‌ପି ଥିବା ରାଜପ୍ରସାଦଙ୍କୁ ରାୟଗଡ଼ା ଏସ୍‌ପି ଭାବେ ଦାୟିତ୍ୱ ଦିଆଯାଇଛି। ଗଞ୍ଜାମ ଏସ୍‌ପି ଥିବା ଶୁଭେନ୍ଦୁ କୁମାର ପାତ୍ରଙ୍କୁ ଖୋର୍ଦ୍ଧା ଏସ୍‌ପି ଭାବେ ଦାୟିତ୍ୱ ମିଳିଛି।
ସେହିପରି ବୌଦ୍ଧ ଏସ୍‌ପି ଥିବା ରାହୁଲ ଗୋୟଲଙ୍କୁ ସ୍ପେଶାଲ ବ୍ରାଞ୍ଚ ଏସ୍‌ପି ଭାବେ ନିଯୁକ୍ତି ଦିଆଯାଇଛି। କନ୍ଧମାଳ ଏସ୍‌ପିି ଥିବା ହରିଶ ବି.ସି.ଙ୍କୁ ଗଞ୍ଜାମ ଏସ୍‌ପିି ଭାବେ ଦାୟିତ୍ୱ ଦିଆଯାଇଛି। ଭଦ୍ରକ ଅତିରିକ୍ତ ଏସ୍‌ପିି ଥିବା କାଶ୍ୟପ ପାର୍ଥ ଜଗଦୀଶଙ୍କୁ ନବରଙ୍ଗପୁର ଏସ୍‌ପି ଦାୟିତ୍ୱ ମିଳିଛି। ରାଜ୍ୟପାଳଙ୍କ ଏଡିସି ଥିବା କୁଳଦୀପ ମୀନାଙ୍କୁ ବୌଦ୍ଧ ଏସ୍‌ପି ଦାୟିତ୍ୱ ମିଳିଥିବା ବେଳେ ରାୟଗଡ଼ାର ଅତିରିକ୍ତ ଏସ୍‌ପି ରମେନ୍ଦ୍ର ପ୍ରସାଦଙ୍କୁ କନ୍ଧମାଳ ଏସ୍‌ପି ଭାବେ ଅବସ୍ଥାପିତ କରାଯାଇଛି। କଟକ ୟୁପିଡି ଏସ୍‌ପି ଅନନ୍ୟା ଅଶ୍ୱସ୍ତୀଙ୍କୁ ରାଜ୍ୟପାଳଙ୍କ ଏଡିସି କରାଯାଇଛି। କ୍ରାଇମ୍‌ବ୍ରାଞ୍ଚ ସିଆଇଡି ଏସ୍‌ପି ଥିବା କୃଷ୍ଣପ୍ରସାଦ ପଟ୍ଟନାୟକଙ୍କୁ ଏସ୍‌ପି ସିଗ୍‌ନାଲ୍ସ ଦାୟିତ୍ୱ ମିଳିଛି। ଏସ୍‌ଟିଏଫ୍‌ ଏସ୍‌ପି ରବୀନ୍ଦ୍ରନାଥ ଶତପଥୀଙ୍କୁ ବରଗଡ଼ ଏସ୍‌ପି, ସ୍ପେଶାଲ ବ୍ରାଞ୍ଚ ଏସ୍‌ପିି ଥିବା କୃଷ୍ଣପ୍ରସାଦ ଦାସଙ୍କୁ ଏସ୍‌ଆର୍‌ପି, ରାଉରକେଲା ଏସ୍‌ପି ଭାବେ ଦାୟିତ୍ୱ ମିଳିଛି। ସେହିପରି ଟୁଇନ୍‌ସିଟି ଡିସିପି ଥିବା କିଶୋର ଚନ୍ଦ୍ର ମୁଣ୍ଡଙ୍କୁ ଦେବଗଡ଼ ଏସ୍‌ପି ଭାବେ ନିଯୁକ୍ତି ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri